ହଷ୍ଟେଲରେ ଖାଇବାକୁ ନ ପାଇ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି କାନ୍ଦିଲେ ଛାତ୍ରୀ

ଠାକୁରମୁଣ୍ଡା,୨୩ା୧୦: ହଷ୍ଟେଲରେ ରହୁଥିବା ଛାତ୍ରୀମାନେ ଖାଇବାକୁ ନ ପାଇ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି କାନ୍ଦୁଥିବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ଛାତ୍ରୀଙ୍କ କାନ୍ଦ ଦେଖି ସାଧାରଣରେ ଏପରି ଅସନ୍ତୋଷ ପ୍ରକାଶ ପାଇଛି। ଏପରି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲାା ଠାକୁରମୁଣ୍ଡାଠାରେ ଥିବା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ଦ୍ୱାରା ପରିଚାଳିତ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀ ହଷ୍ଟେଲରେ। ଏହି ହଷ୍ଟେଲରେ ଭୋକ ଉପାସରେ ଥିବା ୯୪ ଜଣ ଛାତ୍ରୀ ହଷ୍ଟେଲରୁ ବାହାରି ଗୋଟିଏ କିଲୋମିଟର ଦୂର ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ରବିବାର ବ୍ଲକ କାର୍ଯ୍ୟାଳୟ ବନ୍ଦ ଥିବାରୁ ଛାତ୍ରୀମାନେ ବ୍ଲକ ସମ୍ମୁଖରେ କାନ୍ଦୁ ଥିବା ଦେଖି ସ୍ଥାନୀୟ ଲୋକେ ରୁଣ୍ଡ ହୋଇଥିଲେ। ହଷ୍ଟେଲରୁ ଆସି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ଥିବା ସମସ୍ତ ଛାତ୍ରୀ ୪ର୍ଥ ଶ୍ରେଣୀରୁ ଦଶମ ଶ୍ରେଣୀର ପର୍ଯ୍ୟନ୍ତ। ଭୋକ ରେ ଥିବା ପିଲାମାନଙ୍କୁ ସ୍ଥାନୀୟ ଲୋକେ ବିସ୍କୁଟ ଖାଇବାକୁ ଦେଇଥିଲେ। ଖବର ପାଇ ସ୍ଥାନୀୟ ଏବିଓ, ସିଆରସିସି, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ପହଞ୍ଚି ବ୍ଲକ ପରିସରରେ ଥିବା ଛାତ୍ରୀମାନଙ୍କୁ ହୋଟେଲରୁ ଆଣି ଖାଦ୍ୟ ଦେଇଥିଲେ। ହଷ୍ଟେଲ ଦାୟିତ୍ୱରେ ଥିବା ପ୍ରଧାନ ଶିକ୍ଷୟିତ୍ରୀ ସେମାନଙ୍କୁ ଖାଦ୍ୟ ନ ଦେବା ସହ ଅଧିକାଂଶ ଦିନ ଲୁଣ ଭାତ ଦେଉଥିବାର ଛାତ୍ରୀମାନେ ଅଭିଯୋଗ କରିଛନ୍ତି। ଶନିବାର ରାତିରୁ ଗ୍ୟାସ ସରିଯାଇଥିବାରୁ ରୋଷେଇ ହୋଇ ନ ଥିବା ନେଇ ହଷ୍ଟେଲ ରୋଷେୟା କହିଛନ୍ତି। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଛାତ୍ରୀମାନେ ବ୍ଲକ ପରିସରରେ ବସି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ…

ସ୍ୱର୍ଣ୍ଣରୁ ବଞ୍ଚିତ ହେଲେ ମନୁ ଭାକର

ନୂଆଦିଲ୍ଲୀ, ୯ା୨: ଅଲିମ୍ପିକ ଡବଲ ବ୍ରୋଞ୍ଜ ପଦକ ବିଜେତା ମନୁ ଭାକର ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ଅଳ୍ପକେ ସ୍ୱର୍ଣ୍ଣ ପଦକ ପାଇବାରୁ ବଞ୍ଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri