ମାଟ୍ରିକ ରେଜଲ୍ଟ ଖରାପ ହେବାରୁ ଜୀବନ ହାରିଲେ ଛାତ୍ରୀ

ଏରସମା,୨୯ା୭(ସ୍ବ.ପ୍ର.):ମାଟ୍ରିକ ପରୀକ୍ଷା ରେଜଲ୍ଟ ଖରାପ ହେବାରୁ ଜଗତ୍‌ସିଂହପୁର ଜିଲାର ଜଣେ ଛାତ୍ରୀ ବୁଧବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଏରସମା ଥାନା ଅନ୍ତର୍ଗତ ଜାନକାଦେଈପୁର ପଞ୍ଚାୟତସ୍ଥିତ ଦୁର୍ଗାପୁର(କୋଚିଲାବେଦୀ)ଗ୍ରାମର ପ୍ରଫୁଲ୍ଲ ସ୍ବାଇଁଙ୍କ ଝିଅ ଲିଜାରାଣୀ ସ୍ବାଇଁ। ଲିଜା ଗୋଡ଼ା ପଞ୍ଚାୟତସ୍ଥିତ ବୃନ୍ଦାବନ ବିହାରୀ ହାଇସ୍କୁଲରେ ପଢ଼ୁଥିଲେ। ଫଳ ପ୍ରକାଶ ପାଇବା ପରେ ତାଙ୍କର ଏଫ୍‌ ଗ୍ରେଡ୍‌ ଥିବା ଜଣା ପଡ଼ିଥିଲା। ତେଣୁ ସେ ବିଚଳିତ ହୋଇ ପଡ଼ିଥିଲେ। ଏହାର କିଛି ସମୟ ପରେ ଘରେ କେହି ନ ଥିବାବେଳେ ଲିଜା ବିଷ ପିଇ ଦେଇଥିଲେ। ପରିବାର ଲୋକେ ଜାଣିବା ପରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?