ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି ରାୟଗଡ଼ା ଜିଲାର ଅନେକ ଗ୍ରାମରେ ଲୋକେ ବିଶୁଦ୍ଧ ପାନୀୟ ଜଳ ପାଇପାରୁନାହାନ୍ତି। ଏପରିକି ଜାତୀୟ ରାଜପଥ କଡ଼ରେ ରହିଥିବା ପଞ୍ଚାୟତ ମହକୁମାର ଗ୍ରାମଗୁଡ଼ିକରେ ମଧ୍ୟ ପହଞ୍ଚତ୍ ପାରୁନି ପାନୀୟ ଜଳର ବ୍ୟବସ୍ଥା। ଫଳରେ ଗ୍ରାମବାସୀ ନିକଟରେ ଥିବା ଝରଣା ପାଣି ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି। ଦୂଷିତ ପାଣି ବ୍ୟବହାର କରି ବିଭିନ୍ନ ରୋଗରେ ପୀଡ଼ିତ ହେଉଥିବା ଗ୍ରାମର ଲୋକେ ଅଭିଯୋଗ କରିଛନ୍ତି। ପାନୀୟ ଜଳ ସମସ୍ୟା ନେଇ ବହୁବାର ପଞ୍ଚାୟତସ୍ତରରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀ ଓ ଲୋକ ପ୍ରତିନିଧିଙ୍କୁ ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳୁ ନ ଥିବା ଗ୍ରାମବାସୀ କହିଛନ୍ତି। ଏଭଳିକି ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା ନେଇ ଗତ ଦିନରେ ଉକ୍ତ ପଞ୍ଚାୟତର ଜଣେ ହିତାଧିକାରୀଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା କରିଥିଲେ। ତେବେ ପ୍ରଶାସନିକ ଅଧିକାରୀଙ୍କ ଅବହେଳା ଯୋଗୁ ଅଞ୍ଚଳର ବିକାଶ କେବଳ କାଗଜକଲମରେ ସୀମିତ ରହିଯାଉଥିବା ଅଭିଯୋଗ ହୋଇଛି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା ସଦର ବ୍ଲକ ଗୁମ୍ମା ପଞ୍ଚାୟତ ଅନ୍ତର୍ଗତ କଲୋନୀ ସାହିରେ। ରାୟଗଡ଼ା ଦେଇ କୋରାପୁଟ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ର ଏହି ପଞ୍ଚାୟତରେ ପହଞ୍ଚତ୍ପାରୁନି ବ୍ୟବସ୍ଥିତ ପାନୀୟ ଜଳ ଯୋଗାଣ। ଯଦି ଗ୍ରାମରେ ପାନୀୟ ଜଳ ସମସ୍ୟାର ସ୍ଥାୟୀ ସମାଧାନ ନ ହୁଏ ଆଗାମୀ ନିର୍ବାଚନରେ ଭୋଟ ବର୍ଜନ କରିବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।
ଗୁମ୍ମା ପଞ୍ଚାୟତର କଲୋନୀ ସାହିରେ ପ୍ରାୟ ୩୦ ପରିବାର ବସବାସ କରନ୍ତି। ଗାଁରେ ଜନସଂଖ୍ୟା ୧୫୦ରୁ ଊର୍ଦ୍ଧ୍ୱ ହେବ। ପାନୀୟ ଜଳ ନିମନ୍ତେ ଗାଁରେ ରହିଛି ମାତ୍ର ଗୋଟିଏ ନଳକୂପ। ଉକ୍ତ ନଳକୂପରୁ ଗୋଳିଆ ଦୂଷିତ ପାଣି ବାହାରୁଥିବାରୁ ଲୋକେ ଏହାକୁ ବ୍ୟବହାର କରିପାରୁନାହାନ୍ତି। ଅନ୍ୟପଟେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହରେ ଉକ୍ତ ନଳକୂପରୁ ପାଣି ମଧ୍ୟ ଠିକ୍‌ରେ ବାହାରୁ ନାହିଁ। ଫଳରେ ଗ୍ରାମବାସୀ ନିକଟରେ ବୋହି ଯାଉଥିବା ଝରଣା ପାଣି ଉପରେ ନିର୍ଭର କରୁିବାକୁ ବାଧ୍ୟ ହେଉଛନ୍ତି। ଦୂଷିତ ଜଳ ଓ ଝରଣା ପାଣି ବ୍ୟବହାର କରି ବିଭିନ୍ନ ରୋଗରେ ପୀଡ଼ିତ ହେଉଥିବା ଲୋକେ କହୁଛନ୍ତି। ଦୂଷିତ ପାଣି ବ୍ୟବହାର ଯୋଗୁଁ ଗାଁରେ ସିକଲିନ୍‌ ରୋଗାକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ରାୟଗଡ଼ା ବିଡିଓ ଅମୂଲ୍ୟ କୁମାର ସାହୁଙ୍କୁ ପଚାରିବାରୁ କଲୋନୀ ସାହିରେ ୨ଟି ନଳକୂପ ରହିଛି ଏବଂ ଖବର ମିଳିବା ପରେ ସେଗୁଡ଼ିକର ମରାମତି କରାଯାଇଛି ବୋଲି କହିଛନ୍ତି। ଯଦି ଆବଶ୍ୟକ ପଡ଼େ ନୂତନ ନଳକୂପ ଖନନ କରାଯିବ। ତେବେ ଗ୍ରୀଷ୍ମ ପ୍ରବାହକୁ ଦେଖି ବ୍ଲକସ୍ତରରେ ବିଭିନ୍ନ ଗ୍ରାମରେ ନଳକୂପ ମରାମତି ସହିତ ଜଳଛତ୍ର ମଧ୍ୟ ଖୋଲାଯାଇଥିବା ବିଡିଓ ସାହୁ କହିଛନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଇରାନକୁ ଆଉ ଏକ ଝଟକା ଦେଲା ଆମେରିକା! ସେପ୍ଟେମ୍ବର ୨୩ରୁ ସାରା ବିଶ୍ୱରେ ଇରାନୀ ବିମାନ ଚଳାଚଳ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ; ଏହା ବର୍ତ୍ତମାନ ଦୁଇ ରାଷ୍ଟ୍ର ବାହାରେ ବିସ୍ତାର କରି ସମଗ୍ର ବିଶ୍ୱକୁ ପ୍ରଭାବିତ…

ଦୀପାବଳି ପୂର୍ବରୁ ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା! ୭-୮% ମହଙ୍ଗା ହେବ…

ନୂଆଦିଲ୍ଲୀ,୨୨।୯: ଆଗକୁ ଆସୁଛି ଦଶହରା, ଛଠ ପୂଜା ଓ ଦୀପାବଳି ଭଳି ବଡ଼ ପାର୍ବଣ। ପାର୍ବଣ ପାଇଁ ଲୋକେ ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ବଢ଼ୁଥିବା ମହଙ୍ଗା…

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି…

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ୧୦ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଘୋଷଣା

ନୂଆଦିଲ୍ଲୀ,୨୨।୯: ଉତ୍ତର ପ୍ରଦେଶରୁ ୧୦ଟି ଏବଂ ଉତ୍ତରାଖଣ୍ଡରୁ ଗୋଟିଏ – ଏହିପରି ମୋଟ ୧୧ଟି ରାଜ୍ୟ ସଭା ଆସନ ପାଇଁ ଅକ୍ଟୋବର ୧୬ରେ ନିର୍ବାଚନ ଅନୁଷ୍ଠିତ ହେବ।…

ଓୱାଇସିଙ୍କ ବୟାନକୁ ନେଇ ହଇଚଇ, କହିଲେ ରାତିରେ ଶୋଇବା ପୂର୍ବରୁ ପତ୍ନୀଙ୍କୁ….

ନୂଆଦିଲ୍ଲୀ,୨୨।୯: ରାଜନୈତିକ ପ୍ରସଙ୍ଗରେ ନିଜ ମତ ରଖୁଥିବା AIMIM ମୁଖ୍ୟ ତଥା ହାଇଦ୍ରାବାଦ ଲୋକସଭା ଏମପି ଅସଦୁଦ୍ଦିନ ଓୱାଇସିଙ୍କ ଏକ କାର୍ଯ୍ୟକ୍ରମରେ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?