ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା

ଭଦ୍ରକ ଅଫିସ,୨୦ା୫: ମାଟ୍ରିକ୍‌ ପରୀକ୍ଷାରେ ପୁଅ ୫୧୯ ନମ୍ବର ରଖି ଏ-୧ ଗ୍ରେଡ୍‌ ପାଇଥିଲେ। ଏଥିପାଇଁ ପରିବାର ଲୋକ ବେଶ୍‌ ଖୁସି ଥିଲେ। ଭବିଷ୍ୟତରେ ଡାକ୍ତର ହୋଇ ରୋଗୀଙ୍କ ସେବା କରିବାକୁ ସେ ଲକ୍ଷ୍ୟ ରଖିଥିଲେ। ହେଲେ ଏହି ଖୁସି ବେଶି ସମୟ ରହିଲା ନାହିଁ। ତାଙ୍କ ସ୍ବପ୍ନ ଅଧାରେ ରହିଗଲା। ଶୁକ୍ରବାର ଘର ପାଖ ପୋଖରୀରେ ଗାଧୋଉଥିବା ବେଳେ ବୁଡ଼ିଯାଇ ମାଟ୍ରିକ୍‌ ପାସ୍‌ କରିଥିବା ଛାତ୍ର ଜଣକଙ୍କର ମୃତ୍ୟୁ ଘଟିଛି। ଭଦ୍ରକ ବ୍ଲକ ଚରମ୍ପା ପଞ୍ଚାୟତ ଅଧୀନ ଶ୍ରୀରାମପୁର ଗ୍ରାମରେ ଏଭଳି ଦୁଃଖଦ ଘଟଣା ଘଟିଯାଇଛି। ଏକମାତ୍ର ପୁଅକୁ ହରାଇ ପରିବାର ଲୋକେ ମ୍ରିୟମାଣ ହୋଇପଡ଼ିଛନ୍ତି। ମୃତକ ହେଲେ ଗ୍ରାମର ରମେଶ ମହାପାତ୍ରଙ୍କ ପୁଅ ଚନ୍ଦନ(୧୬)।
ଚନ୍ଦନ ବନ୍ଧଗଁା ହାଇସ୍କୁଲରେ ପାଠ ପଢ଼ି ମାଟ୍ରିକ ପରୀକ୍ଷା ଦେଇଥିଲେ। ୮୬.୫୦ ପ୍ରତିଶତ ନମ୍ବର ରଖିଥିବାରୁ ପରିବାର ଲୋକେ ପୁଅକୁ ଉଚ୍ଚଶିକ୍ଷା ଦେଇ ଡାକ୍ତର କିମ୍ବା ଇଞ୍ଜିନିୟର କରିବେ ବୋଲି ଆଶା କରିଥିଲେ। ଚନ୍ଦନ ମଧ୍ୟ ଡାକ୍ତର ହୋଇ ରୋଗୀ ସେବା କରିବାକୁ ଇଚ୍ଛା ରଖିଥିଲେ। କିନ୍ତୁ ବିଧିର ବିଧାନ ଅଲଗା ଥିଲା। ଗୋଟିଏ ଦିନରେ ସବୁ ଖୁସି ପାଣିରେ ମିଳେଇଗଲା। ମଧ୍ୟାହ୍ନରେ ପୋଖରୀରେ ଗାଧୋଉଥିବା ବେଳେ ଚନ୍ଦନ ବୁଡ଼ିଯାଇଥିଲେ। ସଂଜ୍ଞାହୀନ ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ପରିବାର ଲୋକେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଦୁଃଖଦ ଘଟଣା ପ୍ରଚାରିତ ହେବା ପରେ ଡାକ୍ତରଖାନା ପରିସରରେ ଲୋକଙ୍କ ଭିଡ଼ ଲାଗିବା ସହ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏନେଇ ଗ୍ରାମାଞ୍ଚଳ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୩୫/୨୩) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri