ଆଜି ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ଗୁଲାବ’; ଦକ୍ଷିଣ ଓଡ଼ିଶାରେ ଆରମ୍ଭ ହେଲା ବର୍ଷା

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ରୂପ ନେଇଛି। ଏହା ପଶ୍ଚିମ ଦିଗ ଦେଇ ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ଉପକୂଳକୁ ମାଡ଼ିଆସୁଛି। ବାତ୍ୟା ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୫୦ କି.ମି. ଏବଂ ଆନ୍ଧ୍ରପ୍ରଦେଶର କଳିଙ୍ଗପଟନମ୍‌ଠାରୁ ପୂର୍ବ-ଉତ୍ତର-ପୂର୍ବ ଦିଗର ୪୦୦ କି.ମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ୨୬ ତାରିଖ ସନ୍ଧ୍ୟାରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳର କଳିଙ୍ଗପଟନମ୍‌ ଏବଂ ଗୋପାଳପୁର ମଧ୍ୟଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ବାତ୍ୟା ସ୍ଥଳଭାଗ ଛୁଇଁବା ପୂର୍ବରୁ ଘଣ୍ଟା ପ୍ରତି ୬୫ରୁ ୭୫ କି.ମି. ବେଗରେ ପବନ ବହିବ। ସ୍ଥଳଭାଗ ଅତିକ୍ରମ କରିବା ବେଳେ ଏହାର ବେଗ ଆହୁରି ବଢ଼ିଯିବ। ଘଣ୍ଟା ପ୍ରତି ୭୦ରୁ ୯୦ କିଲୋମିଟର ଏବଂ ବେଳେ ବେଳେ ଏହା ୧୦୦ କିଲୋମିଟର ବେଗରେ ବହିପାରେ। ବାତ୍ୟାରେ ପବନର ବେଗ କମ୍‌ ରହିଲେ ମଧ୍ୟ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବାତ୍ୟା ପ୍ରଭାବରେ ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲାରେ ପ୍ରବଳରୁ ଅତିପ୍ରବଳ (୨୦ ସେଣ୍ଟିମିଟରରୁ ଅଧିକ) ବର୍ଷା ହୋଇପାରେ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ କଳାହାଣ୍ଡି ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଏହିସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୭ ତାରିଖରେ କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ନୂଆପଡ଼ା, ବୌଦ୍ଧ, ସୋନପୁର, ଗଞ୍ଜାମ, ଗଜପତି ଏବଂ ନୟାଗଡ଼ ଜିଲାରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ୨୭ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି। ଏଥିସହିତ ରାଜ୍ୟର ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି। ବାତ୍ୟା ସ୍ଥଳଭାଗ ଛୁଇଁବା ବେଳେ ସମୁଦ୍ର ଢେଉ ୫ ମିଟର ଉଚ୍ଚରେ ଉଠିବା ସହିତ କଚ୍ଚାଘର, ବିଦ୍ୟୁତ୍‌ ଖୁଣ୍ଟ, ଗଛ ଭାଙ୍ଗିବା ସମ୍ଭାବନା ରହିଛି। ଏପରି କି ଖାଲୁଆ ଅଞ୍ଚଳରେ ବର୍ଷାପାଣି ବୁଡ଼ି ରହିବା ସହ ରାସ୍ତାଘାଟ ବିଚ୍ଛିନ୍ନ ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ଓ ଏଥିଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ଜିଲାପାଳଙ୍କୁ ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନ(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ ପରିସ୍ଥିତିକୁ ମୁକାବିଲା କରିବାକୁ ରାଜ୍ୟ ସରକାର ସମସ୍ତ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ବାହିନୀ ଏବଂ ଅଗ୍ନିଶମ ବାହିନୀଗୁଡ଼ିକୁ ପ୍ରସ୍ତୁତ ରଖାଯାଇଛି। ତଟରକ୍ଷୀ ବାହିନୀ ପକ୍ଷରୁ ଜରୁରିକାଳୀନ ସହାୟତା ପାଇଁ ଟୋଲ୍‌ ଫ୍ରି ନମ୍ବର ୧୫୫୪ ଜାରି କରାଯାଇଛି। ଓଡ୍ରାଫ୍‌ର ୪୨ ଓ ଏନ୍‌ଡିଆରଏଫ୍‌ର ୨୪ଟି ଟିମ୍‌କୁ ମୁତୟନ ପାଇଁ ପ୍ରସ୍ତୁତ ରଖାଯାଇଛି। ରାୟଗଡ଼ାରେ ୬ ଓଡ୍ରାଫ୍‌ ଟିମ୍‌, ୨ ଏନ୍‌ଡିଆରଏଫ୍‌, ନବରଙ୍ଗପୁରରେ ୩ ଓଡ୍ରାଫ୍‌ ଟିମ୍‌ ଏବଂ ମାଲକାନଗିରିରେ ୬ ଓଡ୍ରାଫ୍‌ ଟିମ୍‌ ମୁତୟନ କରାଯାଇଛି। ପାଟ୍ରୋଲିଂ ଜାହାଜ ଓ ଡୋର୍ନିୟର ବିମାନ ସାହାଯ୍ୟରେ ସମୁଦ୍ର କୂଳବର୍ତ୍ତୀ ଅଞ୍ଚଳରେ ଥିବା ମତ୍ସ୍ୟଜୀବୀଙ୍କ ଉପରେ ନଜର ରଖାଯିବ। ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି ଜିଲା ବେଶି ପ୍ରଭାବିତ ହେବା ଆଶଙ୍କା ରହିଥିବାରୁ ପାହାଡ଼ିଆ ଅଞ୍ଚଳର ଲୋକମାନଙ୍କୁ ସତର୍କକରି ଦିଆଯାଇଛି। ଗଞ୍ଜାମ ବେଳାଭୂମିକୁ ଦୁଇଦିନ ପାଇଁ ବନ୍ଦ ରଖାଯିବା ସହ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବାର ବ୍ୟବସ୍ଥା କରାଯାଇଛି । ପ୍ରବଳ ବର୍ଷା ହେଉଥିବା ସମୟରେ ସମସ୍ତେ ଘରେ ରହିବାକୁ ଅନୁରୋଧ କରାଯାଇଛି ବୋଲି ଏସ୍‌ଆରସି ପ୍ରଦୀପ ଜେନା କହିଛନ୍ତି ।
ବାତ୍ୟାକୁ ଦୃଷ୍ଟିରେ ରଖି ଗଜପତି, ରାୟଗଡ଼ା, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ୨୬ ତାରିଖରେ କେହି ଛୁଟିରେ ରହିପାରିବେନି। ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ଅଫିସରମାନେ ହେଡ୍‌କ୍ୱାର୍ଟର୍ସରେ ରହିବେ। ବିନା ଅନୁମତିରେ କେହି ହେଡ୍‌କ୍ୱାର୍ଟର୍ସ ଛାଡ଼ିପାରିବେ ନାହିଁ। ପ୍ରବଳ ବର୍ଷା ଯୋଗୁ ବଂଶଧାରା, ନାଗାବଳୀ, ଋଷିକୁଲ୍ୟା ନଦୀରେ ବନ୍ୟା ଆସିବା ସମ୍ଭାବନା ରହିଛି। ଅନ୍ୟପକ୍ଷରେ ବାତ୍ୟା ଅତିକ୍ରମ କରିବା ପରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୮ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହା ବାଲେଶ୍ୱର ଏବଂ ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ମହାନଦୀରେ ମଧ୍ୟ ବନ୍ୟା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri