ଟାହିଟାପରାକୁ କେନ୍ଦ୍ର କରି ସହପାଠୀଙ୍କୁ ଛୁରାମାଡ଼ କଲେ ଛାତ୍ର

ଭଞ୍ଜନଗର,୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅଧୀନ ବଡ଼ବୋରସିଂ ଉଚ୍ଚ ବିଦ୍ୟାଳୟରେ ଟାହି ଟାପରାକୁ କେନ୍ଦ୍ର କରି ଜଣେ ଦଶମ ଶ୍ରେଣୀ ଛାତ୍ର ନିଜର ସହପାଠୀଙ୍କୁ ଛୁରିରେ ଭୁସିବା ଭଳି ଅଭାବନୀୟ ଘଟଣା ଘଟିଛି। ଛାତ୍ର ଜଣଙ୍କ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ସ୍ଥାନାନ୍ତର ହୋଇଥିବା ବେଳେ ଆକ୍ରମଣ କରିଥିବା ଛାତ୍ରଙ୍କୁ ସ୍କୁଲରେ ଅଟକ ରଖାଯାଇଛି। ଗାଙ୍ଗପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଅଭିଯୋଗ ଅନୁଯାୟୀ, ଆଜି ସକାଳେ ସ୍କୁଲ ଖୋଲିବା ପରେ ଛାତ୍ରୀଛାତ୍ର ନିଜ ନିଜର ଶ୍ରେଣୀ କକ୍ଷକୁ ଯାଇଥିଲେ। ଏହି ସମୟରେ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ତାଙ୍କର ଜଣେ ସହପାଠୀଙ୍କ ସହ ଥଟ୍ଟାମଜାକୁ କେନ୍ଦ୍ର କରି ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏଥିରେ ଛାତ୍ର ଜଣକ ଉତ୍‌କ୍ଷିପ୍ତ ହୋଇ ଏକ ଧାରୁଆ ଛୁରିରେ ଆକ୍ରମଣ କରିଥିଲେ। ଏଥିରେ ଛୁରିଟି ତାଙ୍କ ପେଟରେ ପଶି ଯିବାରୁ ସେ ଗୁରୁତର ହୋଇଥିଲେ। ତୁରନ୍ତ ବିଦ୍ୟାଳୟର ସହକାରୀ ଶିକ୍ଷକଙ୍କ ସହାୟତାରେ ଏକ ଅଟୋ ସାହାଯ୍ୟରେ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାର ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri