Torrential rain causing flood.
ଭୁବନେଶ୍ୱର, ୨୨।୨(ବ୍ୟୁରୋ):ଓଡ଼ିଶା ଆଡ଼କୁ ଆସୁଛି ପଶ୍ଚିମା ଝଡ଼। ଏହାର ପ୍ରଭାବରେ ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ରହିଛି। ୨୪ ଓ ୨୫ରେ ବର୍ଷା ହେବାକୁ ଥିବାବେଳେ ୨୫ରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସୂଚନାନୁସାରେ, ୨୪ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ସ୍ବଳ୍ପ ଧରଣର ବର୍ଷା ହେବ। ୨୫ ତାରିଖରେ ଉତ୍ତର ଓଡ଼ିଶାରେ ବର୍ଷା ହେବାକୁ ଥିବାବେଳେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁରରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହେବ। ତେଣୁ ଏହି ସବୁ ଜିଲାକୁ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ରାଜ୍ୟରେ ୨୩ ତାରିଖ ଯାଏ ପାଗ ମୁଖ୍ୟତଃ ଶୁଖିଲା ରହିବ। ଉପକୂଳରୁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ। ସେପଟେ ପଶ୍ଚିମ ଓଡ଼ିଶା ତାତୁଛି। ସୋନପୁରରେ ସର୍ବାଧିକ ତାପମାତ୍ରା ୩୪ ଡିଗ୍ରୀ ରେକର୍ଡ କରାଯାଇଛି।