ନବମ ଶ୍ରେଣୀ ଛାତ୍ରଙ୍କୁ ଛୁରି ଭୁସିଲେ ଛାତ୍ର

ଦିଗପହଣ୍ଡି/ପାଟପୁର,୨୮।୬(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ରାମଚନ୍ଦ୍ରପୁର ଗ୍ରାମସ୍ଥିତ ରଘୁନାଥ ହାଇସ୍କୁଲରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ଛୁରାମାଡରେ ଅନ୍ୟ ଜଣେ ନବମ ଶ୍ରେଣୀ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ଆହତ ଛାତ୍ର ଜଣକ ହେଲେ ଓମ୍‌ ପ୍ରଧାନ। ଛାତ୍ରଙ୍କ ଛାତିରେ ଆଘାତ ଲାଗିଛି। ଶିକ୍ଷକମାନେ ତାଙ୍କୁ ଉଦ୍ଧାର କରି ପ୍ରଥମେ ଶେରଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଖବରପାଇ ପାଟପୁର ଆଇଆଇସି ଅଜୟ କୁମାର ସ୍ବାଇଁ ସଦଳବଳେ ହାଇସ୍କୁଲରେ ପହଞ୍ଚି ପ୍ରଧାନଶିକ୍ଷକ ଏବଂ ଅନ୍ୟ ସହକାରୀ ଶିକ୍ଷକଙ୍କ ସହ ଆଲୋଚନା କରିବା ସହ ଆହତ ଛାତ୍ରଙ୍କ ଘରେ ପହଞ୍ଚି ତାଙ୍କ ପରିବାର ଲୋକଙ୍କୁ ସାକ୍ଷାତ କରି ପଚରାଉଚୁରା କରି ଫେରିଛନ୍ତି।

ଗୁରୁବାର ସନ୍ଧ୍ୟାରେ ଗ୍ରାମର ଘରୋଇ ଟ୍ୟୁୟୁଶନରେ ଉଭୟଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ ଛାତ୍ର ଜଣକ ଓମ୍‌ଙ୍କୁ ଧମକ ଦେଇଥିଲେ। ସାମାନ୍ୟ ପାଟିତୁଣ୍ଡରେ ରାଗ ରଖି ତାଙ୍କ ସହପାଠୀ ଛାତ୍ର ଓମ୍‌ଙ୍କୁ ଛୁରାମାଡ କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ପାଟପୁର ଆଇଆଇସି ଅଜୟ କୁମାର ସ୍ବାଇଁ କହିଛନ୍ତି। ଏତଲାକୁ ଭିତ୍ତି କରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଚନ୍ତି। ଆକ୍ରମଣରେ ସମ୍ପୃକ୍ତ ଛାତ୍ରଙ୍କୁ ପୋଲିସ ଥାନାକୁ ଆଣି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ବାସନ୍ତୀକ ନବରାତ୍ର ପୂଜା: ସ୍କନ୍ଧମାତା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୩।୩,(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ପଞ୍ଚମ ଦିବସ ସୋମବାରରେ ଦେବୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି ।…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା…

ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ଛୁରୀ ମାଡ଼ରେ ଯୁବକ ଗୁରୁତର

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର):ଜଙ୍ଗଲ ପୂଜା ସମୟରେ ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ବାରକୋଟ ଥାନାଅଞ୍ଚଳର ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଛୁରୀ ଭୁଷି ହତ୍ୟା…

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri