ସାଙ୍ଗପିଲା ଖାଦ୍ୟ ଖାଇ ଦେବାରୁ ରାଗିଯାଇ ହଷ୍ଟେଲ ଛାଡ଼ି ଚାଲିଆସିଲେ ଛାତ୍ରୀ, ଆଉ ତା’ ପରେ…

ମୋରଡ଼ା,୧୭ା୭(ସ୍ମାରକ ମାଜୀ): ଜଣେ ନାବାଳିକା ଛାତ୍ରୀ ବିଦ୍ୟାଳୟ ହଷ୍ଟେଲରୁ ରାଗି କି ଚାଲି ଆସିଥିଲେ। ତେବେ  ପ୍ରାୟ ୪୦ କିଲୋମିଟରରୁ ଅଧିକ ଚାଲି ଚାଲି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ତଥା ବେତନଟୀ ଥାନା ଅଧୀନ ଦାନ୍ତିଆମୁଁହାରୁ ଉଦ୍ଧାର ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
ସୂଚନା ମୁତାବକ, ବାଲେଶ୍ୱର ଜିଲା କୁଶଗଡ଼ ଫାଣ୍ଡି ଅଧୀନ କେନ୍ଦୁଖୁଣ୍ଟା ସରକାରୀ ପ୍ରାଥମିକ ବିଦ୍ୟାଳୟର ଜନୈକା ଛାତ୍ରୀଙ୍କ ଖାଇବା ତାଙ୍କ ସାଙ୍ଗସାଥୀ ମଙ୍ଗଳବାର ରାତିରେ ଖାଇଦେବାରୁ ତାଙ୍କ ସହ ଝଗଡ଼ା ହୋଇଥିଲା। ଏହା ପରେ ସେ ରାଗିଯାଇ ବୁଧବାର ସକାଳେ ହଷ୍ଟେଲରୁ କାହାକୁ ନ ଜଣାଇ ତାଙ୍କ ଘର ରାସଗୋବିନ୍ଦପୁର ଥାନା ଅଧୀନ ସାରୁମୂଳାକୁ ବାହାରିଥିଲେ। ତେବେ ଛାତ୍ରୀ ଜଣକ ବାଟବଣା ହୋଇ ଚାଲି ଚାଲି ଆଜି ଅପରାହ୍ନରେ ଦାନ୍ତିଆମୁଁହା ଛକରେ ପହଞ୍ଚିଥିଲେ। ସ୍ଥାନୀୟ ଲୋକେ ଛାତ୍ରୀ ଜଣଙ୍କୁ ପଚାରିବାରୁ ଘଟଣା ବାବଦରେ ଜାଣି ବଡ଼ଜାମବଣି ଫାଣ୍ଡି ଅଧିକାରୀ ଅଶେଷ କୁମାର ଦାସଙ୍କୁ ଖବର ଦେଇଥିଲେ। ଖବର ପାଇ ଫାଣ୍ଡି ଅଧିକାରୀ ଦାସ ଛାତ୍ରୀ ଜଣଙ୍କୁ ଉଦ୍ଧାର କରି ଫାଣ୍ଡିରେ ରଖିଥିବାର ଜଣାପଡ଼ିଛି। ତେବେ ଫାଣ୍ଡି ଅଧିକାରୀ ବିଦ୍ୟାଳୟ ଘଟଣା ବାବଦରେ ରାସଗୋବିନ୍ଦପୁର ଥାନା ଅଧିକାରୀଣୀ ସୁକାନ୍ତି କୋରେଇଙ୍କୁ ଖବର ଦେଇଥିବାର ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…

ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍‌ଟି

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍‌ ବାଲିଉଠାଣ…

ଧୂଳିରେ ରୁନ୍ଧି ହେଉଛି ସହର

ସହରୀ ସଭ୍ୟତାର ଅଭିବୃଦ୍ଧି ସହ ତାଳ ଦେଇ ବଢ଼ୁଛି ବାୟୁ ପ୍ରଦୂଷଣ। ବହୁ ସଂଖ୍ୟାରେ ଦୁଇଚକିଆ ଓ ଚାରିଚକିଆ ଯାନ ଚଳାଚଳ ଏହାର ପ୍ରମୁଖ କାରଣ ।…

ବିକାଶ: ସ୍ବପ୍ନ ଓ ବାସ୍ତବତା

ଖବରକାଗଜ ବା ଟିଭି ଚାନେଲ ଖୋଲିଲେ ବିକଶିତ ଭାରତ କଥା ଶୁଣିବାକୁ ବା ପଢ଼ିବାକୁ ମିଳେ, କିନ୍ତୁ ସେହି ବିକଶିତ ଭାରତର ସ୍ବରୂପ କ’ଣ ହେବ, କାହାର…

ତିନି ଘଣ୍ଟାର ଗସ୍ତ

ନୂଆଦିଲ୍ଲୀରେ ମଧ୍ୟାହ୍ନ ଭୋଜନ ସମୟରେ ଏକ ବିଜ୍‌ନେସ ସମ୍ପର୍କିତ ଆଲୋଚନା ପାଇଁ ତିନି ଘଣ୍ଟା ଯଥେଷ୍ଟ ସମୟ। ତେବେ ଗତ ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣରେ…

ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର,୩୧।୧: ରାଜଧାନୀରେ ବୁଲିଲା ଖଣ୍ଡା। ରକ୍ତରେ ଭିଜିଲା ଏମ୍ସ ରୋଡ। ବଡ଼ି ଭୋର୍‌ରୁ ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାକୁ…

ଟ୍ରମ୍ପ୍‌ଙ୍କ ଆପ୍ରବାସନ ନୀତି ବିରୋଧରେ ଦେଶବ୍ୟାପୀ ଧର୍ମଘଟ

ଓ୍ବାଶିଂଟନ,୩୧ା୧: ମିନିଆପଲିସ୍‌ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଆପ୍ରବାସନ ଚଢ଼ାଉ ବିରୋଧରେ ଦେଶବ୍ୟାପୀ ଧର୍ମଘଟ କରିବାକୁ ବିକ୍ଷୋଭକାରୀ ଆହ୍ବାନ ଦେଇଥିଲେ। ତଦନୁଯାୟୀ ଶୁକ୍ରବାରଠାରୁ ବିଭିନ୍ନ ଅଞ୍ଚଳରେ କାର୍ଯ୍ୟାଳୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri