ବିଶ୍ୱ ମହାଶକ୍ତିର ରଣନୀତି ନେଇ ହେବ ଐତିହାସିକ ବୈଠକ: ବାଇଡେନ, ମୋଦି ଦେବେ ଯୋଗ

ସିଡ୍‌ନୀ,୩୦ା୪: ପାପୁଆ ନ୍ୟୁ ଗିନି ପ୍ରଧାନମନ୍ତ୍ରୀ ଜେମ୍ସ ମାର୍‌ପେ କହିଛନ୍ତି, ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ପ୍ରଶାନ୍ତ ଦ୍ୱୀପପୁଞ୍ଜର ନେତାମାନଙ୍କ ସହ ଯୋଗଦେବେ। ମାର୍‌ପେ ଏକ ବିବୃତ୍ତିରେ କହିଛନ୍ତି, ଏହା ପ୍ରଥମ ଐତିହାସିକ ବୈଠକ ହେବ। ଯେଉଁଠାରେ ବିଶ୍ୱ ମହାଶକ୍ତିର ଭବିଷ୍ୟତ ରଣନୀତି ପ୍ରଶାନ୍ତ ମହାସାଗରର ସବୁଠୁ ବଡ଼ ଦେଶରେ ଅନୁଷ୍ଠିତ ହେବାକୁ ଯାଉଛି।

ମାର୍‌ପେ ବିଦେଶୀ ନିବେଶକଙ୍କୁ ଆକର୍ଷିତ କରିବାକୁ ଚାହୁଁଛନ୍ତି। ସେ ଚାଇନା, ଆମେରିକା ଏବଂ ଏହାର ସହଯୋଗୀମାନଙ୍କୁ ସ୍ବାଗତ କରୁଛନ୍ତି। ୨୦୧୮ରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦେଶ ଗସ୍ତ କରିଥିଲେ। ଗତବର୍ଷ ସୋଲେମାନ ଦ୍ୱୀପପୁଞ୍ଜ ସହିତ ଚାଇନାର ସୁରକ୍ଷା ଚୁକ୍ତିକୁ ଦୃଷ୍ଟିରେ ରଖି ଓ୍ବାଶିଂଟନ ଏହି ଅଞ୍ଚଳରେ ବେଜିଂର ବଢୁଥିବା ପ୍ରଭାବକୁ ପ୍ରତିହତ କରିବା ପାଇଁ ଉଦ୍ୟମ ଜାରି ରଖିଛି। ପ୍ରଶାନ୍ତ ଦ୍ୱୀପପୁଞ୍ଜର ୧୦ ଦେଶ ଏବଂ ଚାଇନା ଏକ ବ୍ୟାପକ ବାଣିଜ୍ୟ ଏବଂ ସୁରକ୍ଷା ଚୁକ୍ତି କରିବାରେ ବିଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri