ଅନ୍ଧାରରେ ରହିଛି ଗୋପ ବ୍ଲକର ଷ୍ଟ୍ରଙ୍ଗ୍‌ରୁମ୍‌

ଗୋପ, ୨୦।୨(ଡି.ଏନ୍‌.ଏ.): ଗୋପ ବ୍ଲକର ଷ୍ଟ୍ରଙ୍ଗରୁମ ଅନ୍ଧାରରେ ରହିଛି। ହେଲେ କେତେକ ପୋଲିସ କେବଳ ମୋବାଇଲ ଲାଇଟ୍‌ ପକାଇ ଷ୍ଟ୍ରଙ୍ଗରୁମକୁ ଜଗି ରହିଛି। ନିର୍ବାଚନ ଚାଲିଥିବାବେଳେ ଷ୍ଟ୍ରଙ୍ଗରୁମ ଏଭଳି ଅନ୍ଧାରରେ ରହିବାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ପ୍ରକାଶ ଯେ, ଗୋପ ବ୍ଲକର ୩୧ଟି ପଞ୍ଚାୟତରେ ଶାନ୍ତିଶୃଙ୍ଖଳାରେ ମତଦାନ ଶେଷ ହୋଇଥିଲା। ହେଲେ ସେଦିନ ୪୫୯ଟି ବୁଥ୍‌ରୁ ଭୋଟ ବାକ୍ସକୁ ନିର୍ବାଚନ ଅଧିକାରୀମାନେ ଅସୁରକ୍ଷିତ ଭାବରେ ରାସ୍ତାରେ ଚାଲି ଚାଲି ଭୋଟ ବାକ୍ସ ନେଇଯାଇଥିବା ଦେଖିବାକୁ ମିଳିଥିଲା। ବ୍ଲକ ପକ୍ଷରୁ ଗୋପ ନିଗମାନନ୍ଦ ନୋଡାଲ ହାଇସ୍କୁଲ ପରିସରରେ ସମସ୍ତ ପଞ୍ଚାୟତର ଭୋଟ ବାକ୍ସକୁ ଷ୍ଟ୍ରଙ୍ଗ୍‌ରୁମ୍‌ର ସୁରକ୍ଷା ବଳୟ ଭିତରେ ରଖାଯାଇଥିଲା। ଅନ୍ୟପଟେ ଶନିବାର ସାରେ ଏହି ବ୍ଲକର କେତେଜଣ ପ୍ରାର୍ଥୀ ହାଇସ୍କୁଲ ସମ୍ମୁଖରେ ବସିଥିବା ଦେଖିବାକୁ ମିଳିଥିଲା। ତେଣୁ କୌଣସି ଅଘଟଣ ହେବା ପୂର୍ବରୁ ତୁରନ୍ତ ଷ୍ଟ୍ରଙ୍ଗରୁମରେ ଉଜ୍ଜ୍ୱଳ ଲାଇଟ୍‌ ଲଗାଇବାକୁ ପଞ୍ଚାୟତବାସୀ ପ୍ରଶାସନ ନିକଟରେ ଦାବି କରିଛନ୍ତି। ଏ ନେଇ ବିଡିଓ ଦୀପ୍ତିରାଣୀ ଦାସ କହିଛନ୍ତି, ବ୍ଲକ ପକ୍ଷରୁ ସମସ୍ତ ଭୋଟ ବାକ୍ସକୁ ପୋଲିସର ଜିମାରେ ରହିଛି, ତଥାପି ତୁରନ୍ତ ଉଜ୍ଜ୍ୱଳ ଲାଇଟ୍‌ ଲଗାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri