ଛୁଟି ପରେ ଖୋଲିଲା ସ୍କୁଲ: ହେଲେ ୫ଦିନ ହେଲା ଜାରିରହିଛି ଧାରଣା, ରାସ୍ତାରେ ବସିଲେ ଛାତ୍ରୀଛାତ୍ର

କେସିଙ୍ଗା,୧୮ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି(କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରାଇଦେବୁ ନାହିଁ ବୋଲି ଜିଦ୍‌ କରି ୫ଦିନ ହେଲା ଗଣଧାରଣା ଦେଇଛନ୍ତି। ଦଶହରା ଛୁଟି ପରେ ଶୁକ୍ରବାର ସ୍କୁଲ ଖୋଲିଛି କିନ୍ତୁ ଧାରଣାକୁ ଶିକ୍ଷା କମିଟି ଜାରି ରଖିଥିବାରୁ ଛାତ୍ରୀଛାତ୍ର ସ୍କୁଲର ମୁଖ୍ୟ ରାସ୍ତାରେ ବସିରହିଥିବାର ଦେଖିବାକୁ ମିଳିଛି। ଖବର ପାଇ ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ପ୍ରଥମେ ପିଲାଙ୍କୁ ଛୁଟି କରିଦେଇ ଥିଲେ। ଶିକ୍ଷା କମିଟି ଧାରଣାରୁ ଓହରି ଯିବା ମୁଖ୍ୟ ଗେଟ୍‌ ଖୋଲିବାକୁ ଜିଦ୍‌ ଧରି ଧାରଣାରେ ବସିଥିଲେ।

ଚଳିତ ମାସ ୨୪,୨୫ ତାରିଖରେ ଷାଣ୍ମାସିକ ପରୀକ୍ଷା ରହିଛି। କେସିଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀ ଆନନ୍ଦ କୁମାର ବେହେରା ମଧ୍ୟ ଶିକ୍ଷା କମିଟିଙ୍କ ସହ ଆଲୋଚନା କରିଥିଲେ। କିନ୍ତୁ ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ସ୍କୁଲରେ ଯୋଗଦାନ କରାଇଦେବୁ ନାହିଁ। ଆମକୁ ଲିଖିତ ପ୍ରତିଶ୍ରୁତି ଦିଅ ବୋଲି ତହସିଲଦାର ଓ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଦାବି କରିଥିଲେ। କିନ୍ତୁ ଉକ୍ତ ବିଦ୍ୟାପୀଠର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଏହି ବ୍ଲକର କନ୍ତେଶିର ଗ୍ରାମ ସ୍ଥିତି କପିଳେଶ୍ୱର ହାଇସ୍କୁଲ ଡେପୁଟେଶନରେ ପଠାଯାଇଥିଲା। ତିନି ବର୍ଷ ପରେ ଜବାହର ଉଚ୍ଚ ବିଦ୍ୟାପୀଠକୁ ଫେରାଇ ଆଣିବା ପାଇଁ ଜିଲାପାଳ, କଳାହାଣ୍ଡିଙ୍କ ଚିଠି ସଂଖ୍ୟା ୬୩୮୯/ ୭.୧୦.୨୪ ଆଦେଶ ଦେଇଛନ୍ତି। ଗତ ସୋମବାର ପ୍ରଧାନ ଶିକ୍ଷକ ଉକ୍ତ ପଦ୍ୟାପୀଠକୁ ଯୋଗଦାନ କରିବାକୁ ଆସିଥିଲେ। ଶିକ୍ଷା କମିଟି ସଭାପତିଙ୍କ ନେତୃତ୍ୱରେ ସ୍କୁଲ ସମ୍ମୁଖରେ ତାଲା ପକାଇ ଗଣଧାରଣାରେ ଅନିର୍ଦ୍ଦିଷ୍ଟ କାଳ ଯାଏ ବସି ଥିବାରୁ ଯୋଗଦେଇ ପାରି ନ ଥିଲେ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ସ୍କୁଲ ଦଶହରା ଛୁଟି ଥିଲା। ଶୁକ୍ରବାର ସ୍କୁଲ ଖୋଲିଲା। କିନ୍ତୁ ଶିକ୍ଷା କମିଟିର ସଭାପତି ଗୋପାଳ ସାହୁ କହିଛନ୍ତି, ଜେଲ୍‌ ପଛେ ଯିବୁ ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ସ୍କୁଲରେ ଯୋଗଦାନ କରେଇ ଦେବୁ ନାହିଁ ବୋଲି ଜିଦ୍‌ରେ ୫ଦିନ ହେଲା ଗଣଧାରଣାରେ ବସିଛନ୍ତି।
ଜିଲାପାଳ କଳାହାଣ୍ଡିଙ୍କ ଚିଠି ସଂଖ୍ୟା ୬୩୮୯ ତା ୭.୧୦.୨୪ ରାଉତ ପୁଣିଥରେ ବିଦ୍ୟାଳୟକୁ ଆସିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳଙ୍କ ଆଦେଶକୁ ଉକ୍ତ ସ୍କୁଲ ପରିଚାଳନା କମିଟି ଅଣଦେଖା କରି ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଯୋଗଦାନ କରାଦେବୁ ନାହିଁ ବୋଲି ଶୁକ୍ରବାର ଗଣଧାରଣା ଦେଇଛନ୍ତି। ତହସିଲଦାର, ଗୋଷ୍ଠୀ ଶିକ୍ଷାଧିକାରୀ, ଆଇଆଇସି, ପୋଲିସ କର୍ମଚାରୀ ବୁଝାଶୁଝା କରିଥିଲେ ମଧ୍ୟ କମିଟି ନାରାଜ ହୋଇଥିଲା। ସ୍କୁଲ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଲା ପକାଇ ଗଣଧାରଣା ଦେଇଛନ୍ତି। ଏ ସଂକ୍ରାନ୍ତରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଆନନ୍ଦ କୁମାର ବେହେରାଙ୍କୁ ପଚାରିବାରୁ ଡିଇଓଙ୍କ ସହ କଥା ହେଲି,କିନ୍ତୁ ଜିଲାପାଳ ନିର୍ଦ୍ଦେଶକୁ ସେ କିଛି କରି ପାରିବେ ନାହିଁ। ଜିଲାପାଳ ସହ ପୁଣି ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ବୋଲି ପ୍ରକାଶ କରିଥିଲେ। ଏହି ଧାରଣା ଶାନ୍ତିଶୃଙ୍ଖଳାର ସହ ହେବା ପାଇଁ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?