୧୦୦ କିମି ବେଗରେ ସ୍ଥଳଭାଗ ଛୁଇଁବ ବାତ୍ୟା, ସବୁ ବନ୍ଦରରେ ୧ନଂ ବିପଦ ସଙ୍କେତ

ଭୁବନେଶ୍ୱର,୨ା୧୨: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଶନିବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୧୮କି.ମି. ବେଗରେ ଗତି କରୁଛି। ଗଭୀର ଅବପାତ ପୁଡୁଚେରିର ଦକ୍ଷିଣ-ପୂର୍ବ ଦିଗରେ ୪୦୦ କି.ମି., ନେଲୋରଠାରୁ ୫୦୦ କି.ମି. ଏବଂ ମଚ୍ଛଲିପଟନମ୍‌ଠାରୁ ୬୫୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତିକରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସାମୁଦ୍ରିକ ଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପରେ ବାତ୍ୟା ୪ ତାରିଖ ଅପରାହ୍ନରେ ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ଉତ୍ତର ତାମିଲନାଡୁ କୂଳରେ ପହଞ୍ଚିବ । ୫ ତାରିଖ ପୂର୍ବାହ୍ନରେ ବାତ୍ୟା ଉତ୍ତର ଦିଗକୁ ଗତିକରି ଦକ୍ଷିଣ ଆନ୍ଧ୍ର ଉପକୂଳ ନେଲୋର ଏବଂ ମଚ୍ଛଲିପଟନମ୍‌ ଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ସ୍ଥଳଭାଗ ଛୁଇଁବା ବେଳକୁ ବାତ୍ୟାର ବେଗ ଘଣ୍ଟା ପ୍ରତି ୮୦ରୁ ୯୦ କି.ମି. ଓ ବେଳେ ବେଳେ ୧୦୦ କି.ମି. ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଏହାର ପ୍ରଭାବରେ ଆସନ୍ତା ୫ରୁ ୮ ତାରିଖ ଯାଏ ଦକ୍ଷିଣ, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ୫ ତାରିଖରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲାରେ ପ୍ରବଳ (୭ରୁ ୨୦ ସେ.ମି.) ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ନବରଙ୍ଗପୁର, ନୟାଗଡ଼, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର ଜିଲାରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ୬ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି ଏବଂ ରାୟଗଡ଼ା ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ଦିଆଯାଇଛି। ମତ୍ସ୍ୟଜୀବୀମାନଙ୍କୁ ଡିସେମ୍ବର ୧ରୁ ୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?