ସାର୍ଟିଫିକେଟ ଲାଗି ସ୍କୁଲରେ ତାଲା ପକାଇଲେ ଛାତ୍ରୀ

ବିଞ୍ଝାରପୁର,୧୧।୧୧(ଡି.ଏନ.ଏ.): ବିଦ୍ୟାଳୟରେ ସାର୍ଟିଫିକେଟ ପ୍ରଦାନ ପାଇଁ ଲାଞ୍ଚ କାରବାର ହେଉଥିବା ଅଭିଯୋଗ ଆସିଛି। ତେବେ ଲାଞ୍ଚ ନେଇ ମଧ୍ୟ ସାର୍ଟିଫିକେଟ ନ ଦେବାରୁ ଛାତ୍ରୀ ବୁଧବାର ବିଦ୍ୟାଳୟ ଫାଟକରେ ତାଲା ପକାଇଛନ୍ତି। ଜିଲା ଶିକ୍ଷାଧିକାରୀ ରଞ୍ଜନ ଗିରି ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଡକାଇ ତୁରନ୍ତ ସାର୍ଟିଫିକେଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେବାପରେ ଆନ୍ଦୋଳନ ପତ୍ୟାହୃତ ହୋଇଛି।
ବିଞ୍ଝାରପୁର ବ୍ଲକ ବରୁଣେଇ ବାଳିକା ହାଇସ୍କୁଲର ୨୦୨୦ରେ ବୋର୍ଡ ପରୀକ୍ଷା ଦେଇଥିବା ଛାତ୍ରୀ ହାଇସ୍କୁଲରେ ସାର୍ଟିଫିକେଟ ପାଇନାହାନ୍ତି। ତେଣୁ ସେମାନେ ପ୍ରଧାନଶିକ୍ଷୟିତ୍ରୀ ସଂଯୁକ୍ତା ବେହେରାଙ୍କୁ ଭେଟିଥିଲେ। ସାର୍ଟିଫିକେଟ ବାବଦକୁ ପ୍ରଧାନଶିକ୍ଷୟିତ୍ରୀ କାଳେ ପିଲାପ୍ରତି ୨ ହଜାର ଟଙ୍କା ଲେଖାଏ ଅର୍ଥ ଦାବି କରିଥିଲେ। ଦାବି ଅନୁଯାୟୀ ଛାତ୍ରୀ ଟଙ୍କା ଦେଇଥିଲେ ମଧ୍ୟ ପ୍ରଧାନଶିକ୍ଷୟିତ୍ରୀ ସେମାନଙ୍କୁ ସାର୍ଟିଫିକେଟ ଦେଇ ନ ଥିଲେ। ଯାହାକୁ ନେଇ ଛାତ୍ରୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଫଳରେ ପୂଜାରାଣୀ ଯେନା, ମାମୁନି ବିଶ୍ୱାଳ, ପାୟଲ ଯେନା ଓ ଶୁଭଶ୍ରୀ ଦାଶଙ୍କ ସମେତ ବହୁ ଛାତ୍ରୀ ଆସି ବିଦ୍ୟାଳୟ ଫାଟକରେ ତାଲା ପକାଇଥିଲେ। ଅଭିଭାବକ ଜିଲାପାଳଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ। ଘଟଣାର ସମାଧାନ ପାଇଁ ଜିଲାପାଳ ଜିଲା ଶିକ୍ଷାଧିକାରୀ ଗିରିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲା ଶିକ୍ଷାଧିକାରୀ ପ୍ରଧାନଶିକ୍ଷୟିତ୍ରୀଙ୍କ ସହ ଆଲୋଚନା କରିଥିଲେ। ଗୁରୁବାର ଛାତ୍ରୀଙ୍କୁ ସାର୍ଟିଫିକେଟ ଦେବେ ବୋଲି ପ୍ରଧାନଶିକ୍ଷୟିତ୍ରୀ ପ୍ରତିଶ୍ରୁତି ଦେବାରୁ ଛାତ୍ରୀ ଆନ୍ଦୋଳନରୁ ଓହରିଥିଲେ। ଏନେଇ ପ୍ରଧାନଶିକ୍ଷୟିତ୍ରୀଙ୍କୁ ପଚାରିବାରୁ ସେ ଟଙ୍କା ନେବା କଥାକୁ ଖଣ୍ଡନ କରିଛନ୍ତି। ତାଙ୍କ ଦେହ ଅସୁସ୍ଥ ଥିବାରୁ ସାର୍ଟିଫିକେଟ ଆଣିନାହାନ୍ତି। ଗୁରୁବାର ସାର୍ଟିଫିକେଟ ଆଣି ଛାତ୍ରୀଙ୍କୁ ପ୍ରଦାନ କରିବେ ବୋଲି କହିଛନ୍ତି। ସରପଞ୍ଚ ତରୁଣ ସାହୁ କହିଛନ୍ତି, କେତେଜଣ ପିଲାଙ୍କଠାରୁ ପ୍ରଧାନଶିକ୍ଷୟିତ୍ରୀ ୫୦୦ ଟଙ୍କା ଲେଖାଏ ଆଦାୟ କରିଥିଲେ। ତେବେ ଗୁରୁବାର ଷ୍ଟାଇପେଣ୍ଡ ଆପ୍ଲାଏର ଶେଷ ତାରିଖ ଥିବାରୁ ଛାତ୍ରୀ ରାଗରେ ୨ ହଜାର ଲେଖାଏ ଦେଇଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri