୨୬ ସକାଳେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା ‘ୟାସ’

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଆସନ୍ତା ୨୨ ତାରିଖରେ ପୂର୍ବ କେନ୍ଦ୍ରୀୟ ବାଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଘନୀଭୂତ ହୋଇ ୨୪ ତାରିଖରେ ସାମୁଦ୍ରିକ ଝଡରେ ପରିଣତ ହେବ। ବାତ୍ୟା ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ଦେଇ ଆସନ୍ତା ୨୬ ତାରିଖ ସକାଳେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରେ ଆଣ୍ଡାମାନ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟାକୁ ୪୫ରୁ ୫୫ କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି। ବେଳେ ବେଳେ ଏହାର ବେଗ ଘଣ୍ଟା ପ୍ରତି ୭୫ କି.ମି ରହିବ ବୋଲି ପୂର୍ବାନୁମାନ କରାଯାଇଛି। ୨୪ ତାରିଖରୁ କେନ୍ଦ୍ରୀୟ ବଙ୍ଗୋପସାଗରର ଅଧିକାଂଶ ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୬୫ରୁ ୭୫ କି.ମି ବେଗରେ ବହିବ । ୨୫ ତାରିଖ ବେଳକୁ ଏହା ଆହୁରି ବଳଶାଳୀ ହୋଇ ସ୍ଥଳଭାଗ ମୁହାଁ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମେ’ ୨୫ ତାରିଖ ରାତିରୁ ଓଡ଼ିଶାର ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କଟକ, ବାଲେଶ୍ୱର, ଭୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏପରିକି ବୁଢାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀରେ ବନ୍ୟା ହେବାର ମଧ୍ୟ ଆଶଙ୍କା ରହିଛି।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୨୩ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ରାଜ୍ୟ ସରକାର ମଧ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri