ନଡ଼ା ଛପର ଘର ଭରସା

ଧାମନଗର,୨୦ା୧(ସ୍ବ.ପ୍ର.): ରହିବା ପାଇଁ ଭଲ ଘର ଘଣ୍ଡେ ନାହିଁ। ପାଞ୍ଚ ପ୍ରାଣୀ କୁଟୁମ୍ବଙ୍କୁ ନେଇ ନଡ଼ା ଛପର ଘରେ ରହୁଛନ୍ତି। ପକ୍କାଘର କରିବାକୁ ପାଖରେ ସମ୍ବଳ ନାହିଁ। ସରକାରଙ୍କ ଆବାସ ଯୋଜନାରେ ଘର ଖଣ୍ଡିଏ ପାଇଁ ପଞ୍ଚାୟତ କାର୍ଯ୍ୟାଳୟଠାରୁ ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ନୟାନ୍ତ ହେଲେ। ଶେଷରେ ଗତବର୍ଷ ଜିଲାପାଳଙ୍କ ଅଫିସ୍‌କୁ ଯାଇ ପକ୍କାଘର ଯୋଗାଇ ଦେବାକୁ ନିବେଦନ କରିଥିଲେ। ଏବେ ପ୍ରକାଶ ପାଇଥିବା ପ୍ରଧାନମନ୍ତ୍ରୀ ଆବାସ ପାଇଁ ଯୋଗ୍ୟ ହିତାଧିକାରୀଙ୍କ ତାଲିକାରେ ତାଙ୍କ ନଁା ଥିବ ବୋଲି ଆଶା ରଖିଥିଲେ। ହେଲେ ଆବାସ ପାଇବା ପାଇଁ ଯୋଗ୍ୟ ହୋଇ ମଧ୍ୟ ସେ ଏଥିରୁ ବଞ୍ଚିତ ହୋଇଛନ୍ତି। ଅଯୋଗ୍ୟଙ୍କୁ ଏହି ଯୋଜନାରେ ସାମିଲ କରାଯାଉଥିବା ବେଳେ ତାଙ୍କ ଭଳି ଜଣେ ଗରିବଙ୍କୁ ବାଦ୍‌ ଦିଆଯାଇଥିବାରୁ କ୍ଷୋଭ ପ୍ରକାଶ କରିଛନ୍ତି ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅଧୀନ ରଇପୁର ପଞ୍ଚାୟତ କଣ୍ଟିକା ଗ୍ରାମର କୈଳାସ ଚନ୍ଦ୍ର ସେଠୀ।
କହିଛନ୍ତି, ସେ ପରିବାରର ଏକମାତ୍ର ରୋଜଗାରକ୍ଷମ। ନଡ଼ା ଛପର ଘରେ ବସବାସ କରୁଥିବା ବେଳେ ମୂଲ ଲାଗି ପରିବାର ପ୍ରତିପୋଷଣ ସହ ପିଲାଙ୍କୁ ପାଠ ପଢ଼ାଉଛନ୍ତି। ମୂଲ ଲାଗି ପାଉଥିବା ଟଙ୍କାରେ ପରିବାର ଚଳାଇବା କଷ୍ଟକର ହେଉଥିବା ବେଳେ ପକ୍କାଘର କରିବାକୁ ସେ ସମ୍ପୂର୍ଣ୍ଣ ଅକ୍ଷମ। ସମସ୍ତ ଗରିବଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଓ ବିଜୁ ପକ୍କାଘର ଯୋଜନାରେ ଘର ଯୋଗାଇଦେବା ପାଇଁ ରାଜ୍ୟ ଏବଂ କେନ୍ଦ୍ର ସରକାର ଡିଣ୍ଡିମ ପିଟୁଛନ୍ତି। ହେଲେ ତାଙ୍କ ଭଳି ଗରିବ ପରିବାର ତଥା ପ୍ରକୃତ ହିତାଧିକାରୀ ଏଥିରୁ ବାଦ୍‌ ପଡୁଛନ୍ତି। ତେବେ ନିକଟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କ ତାଲିକା ପ୍ରକାଶ ପାଇବା ପରେ ଅଯୋଗ୍ୟଙ୍କୁ ଯୋଗ୍ୟ ବିବେଚିତ କରାଯାଇଥିବା ଅଭିଯୋଗ ଆଣି ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri