ତାରାଙ୍କୁ ନିଲମ୍ବନ କରିବା ନେଇ ତାତିଲେ ସୁର, କହିଲେ ଦାନ୍ତ ଭାଙ୍ଗି ଦେଇଥାନ୍ତି…

ଭୁବନେଶ୍ୱର,୧୨।୩: ବିଧାନସଭାରୁ ୭ଦିନ ପାଇଁ ନିଲମ୍ବନ ହୋଇଛନ୍ତି କଂଗ୍ରେସ ନେତା ତାରା ବାହିନୀପତି। ଏହାକୁ ନେଇ ପ୍ରତିବାଦକୁ ଓହ୍ଲାଇଛି କଂଗ୍ରେସ ଆଉ ବିଜେଡି। ଜୋରଦାର ବିରୋଧ କରିବା ସହ ବିଧାନସଭାକୁ ମଧ୍ୟ ବୟକଟ କରିଛି କଂଗ୍ରେସ।ଏହାକୁ ନେଇ ସୁର ରାଉତରାୟ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି।

ସେ କହିଛନ୍ତି, ମୋ ସହ ଏଭଳି କରିଥିଲେ ମୁଁ ଜୟନାରାୟଣଙ୍କ ଆଗ ଦାନ୍ତ ଭାଙ୍ଗି ପକେଟରେ ପୁରାଇ ଦେଇଥାନ୍ତି। ଗୃହରେ ଜୟନାରାୟଣ ତାରାଙ୍କୁ ଠେଲିଦେଲେ ହେଲେ ତାରାଙ୍କୁ ସସପେଣ୍ଡ କରାଗଲା। ଏହା ଘୋର ଅନ୍ୟାୟ। ବାଚସ୍ପତି ଯେଉଁ ନିଷ୍ପତ୍ତି ନେଇଛନ୍ତି ତାକୁ ନିନ୍ଦା କରୁଛି ବୋଲି ସୁର କହିଛନ୍ତି।

ବରିଷ୍ଠ ନେତା ତଥା କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ସମର୍ଥନରେ ବାହାରିଛି ବିଜେଡି। ତାରାଙ୍କ ନିଲମ୍ବନକୁ ଘୋର ବିରୋଧ କରିଛି ବିଜେଡି। ନିଲମ୍ବନ ପ୍ରତ୍ୟାହାର ପାଇଁ ବିଜେଡି ବିଧାୟକ ବାଚସ୍ପତିଙ୍କୁ ଭେଟିଛନ୍ତି। ଅନ୍ୟପକ୍ଷରେ ବିଜେଡି କଂଗ୍ରେସ ସପକ୍ଷରେ ବାହାରିବା ଦେଖି ଶାସକ ଦଳ ନଇଁଛି। କଂଗ୍ରେସକୁ ବୁଝାଶୁଝା କରିଛି ଶାସକ ଦଳ। ଗୃହ ପରିତ୍ୟାଗ କରିଥିବା କଂଗ୍ରେସ ସଦସ୍ୟଙ୍କୁ ଗୃହକୁ ଫେରାଇ ଆଣିବା ପାଇଁ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ବୁଝାଇଥିବାବେଳେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ବୁଝାଶୁଝା କରିଛନ୍ତି।

ଗୃହରେ ଦୁଇ ବିଧାୟକ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ମଙ୍ଗଳବାର ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ହାତାହାତି ହୋଇଥିଲେ। ଏନେଇ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ସସ୍ପେଣ୍ଡ କରାଯାଇଛି। ବିଶୃଙ୍ଖଳିତ ଆଚରଣ ପାଇଁ ସସ୍ପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ବିଧାନସଭାରେ କାଲି ବାଚସ୍ପତିଙ୍କ ପୋଡ଼ିୟମ ମାଇକ ଭାଙ୍ଗିଥିଲେ ତାରା। ଗୃହରେ ହଙ୍ଗାମା କରିଥିଲେ। ଏନେଇ ତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

କଂଗ୍ରେସର ବରିଷ୍ଠ ବିଧାୟକ ତାରା ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନ ଉପରେ କାଉଣ୍ଟର କରିଥିଲେ। ତାରା କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କ’ଣ ଓଡ଼ିଆ ଅସ୍ମିତା? ସେ ଓଡ଼ିଶାକୁ ଭାଗ କଲା ଭଳି ପ୍ରତିକ୍ରିୟା ଦେଉଛନ୍ତି। ଆଜି କୋଶଲ କଥା କହୁଛନ୍ତି କାଲି ଦକ୍ଷିଣାଞ୍ଚଳ ତା’ପରେ ଉତ୍ତରାଞ୍ଚଳ ଏହି ପରି ଭାବେ ଓଡ଼ିଶାକୁ ଭାଗ ଭାଗ କରିଦେବା କି ବୋଲି ତାରା ଜୟନାରାୟଣଙ୍କୁ ପ୍ରଶ୍ନ କରିଥିଲେ। ଜୟ ଦାଦା ଟିକେ ଅସନ୍ତୁଷ୍ଟ ଅଛନ୍ତି, ତାଙ୍କୁ ଉପମୁଖ୍ୟମନ୍ତ୍ରୀ କରି ଦିଅନ୍ତୁ ସେ ଆଉ ଏପରି ମନ୍ତବ୍ୟ ଦେବେ ନାହିଁ। ତାଙ୍କ ଦଳରେ ପାଣ୍ଡିଆନ କଥା ପ୍ରଥମେ ଉଠାଇଥିବା ଲୋକ ଯିଏ କି ତାଙ୍କୁ ଆଜି ଦଳ ଅଣଦେଖା କରୁଛି ବୋଲି ତାରା ତାଙ୍କୁ ତାତ୍ସଲ୍ୟ କରି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri