୧୦ଦିନ ହେବ ଘରକୁ ଫେରିପାରୁ ନାହାନ୍ତି ଛାତ୍ରୀଛାତ୍ର

ଟେନ୍‌ସା,୨୨।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ମାଲଦା ଗ୍ରାମପଞ୍ଚାୟତର ପାରମସାହି ଗ୍ରାମରୁ ବାହାରକୁ ପାଠପଢିବାକୁ ଯାଇଥିବା ଛାତ୍ରୀଛାତ୍ର ୧୦ଦିନ ହେବ ଘରକୁ ଫେରିପାରୁ ନାହାନ୍ତି। ଗ୍ରାମକୁ ଯିବା ଆସିବା କରିବାକୁ ହେଲେ ଏକ ନାଳ ପାରି ହେବାକୁ ପଡ଼ିଥାଏ। ବର୍ଷା ଯୋଗୁ ନାଳରେ ଅଧିକ ପାଣି ଆସିବା ସହ ପ୍ରଖର ସ୍ରୋତ ଯୋଗୁ ନାଳରେ ଯାଇ ଆସି ହେଉନାହିଁ। ନାଳ ପାରିହୋଇ କୋଇଡାକୁ ଆସିଥିବା ଲୋକେ ଓ ଛାତ୍ରୀଛାତ୍ର ଘରକୁ ଯାଇପାରୁ ନାହାନ୍ତି । ପାରମସାହିରେ ୧୫ ପରିବାରର ୧୦୦ରୁ ଅଧିକ ଲୋକ ବାସକରନ୍ତି। ବର୍ଷା ଆସିଲେ ଉକ୍ତ ଗ୍ରାମର ଲୋକଙ୍କ ଦୁଃଖ ବଢିଯାଏ। ନାଳରେ ହଠାତ୍‌ ବର୍ଷା ଜଳ ଆସିଯିବାରୁ କଲେଜ ଆସିଥିବା ଛାତ୍ରୀଛାତ୍ରଙ୍କ ସହ କାର୍ଯ୍ୟ କରିବାକୁ ଆସିଥିବା ଲୋକେ ଘରକୁ ଫେରି ନ ପାରି ଫସି ରହିଛନ୍ତି। ସେମାନେ ନିଜର ବନ୍ଧୁବାନ୍ଧବ, ସମ୍ପର୍କୀୟଙ୍କ ଘରେ ଆଶ୍ରୟ ନେଇଛନ୍ତି। ସେପଟେ ୧୦ଦିନ ହେବ ନାଳ ପାରିହୋଇ ଗାଁ ଲୋକେ ଆସିପାରୁ ନ ଥିବାରୁ ଏବେ ପନ୍ଦର ପରିବାରଙ୍କ ପାଖରେ ଖାଦ୍ୟ ସାମଗ୍ରୀ ମଧ୍ୟ ସାରିଗଲାଣି। ଫଳରେ ଭୋକଉପାସରେ ପନ୍ଦର ପରିବାର ଦିନ କାଟୁଛନ୍ତି। ବିପନ୍ନଙ୍କ ପାଖରେ ସ୍ଥାନୀୟ ପ୍ରଶାସନ ପହଞ୍ଚି ନ ଥିବାବେଳେ ଅଞ୍ଚଳର କେତେଜଣ ଯୁବକ ମାଲଦା ସରପଞ୍ଚଙ୍କ ସହାୟତାରେ ଶୁଖିଲା ଖାଦ୍ୟ ସାମଗ୍ରୀ ପହଞ୍ଚାଇବା ପାଇଁ ଚେଷ୍ଟା କରୁଥିଲେ। କିନ୍ତୁ ନାଳର ପ୍ରଖର ସ୍ରୋତରେ ବିପନ୍ନଙ୍କ ପାଖରେ ପହଞ୍ଚିବା ସମ୍ଭବ ହେଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?