Posted inଜାତୀୟ

ସ୍କୁଲ ପ୍ରିନ୍ସିପାଲ୍‌ଙ୍କୁ ହତ୍ୟାକଲେ ଛାତ୍ର

ଛତରପୁର,୭ା୧୨:ମଧ୍ୟପ୍ରଦେଶର ଛତରପୁର ଜିଲାରେ ଜଣେ ଦ୍ୱାଦଶ ଶ୍ରେଣୀ ଛାତ୍ର ସ୍କୁଲ ପ୍ରିନ୍ସିପାଲ୍‌ଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ଏଥିସହିତ ଛାତ୍ର ଜଣକ ତାଙ୍କ ସହଯୋଗୀଙ୍କ ସହ ମିଶି ପ୍ରିନ୍ସିପାଲ୍‌ ଏସ୍‌.କେ. ସାକ୍ସେନା (୫୫)ଙ୍କ ସ୍କୁଟର ନେଇ ପଳାଇଛନ୍ତି। ସ୍କୁଲ କ୍ୟାମ୍ପସ୍‌ରେ ଶୁକ୍ରବାର ଅପରାହ୍ନ ୧ଟା ୩୦ ମିନିଟ୍‌ରେ ଏହି ହତ୍ୟାକାଣ୍ଡ ଘଟିଥିବା ଏସ୍‌ପି ଆଗମ ଜୈନ କହିଛନ୍ତି। ପୋଲିସ କହିବା ଅନୁଯାୟୀ, ୨ ଛାତ୍ର ବିଳମ୍ବରେ ସ୍କୁଲକୁ ଆସିବାରୁ ପ୍ରିନ୍ସିପାଲ ସେମାନଙ୍କୁ ଗାଳି ଦେଇଥିଲେ। ଏଥିରେ କ୍ଷୁବ୍ଧ ହୋଇ ୨ ଛାତ୍ର ପ୍ରିନ୍ସିପାଲଙ୍କୁ ହତ୍ୟା କରିବାକୁ ଯୋଜନା କରିଥିଲେ। ସାକ୍ସେନା ୫ ବର୍ଷ ହେଲା ଧାମୋରା ଗଭର୍ନମେଣ୍ଟ ହାୟର ସ୍କୁଲର ପ୍ରିନ୍ସିପାଲ ରହିଥିଲେ। ସେ ଅପରାହ୍ନରେ ସ୍କୁଲ୍‌ ଟଏଲେଟ୍‌କୁ ଯାଉଥିବାବେଳେ ଛାତ୍ର ଜଣକ ତାଙ୍କ ମୁଣ୍ଡକୁ ଲକ୍ଷ୍ୟକରି ଦେଶୀ ପିସ୍ତଲରୁ ଗୋଟିଏ ରାଉଣ୍ଡ ଗୁଳି ଚଳାଇଥିଲେ। ଘଟଣାସ୍ଥଳରେ ସାକ୍ସେନାଙ୍କର ମୃତ୍ୟୁ ଘଟିଥିବା ଜିଲା ଶିକ୍ଷା ଅଧିକାରୀ କହିଛନ୍ତି। ପୋଲିସ ଘଟଣାର ତଦନ୍ତ ଚଳାଇଥିବାବେଳେ ଉଭୟ ଛାତ୍ରଙ୍କୁ ଧରିବା ପାଇଁ ତନାଘନା ଜାରି ରଖିଛି। ହତ୍ୟାକାଣ୍ଡରେ ବ୍ୟବହୃତ ପିସ୍ତଲକୁ ଏପର୍ଯ୍ୟନ୍ତ ଜବତ କରାଯାଇପାରି ନାହିଁ। ସ୍କୁଲ ଶିକ୍ଷକ ହରିଶଙ୍କର ଜୋଷୀଙ୍କ କହିବା ଅନୁଯାୟୀ, ସାକ୍ସେନା ଜଣେ ଭଲ ମଣିଷ ଥିଲେ। ତେବେ ଆକ୍ରମଣକାରୀ ଛାତ୍ର ଜଣକ ଜଣେ ବଦନାମୀ ପିଲା, ଯିଏକି ନିଜ ଇଚ୍ଛାରେ ସ୍କୁଲ ଆସୁଥିଲା। ପ୍ରିନ୍ସିପାଲ୍‌ ଏଭଳି ପିଲାଙ୍କୁ ଭଲ ବାଟକୁ ଆଣିବା ପାଇଁ ସବୁବେଳେ ବୁଝାଉଥିଲେ ବୋଲି ଜୋଷୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri