୧୦ରେ ବିଧାନସଭା ଘେରାଉ ଧମକଦେଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର, ୮।୧୨(ବ୍ୟୁରୋ): ମମିତା ମେହେରଙ୍କୁ ନ୍ୟାୟ ଏବଂ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ବହିଷ୍କାର ଓ ଗିରଫ ଦାବିରେ ଛାତ୍ର କଂଗ୍ରେସ କ୍ରମାଗତ ରାଜ୍ୟବ୍ୟାପୀ ଆନ୍ଦୋଳନ କରିଆସୁଛି। ମୁଖ୍ୟମନ୍ତ୍ରୀ ପୋଲିସ ବଳ ପ୍ରୟୋଗକରି ଛାତ୍ର କଂଗ୍ରେସର କଣ୍ଠରୋଧ କରିବାପାଇଁ ଅପଚେଷ୍ଟା କରିଆସୁଛନ୍ତି ବୋଲି ଛାତ୍ର କଂଗ୍ରେସ ସଭାପତି ୟାସିର ନଓ୍ବାଜ କହିଛନ୍ତି।
କଂଗ୍ରେସ ଭବନଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ୟାସିର କହିଛନ୍ତି, ମାତ୍ର ନବୀନ ପଟ୍ଟନାୟକଙ୍କର ଏହି ଅଗଣତାନ୍ତ୍ରିକ ପଦକ୍ଷେପକୁ ଛାତ୍ର କଂଗ୍ରେସ ଭ୍ରୂକ୍ଷେପ କରିନାହିଁ ବରଂ ଜେଲ ଯିବାକୁ ପସନ୍ଦ କରିଛି। ଅନେକ ସ୍ଥାନରେ ପୋଲିସ୍‌ ଉପସ୍ଥିତିରେ ଛାତ୍ର କଂଗ୍ରେସର କର୍ମକର୍ତ୍ତାଙ୍କୁ ବିଜେଡି ଗୁଣ୍ଡାମାନେ ମରଣାନ୍ତକ ଆକ୍ରମଣ କରିଥିବା ବେଳେ ପୋଲିସ ନୀରବ ରହିଛି। ପୋଲିସ ବିଜେଡିର କର୍ମକର୍ତ୍ତା ଭାବରେ ନିଜ ପରିଚୟ ପ୍ରଦାନ କରିଛି। ମୁଖ୍ୟମନ୍ତ୍ରୀ ବିରୋଧୀ ଦଳ ଉପରେ ଯେଉଁ ଆରୋପ ଲଗାଇଛନ୍ତି ସେଥିଲାଗି କ୍ଷମା ମାଗନ୍ତୁ। ଏହି ପ୍ରସଙ୍ଗରେ ୧୦ ତାରିଖ ୧୧ଟା ସମୟରେ ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ କରାଯିବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri