ଶୁଦ୍ଧିକ୍ରିୟା ଭୋଜିରେ ବଡ଼ ସଡୁଙ୍କ ଛୁରା ମାଡ଼ରେ ସାନ ମୃତ

ଦିଗପହଣ୍ଡି,୨୨ା୫: ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ ଡୁମ୍ବୁଳା ଗ୍ରାମ ଗୌଡ଼ ସାହିରେ ଶନିବାର ଏକ ଶୁଦ୍ଧିକ୍ରିୟା ଭୋଜି ଚାଲିଥିବା ବେଳେ ଧାର ଟଙ୍କା ପରିଶୋଧ ପାଇଁ ୨ ସଡୁଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ରାଗି ଯାଇ ବଡ଼ ସଡୁ ଜଗନ୍ନାଥ ମହାରଣା ଓରଫ ଜଗାଙ୍କ ଛୁରା ମାଡ଼ରେ ସାନ ସଡୁ କୁନା ମହାରଣା ଗୁରୁତର ହୋଇଥିଲେ। ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ଡାକ୍ତରଖାନା ପଠାଇଛି। ଏ ନେଇ ଏକ ମାମଲା(ନଂ.୧୨୦/ ୨୧) ରୁଜୁ ହୋଇଛି।
ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ରକ୍ତଭିଜା ଛୁରି, ବାଇକ୍‌ ସମେତ ଅଭିଯୁକ୍ତଙ୍କ ମୋବାଇଲ ଫୋନ୍‌କୁ ଜବତ କରିଛି। ପାଟପୁର ଥାନା ଦୁଦୁରାପଦର ଗ୍ରାମରେ ରହୁଥିବା ଭୁଡୁକି ଗ୍ରାମର ଅଭିଯୁକ୍ତ ଜଗନ୍ନାଥଙ୍କୁ ପୋଲିସ ଥାନାରେ ଅଟକ ରଖିଛି।
ତଦନ୍ତକାରୀ ଅଧିକାରୀ ବସନ୍ତ କୁମାର ସେଠୀଙ୍କ ସୂଚନା ମୁତାବକ, ଭୁଡୁକି ଗ୍ରାମର କୁନା ତାଙ୍କ ସ୍ତ୍ରୀଙ୍କ ସହ ଦିଗପହଣ୍ଡି ଥାନା ଅଧୀନ ଚାଞ୍ଚଡ଼ାପଲ୍ଲୀ ଗ୍ରାମରେ ରହି ରାଜମିସ୍ତ୍ରି କାମ କରୁଥିଲେ। ବଡ଼ ଡୁମ୍ବୁଳା ଗ୍ରାମରେ ରହୁଥିବା ଶ୍ୱଶୁର ଦୀନବନ୍ଧୁ ମହାରଣାଙ୍କ ଶୁଦ୍ଧିକ୍ରିୟା ଭୋଜିକୁ ଉଭୟ ସଡୁ ଆସିଥିଲେ। ୨୦୧୯ରେ କୁନାଙ୍କ ବିବାହ ସମୟରେ ଜଗନ୍ନାଥ ପ୍ରାୟ ୧ ଲକ୍ଷ ୮୦ ହଜାର ଟଙ୍କା ଗ୍ରୁପ ଲୋନ ଆଣି କୁନାଙ୍କୁ ଦେଇଥିଲେ। ଋଣ ଟଙ୍କା ପରିଶୋଧ ପାଇଁ କୁନା ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ସେ ଟଙ୍କା ପରିଶୋଧ କରି ନ ଥିଲେ। ଏଥିରେ ଜଗନ୍ନାଥ ରାଗିଯାଇ ଏକ ଛୁରିରେ କୁନାଙ୍କ ଛାତିକୁ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri