ଓଡ଼ିଶା ଉପକୂଳ ଦେଇ ଯିବ ବାତ୍ୟା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୧୫ା୧୧: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଅବପାତରେ ପରିଣତ ହୋଇଛି। ଏହା କ୍ରମେ ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

ଅବପାତ କ୍ରମେ ଘନୀଭୂତ ହୋଇ ୧୬ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳରେ ପହଞ୍ଚି ଗଭୀର ଅବପାତର ରୂପ ନେବ। ପରେ ଧିରେ ଧିରେ ଗତିପଥ ପରିବର୍ତ୍ତନ କରି ବାତ୍ୟା ରୂପ ନେବ। ଏହା ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ମଧ୍ୟରେ ଓଡ଼ିଶା ଉପକୂଳମୁହାଁ ହେବ। ବାତ୍ୟାର ବେଗ ଘଣ୍ଟା ପ୍ରତି ୮୦ରୁ ୧୦୦ କି.ମି. ରହିବ। ସମୁଦ୍ର ମଧ୍ୟଦେଇ ଯାଉଥିବାରୁ ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ନାହିଁ। ବାତ୍ୟା ପଶ୍ଚିମବଙ୍ଗର ସୁନ୍ଦରବନ କିମ୍ବା ବାଂଲାଦେଶ ଉପକୂଳ ଦେଇ ଅତିକ୍ରମ କରିବା ସମ୍ଭାବନା ରହିଛି। ଓଡ଼ିଶା ଉପକୂଳ ଦେଇ ଗଲାବେଳେ ଘଣ୍ଟାକୁ ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସହିତ ବର୍ଷା ହେବ। ଲଘୁଚାପକୁ ଦୃଷ୍ଟିରେ ରଖି ୧୫ରୁ ୧୮ ତାରିଖ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri