‘ଭ୍ରଷ୍ଟାଚାର ବିରୋଧରେ ସଂଗ୍ରାମ କରୁଛି ଛାତ୍ର କଂଗ୍ରେସ

ଭୁବନେଶ୍ୱର,୧୦।୪ (ବ୍ୟୁରୋ): ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଶନିବାର ରାଜ୍ୟ କଂଗ୍ରେସ ଭବନରେ ଏନ୍‌ଏସ୍‌ୟୁଆଇର ୫୨ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ନୱାଜ କହଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଛାତ୍ର ସମାଜକୁ ସଶକ୍ତ କରିବା ଲକ୍ଷ୍ୟ ନେଇ ୧୯୭୧ରେ ଏନ୍‌ଏସ୍‌ୟୁଆଇ ପ୍ରତିଷ୍ଠା କରିଥିଲେ। ଦେଶର ଉନ୍ନତି ଦିଗରେ ଦାୟିତ୍ୱବାନ୍‌ ନାଗରିକ ଓ ନେତୃତ୍ୱ ସୃଷ୍ଟି କରିବା ଛାତ୍ର କଂଗ୍ରେସ କାର୍ଯ୍ୟର ଅଂଶବିଶେଷ। ଓଡ଼ିଶାର ଛାତ୍ର କଂଗ୍ରେସ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଭ୍ରଷ୍ଟାଚାର ବିରୋଧରେ ସଂଗ୍ରାମ କରୁଛି। ଚାକିରି ବିକ୍ରିର ପ୍ରତିବାଦ କରିଛି। ନାରୀ ନିର୍ଯାତନା ଓ ହତ୍ୟା, ଦରଦାମ ବୃଦ୍ଧି ପ୍ରସଙ୍ଗରେ ଉଭୟ ସରକାରଙ୍କ ବିରୋଧରେ ଜୋର୍‌ଦାର ଆନ୍ଦୋଳନ ସହ ପ୍ରତିବାଦ କରିଛି। କାର୍ଯ୍ୟକ୍ରମରେ ଲିଙ୍ଗରାଜ ସାହୁ, ମିହିର ଆଚାର୍ଯ୍ୟ, ରଞ୍ଜିତ ପାତ୍ର, ନୀହାର ରଞ୍ଜନ ବେହେରା, ନଳିନୀକାନ୍ତ ନାୟକ, କାର୍ତ୍ତିକେଶ୍ୱର କାଣ୍ଡି, ଅଖିଳେଶ ଯାଦବ, ବିଶ୍ୱଭୂଷଣ ମହାପାତ୍ର, ଏମ୍‌ଡି ସମ୍‌ୟୁଇଲ, ଭାଗ୍ୟଶ୍ରୀ ମହାନ୍ତି, ଜଗଦୀଶ ଗଜେନ୍ଦ୍ର, ଅହମ୍ମଦ ଖାନ, ଏସ୍‌କେ ସାହାରୁଖ, ନିତେଶ ରଞ୍ଜନ ବେହେରା, ନିୟାଜୁଲ ଇସ୍‌ଲାମ, ଉଦିତ ପ୍ରଧାନ ପ୍ରମୁଖ ଛାତ୍ରନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri