ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି ରାୟଗଡ଼ା ଜିଲାର ଅନେକ ଗ୍ରାମରେ ଲୋକେ ବିଶୁଦ୍ଧ ପାନୀୟ ଜଳ ପାଇପାରୁନାହାନ୍ତି। ଏପରିକି ଜାତୀୟ ରାଜପଥ କଡ଼ରେ ରହିଥିବା ପଞ୍ଚାୟତ ମହକୁମାର ଗ୍ରାମଗୁଡ଼ିକରେ ମଧ୍ୟ ପହଞ୍ଚତ୍ ପାରୁନି ପାନୀୟ ଜଳର ବ୍ୟବସ୍ଥା। ଫଳରେ ଗ୍ରାମବାସୀ ନିକଟରେ ଥିବା ଝରଣା ପାଣି ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି। ଦୂଷିତ ପାଣି ବ୍ୟବହାର କରି ବିଭିନ୍ନ ରୋଗରେ ପୀଡ଼ିତ ହେଉଥିବା ଗ୍ରାମର ଲୋକେ ଅଭିଯୋଗ କରିଛନ୍ତି। ପାନୀୟ ଜଳ ସମସ୍ୟା ନେଇ ବହୁବାର ପଞ୍ଚାୟତସ୍ତରରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀ ଓ ଲୋକ ପ୍ରତିନିଧିଙ୍କୁ ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳୁ ନ ଥିବା ଗ୍ରାମବାସୀ କହିଛନ୍ତି। ଏଭଳିକି ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା ନେଇ ଗତ ଦିନରେ ଉକ୍ତ ପଞ୍ଚାୟତର ଜଣେ ହିତାଧିକାରୀଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା କରିଥିଲେ। ତେବେ ପ୍ରଶାସନିକ ଅଧିକାରୀଙ୍କ ଅବହେଳା ଯୋଗୁ ଅଞ୍ଚଳର ବିକାଶ କେବଳ କାଗଜକଲମରେ ସୀମିତ ରହିଯାଉଥିବା ଅଭିଯୋଗ ହୋଇଛି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା ସଦର ବ୍ଲକ ଗୁମ୍ମା ପଞ୍ଚାୟତ ଅନ୍ତର୍ଗତ କଲୋନୀ ସାହିରେ। ରାୟଗଡ଼ା ଦେଇ କୋରାପୁଟ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ର ଏହି ପଞ୍ଚାୟତରେ ପହଞ୍ଚତ୍ପାରୁନି ବ୍ୟବସ୍ଥିତ ପାନୀୟ ଜଳ ଯୋଗାଣ। ଯଦି ଗ୍ରାମରେ ପାନୀୟ ଜଳ ସମସ୍ୟାର ସ୍ଥାୟୀ ସମାଧାନ ନ ହୁଏ ଆଗାମୀ ନିର୍ବାଚନରେ ଭୋଟ ବର୍ଜନ କରିବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।
ଗୁମ୍ମା ପଞ୍ଚାୟତର କଲୋନୀ ସାହିରେ ପ୍ରାୟ ୩୦ ପରିବାର ବସବାସ କରନ୍ତି। ଗାଁରେ ଜନସଂଖ୍ୟା ୧୫୦ରୁ ଊର୍ଦ୍ଧ୍ୱ ହେବ। ପାନୀୟ ଜଳ ନିମନ୍ତେ ଗାଁରେ ରହିଛି ମାତ୍ର ଗୋଟିଏ ନଳକୂପ। ଉକ୍ତ ନଳକୂପରୁ ଗୋଳିଆ ଦୂଷିତ ପାଣି ବାହାରୁଥିବାରୁ ଲୋକେ ଏହାକୁ ବ୍ୟବହାର କରିପାରୁନାହାନ୍ତି। ଅନ୍ୟପଟେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହରେ ଉକ୍ତ ନଳକୂପରୁ ପାଣି ମଧ୍ୟ ଠିକ୍‌ରେ ବାହାରୁ ନାହିଁ। ଫଳରେ ଗ୍ରାମବାସୀ ନିକଟରେ ବୋହି ଯାଉଥିବା ଝରଣା ପାଣି ଉପରେ ନିର୍ଭର କରୁିବାକୁ ବାଧ୍ୟ ହେଉଛନ୍ତି। ଦୂଷିତ ଜଳ ଓ ଝରଣା ପାଣି ବ୍ୟବହାର କରି ବିଭିନ୍ନ ରୋଗରେ ପୀଡ଼ିତ ହେଉଥିବା ଲୋକେ କହୁଛନ୍ତି। ଦୂଷିତ ପାଣି ବ୍ୟବହାର ଯୋଗୁଁ ଗାଁରେ ସିକଲିନ୍‌ ରୋଗାକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ରାୟଗଡ଼ା ବିଡିଓ ଅମୂଲ୍ୟ କୁମାର ସାହୁଙ୍କୁ ପଚାରିବାରୁ କଲୋନୀ ସାହିରେ ୨ଟି ନଳକୂପ ରହିଛି ଏବଂ ଖବର ମିଳିବା ପରେ ସେଗୁଡ଼ିକର ମରାମତି କରାଯାଇଛି ବୋଲି କହିଛନ୍ତି। ଯଦି ଆବଶ୍ୟକ ପଡ଼େ ନୂତନ ନଳକୂପ ଖନନ କରାଯିବ। ତେବେ ଗ୍ରୀଷ୍ମ ପ୍ରବାହକୁ ଦେଖି ବ୍ଲକସ୍ତରରେ ବିଭିନ୍ନ ଗ୍ରାମରେ ନଳକୂପ ମରାମତି ସହିତ ଜଳଛତ୍ର ମଧ୍ୟ ଖୋଲାଯାଇଥିବା ବିଡିଓ ସାହୁ କହିଛନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri