ଆଜି ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ଗୁଲାବ’; ଦକ୍ଷିଣ ଓଡ଼ିଶାରେ ଆରମ୍ଭ ହେଲା ବର୍ଷା

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ରୂପ ନେଇଛି। ଏହା ପଶ୍ଚିମ ଦିଗ ଦେଇ ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ଉପକୂଳକୁ ମାଡ଼ିଆସୁଛି। ବାତ୍ୟା ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୫୦ କି.ମି. ଏବଂ ଆନ୍ଧ୍ରପ୍ରଦେଶର କଳିଙ୍ଗପଟନମ୍‌ଠାରୁ ପୂର୍ବ-ଉତ୍ତର-ପୂର୍ବ ଦିଗର ୪୦୦ କି.ମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ୨୬ ତାରିଖ ସନ୍ଧ୍ୟାରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳର କଳିଙ୍ଗପଟନମ୍‌ ଏବଂ ଗୋପାଳପୁର ମଧ୍ୟଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ବାତ୍ୟା ସ୍ଥଳଭାଗ ଛୁଇଁବା ପୂର୍ବରୁ ଘଣ୍ଟା ପ୍ରତି ୬୫ରୁ ୭୫ କି.ମି. ବେଗରେ ପବନ ବହିବ। ସ୍ଥଳଭାଗ ଅତିକ୍ରମ କରିବା ବେଳେ ଏହାର ବେଗ ଆହୁରି ବଢ଼ିଯିବ। ଘଣ୍ଟା ପ୍ରତି ୭୦ରୁ ୯୦ କିଲୋମିଟର ଏବଂ ବେଳେ ବେଳେ ଏହା ୧୦୦ କିଲୋମିଟର ବେଗରେ ବହିପାରେ। ବାତ୍ୟାରେ ପବନର ବେଗ କମ୍‌ ରହିଲେ ମଧ୍ୟ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବାତ୍ୟା ପ୍ରଭାବରେ ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲାରେ ପ୍ରବଳରୁ ଅତିପ୍ରବଳ (୨୦ ସେଣ୍ଟିମିଟରରୁ ଅଧିକ) ବର୍ଷା ହୋଇପାରେ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ କଳାହାଣ୍ଡି ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଏହିସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୭ ତାରିଖରେ କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ନୂଆପଡ଼ା, ବୌଦ୍ଧ, ସୋନପୁର, ଗଞ୍ଜାମ, ଗଜପତି ଏବଂ ନୟାଗଡ଼ ଜିଲାରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ୨୭ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି। ଏଥିସହିତ ରାଜ୍ୟର ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି। ବାତ୍ୟା ସ୍ଥଳଭାଗ ଛୁଇଁବା ବେଳେ ସମୁଦ୍ର ଢେଉ ୫ ମିଟର ଉଚ୍ଚରେ ଉଠିବା ସହିତ କଚ୍ଚାଘର, ବିଦ୍ୟୁତ୍‌ ଖୁଣ୍ଟ, ଗଛ ଭାଙ୍ଗିବା ସମ୍ଭାବନା ରହିଛି। ଏପରି କି ଖାଲୁଆ ଅଞ୍ଚଳରେ ବର୍ଷାପାଣି ବୁଡ଼ି ରହିବା ସହ ରାସ୍ତାଘାଟ ବିଚ୍ଛିନ୍ନ ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ଓ ଏଥିଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ଜିଲାପାଳଙ୍କୁ ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନ(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ ପରିସ୍ଥିତିକୁ ମୁକାବିଲା କରିବାକୁ ରାଜ୍ୟ ସରକାର ସମସ୍ତ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ବାହିନୀ ଏବଂ ଅଗ୍ନିଶମ ବାହିନୀଗୁଡ଼ିକୁ ପ୍ରସ୍ତୁତ ରଖାଯାଇଛି। ତଟରକ୍ଷୀ ବାହିନୀ ପକ୍ଷରୁ ଜରୁରିକାଳୀନ ସହାୟତା ପାଇଁ ଟୋଲ୍‌ ଫ୍ରି ନମ୍ବର ୧୫୫୪ ଜାରି କରାଯାଇଛି। ଓଡ୍ରାଫ୍‌ର ୪୨ ଓ ଏନ୍‌ଡିଆରଏଫ୍‌ର ୨୪ଟି ଟିମ୍‌କୁ ମୁତୟନ ପାଇଁ ପ୍ରସ୍ତୁତ ରଖାଯାଇଛି। ରାୟଗଡ଼ାରେ ୬ ଓଡ୍ରାଫ୍‌ ଟିମ୍‌, ୨ ଏନ୍‌ଡିଆରଏଫ୍‌, ନବରଙ୍ଗପୁରରେ ୩ ଓଡ୍ରାଫ୍‌ ଟିମ୍‌ ଏବଂ ମାଲକାନଗିରିରେ ୬ ଓଡ୍ରାଫ୍‌ ଟିମ୍‌ ମୁତୟନ କରାଯାଇଛି। ପାଟ୍ରୋଲିଂ ଜାହାଜ ଓ ଡୋର୍ନିୟର ବିମାନ ସାହାଯ୍ୟରେ ସମୁଦ୍ର କୂଳବର୍ତ୍ତୀ ଅଞ୍ଚଳରେ ଥିବା ମତ୍ସ୍ୟଜୀବୀଙ୍କ ଉପରେ ନଜର ରଖାଯିବ। ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି ଜିଲା ବେଶି ପ୍ରଭାବିତ ହେବା ଆଶଙ୍କା ରହିଥିବାରୁ ପାହାଡ଼ିଆ ଅଞ୍ଚଳର ଲୋକମାନଙ୍କୁ ସତର୍କକରି ଦିଆଯାଇଛି। ଗଞ୍ଜାମ ବେଳାଭୂମିକୁ ଦୁଇଦିନ ପାଇଁ ବନ୍ଦ ରଖାଯିବା ସହ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବାର ବ୍ୟବସ୍ଥା କରାଯାଇଛି । ପ୍ରବଳ ବର୍ଷା ହେଉଥିବା ସମୟରେ ସମସ୍ତେ ଘରେ ରହିବାକୁ ଅନୁରୋଧ କରାଯାଇଛି ବୋଲି ଏସ୍‌ଆରସି ପ୍ରଦୀପ ଜେନା କହିଛନ୍ତି ।
ବାତ୍ୟାକୁ ଦୃଷ୍ଟିରେ ରଖି ଗଜପତି, ରାୟଗଡ଼ା, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ୨୬ ତାରିଖରେ କେହି ଛୁଟିରେ ରହିପାରିବେନି। ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ଅଫିସରମାନେ ହେଡ୍‌କ୍ୱାର୍ଟର୍ସରେ ରହିବେ। ବିନା ଅନୁମତିରେ କେହି ହେଡ୍‌କ୍ୱାର୍ଟର୍ସ ଛାଡ଼ିପାରିବେ ନାହିଁ। ପ୍ରବଳ ବର୍ଷା ଯୋଗୁ ବଂଶଧାରା, ନାଗାବଳୀ, ଋଷିକୁଲ୍ୟା ନଦୀରେ ବନ୍ୟା ଆସିବା ସମ୍ଭାବନା ରହିଛି। ଅନ୍ୟପକ୍ଷରେ ବାତ୍ୟା ଅତିକ୍ରମ କରିବା ପରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୮ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହା ବାଲେଶ୍ୱର ଏବଂ ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ମହାନଦୀରେ ମଧ୍ୟ ବନ୍ୟା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?