ଆସୁଛି ସବୁଠୁ ଶକ୍ତିଶାଳୀ ବାତ୍ୟା

ଟୋକିଓ,୩୧ା୮: ଚଳିତବର୍ଷ ଜାପାନରେ ସବୁଠୁ ଶକ୍ତିଶାଳୀ ବାତ୍ୟା ହେବ। ଯାହାକି ଅତ୍ୟନ୍ତ ଭୟଙ୍କର। ଜାପାନର ପାଣିପାଗ ବିଜ୍ଞାନ ଏଜେନ୍ସି କହିଛି, ବୁଧବାର ଏହା ମୁଖ୍ୟ ଓକିନାଓ୍ବା ଦ୍ୱୀପରେ ପହଞ୍ଚିବ ବୋଲି ଆଶା କରାଯାଉଛି। ଏପରିକି ଘଣ୍ଟାପ୍ରତି ୧୯୮ କିଲୋମିଟର ବେଗରେ ପବନ ବହିବ। ଏହା କେନ୍ଦ୍ରସ୍ଥଳର ୨୭୦ କିଲୋମିଟର ବେଗରେ ଗତି କରୁଛି।

ଦକ୍ଷିଣ-ପଶ୍ଚିମ ଜାପାନର ଓକିନାଓ୍ବାର କିଛି ଅଞ୍ଚଳରେ ବାତ୍ୟା ‘ହିନାମନୋର’ ଅତ୍ୟଧିକ କ୍ଷୟକ୍ଷତି ଘଟାଇବ ବୋଲି ଜାପାନ ପାଣିପାଗ ବିଭାଗ ଆକଳନ କରିଛି। ଏହି ସପ୍ତାହ ଶେଷରେ ଏହା ପ୍ରିଫେକ୍ଟରର ମୁଖ୍ୟ ଦ୍ୱୀପରେ ପହଞ୍ଚିବାର ଆଙକା ରହିଛି।

ଗୁରୁବାର ପର୍ଯ୍ୟନ୍ତ ଓକିନାଓ୍ବା ଏବଂ ସାକିଶିମା ଦ୍ୱୀପପୁଞ୍ଜ ପାଇଁ ପବନର ବେଗ ଆହୁରି ବଢ଼ିବ।
ଶୁକ୍ରବାର ଓକିନାଓ୍ବା ଦକ୍ଷିଣର ସମୁଦ୍ର ଉପରେ ଏହି ଝଡ଼ ସ୍ଥିର ହୋଇ ପୁନର୍ବାର ପ୍ରିଫେକ୍ଟର ନିକଟତର ହେବା ପାଇଁ ଉତ୍ତର ଦିଗକୁ ଗତି କରିବ ବୋଲି ଆଶା କରାଯାଉଛି।

ସୂଚନାଯୋଗ୍ୟ, ଅକ୍ଟୋବର ୨୦୧୯ରେ ‘ହାଗିବିସ’ ନାମକ ଏକ ଝଡ଼ ଜାପାନରେ ଅନେକ ଧ୍ୱଂସ ଘଟାଇଥିଲା। ଏହି ଝଡ଼ ଯୋଗୁ ଅନେକ ଲୋକଙ୍କର ମୃତ୍ୟୁ ହୋଇଥିଲା। ଏହି ଘୂର୍ଣ୍ଣିବଳୟରେ ଘଣ୍ଟା ପ୍ରତି ୨୧୬ କିଲୋମିଟର ପବନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?