କପି ଧରାପଡ଼ିବାରୁ ଜୀବନ ହାରିଲେ ଛାତ୍ର, ହଷ୍ଟେଲରୁ ମିଳିଲା ମୃତଦେହ

ଜଟଣୀ,୨୮।୪(ଡି.ଏନ୍‌.ଏ.): ରାଜ୍ୟରେ ଗତ କିଛିମାସ ମଧ୍ୟରେ କେତେକ କଲେଜ ପରିସରରେ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ଘଟଣା ନଜରକୁ ଆସିଛି। ଏହା ଉଭୟ କଲେଜ କର୍ତ୍ତୃପକ୍ଷ ଓ ଅଭିଭାବକଙ୍କ ପାଇଁ ଚିନ୍ତାର କାରଣ ସାଜିଛି। ଗତ ମାସ ୧୪ତାରିଖରେ ଖୋର୍ଦ୍ଧା ଜିଲା ଜଟଣୀସ୍ଥିତ ନାଇଜର କଲେଜ ହଷ୍ଟେଲରୁ ଜଣେ ଛାତ୍ରୀ ଡେଇଁ ଆତ୍ମହତ୍ୟା କରିବା ଘଟଣା ଲୋକଙ୍କ ମନରୁ ନ ଲିଭୁଣୁ ବୁଧବାର ପରୀକ୍ଷାରେ କପି କରି ଧରାପଡ଼ିଯିବାରୁ ଜଣେ ଛାତ୍ର ଜୀବନ ହାରିଛନ୍ତି। ଏହି ଦୁଃଖଦ ଘଟଣା ଜଟଣୀରେ ଥିବା ସେଞ୍ଚୁରିଆନ ୟୁନିଭରସିଟିରେ ଘଟିଛି। ମୃତ ଛାତ୍ର ହେଲେ ବିଏସ୍‌ସି ରେଡିଓଲୋଜି ବିଭାଗର ଦ୍ୱିତୀୟ ବର୍ଷରେ ପଢୁଥିବା ଯାଜପୁର ଅଞ୍ଚଳର ବିଷ୍ଣୁ ଭରଦ୍ୱାଜ। ଏହି ଘଟଣାକୁ ପ୍ରତିବାଦ କରି ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ପୋଲିସ ଅଧିକାରୀମାନେ ଆସି ଉତ୍ତ୍ୟକ୍ତ ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏ ନେଇ ଜଟଣୀ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ. ୧୨/୨୨) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।

ୟୁନିଭରସିଟିରେ ବୁଧବାର ପୂର୍ବାହ୍ନରେ ସମସ୍ତ ବିଭାଗର ସେମିଷ୍ଟର ପରୀକ୍ଷା ଚାଲୁଥିଲା। ଏହି ପରିପ୍ରେକ୍ଷୀରେ ଛାତ୍ର ବିଷ୍ଣୁ ମଧ୍ୟ ପରୀକ୍ଷା ଦେଉଥିଲେ। କିନ୍ତୁ ସେ କପି କରୁଥିବାବେଳେ ପରୀକ୍ଷା ନିରୀକ୍ଷକଙ୍କ ଦ୍ୱାରା ଧରାପଡ଼ିଯାଇ ଏମ୍‌ପି(ମାଲ୍‌ ପ୍ରାଟିସ୍‌) ହୋଇଥିଲେ। ଏହାପରେ ବିଷ୍ଣୁ ହଷ୍ଟେଲକୁ ଚାଲିଯାଇଥିଲେ। ପରେ ସାଙ୍ଗମାନେ ତାଙ୍କୁ ଡାକିଥିଲେ ମଧ୍ୟ ସେ କବାଟ ଖୋଲି ନ ଥିଲେ। ଫଳରେ ସନ୍ଦେହ କରି କବାଟ ଭାଙ୍ଗିବା ପରେ ବିଷ୍ଣୁ ପଙ୍ଖାରେ ଝୁଲୁଥିବା ଦେଖିଥିଲେ। ଘଟଣା ସମ୍ପର୍କରେ ପୋଲିସ ଓ କଲେଜ କର୍ତ୍ତୃପକ୍ଷଙ୍କୁ ଜଣାଇବା ସହ ବିଷ୍ଣୁଙ୍କୁ ଓହ୍ଲାଇ ପ୍ରଥମେ ସ୍ଥାନୀୟ ଜଟଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ଘଟଣା ବିଷୟରେ ଜାଣି ଛାତ୍ରୀଛାତ୍ରମାନେ ଏହାର ପ୍ରତିବାଦ କରିବା ସହ ବିଭିନ୍ନ ଦାବି ନେଇ କଲେଜର ମୁଖ୍ୟଫାଟକ ଆଗରେ ହୋହଲ୍ଲା କରିଥିଲେ। ଖବରପାଇ କମିଶନରେଟ ପୋଲିସ ଜୋନ୍‌-୩ ଏସିପି ରଜତ ରାଏ, ଜଟଣୀ ଥାନାଧିକାରୀ ଦୟାନିଧି ନାୟକ, ତମାଣ୍ଡୋ ଥାନାଧିକାରୀ, ଇମ୍ଫୋଭ୍ୟାଲି ଥାନାଧିକାରୀଙ୍କ ସହିତ ଫୋର୍ସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ଛାତ୍ରୀଛାତ୍ରଙ୍କୁ ବୁଝାଇଥିଲେ। ଏ ସମ୍ପର୍କରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?