ମୁଖ୍ୟମନ୍ତ୍ରୀଙ୍କୁ ସଂଘର୍ଷର କାହାଣୀ କହିଲେ ଛାତ୍ର

ପୁରୀ ଅଫିସ, ୧୨ା୪:ପୁରୀ ବାଲିଗୁଆଳିଠାରେ ସୋମବାର ଶ୍ରୀଜଗନ୍ନାଥ ମେଡିକାଲ କଲେଜର ଲୋକାର୍ପଣ ଉତ୍ସବରେ ଏହି କଲେଜର ପ୍ରଥମ ବର୍ଷର ଏମ୍‌ବିବିଏସ୍‌ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ। ସେମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ କେତେଜଣ ଛାତ୍ର ନିଜ ସଂଘର୍ଷର କାହାଣୀ ବଖାଣିଥିଲେ। ବାଲେଶ୍ୱରର ରାଧାବଲ୍ଲଭ ବେହେରା କହିଛନ୍ତି, ତାଙ୍କ ବାପା ଜଣେ ଭାଗ ଚାଷୀ। ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ୧୫ ପ୍ରତିଶତ ସଂରକ୍ଷଣ ଆଧାରରେ ସେ ଶ୍ରୀଜଗନ୍ନାଥ ମେଡିକାଲ କଲେଜରେ ପାଠ ପଢ଼ିବାର ସୁଯୋଗ ପାଇପାରିଛନ୍ତି। ଏଥିପାଇଁ ସେ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନିଷ୍ଠାପର ଭାବେ ଡାକ୍ତରୀ ଶିକ୍ଷା ସାରି ରାଜ୍ୟବାସୀଙ୍କ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ କାମ କରିବେ ବୋଲି ରାଧାବଲ୍ଳଭ କହିଛନ୍ତି। ସେହିପରି ମୟୂରଭଞ୍ଜ ଜିଲାରୁ ଆସିଥିବା ଭଟ୍ଟ ହେମ୍ବ୍ରମ୍‌ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନିଜ ପାଠପଢ଼ା ଜୀବନ ଓ ପରିବାରର ସଂଘର୍ଷ ସମ୍ପର୍କରେ କହିଛନ୍ତି। ସେ ଏକ ଅନୁନ୍ନତ ଅଞ୍ଚଳର ଗରିବ ଆଦିବାସୀ ଘରର ପିଲା। ତାଙ୍କ ମାତାପିତା ଦିନମଜୁରିଆ ଭାବେ କାମ କରି ପରିବାର ପ୍ରତିପୋଷଣ କରୁଛନ୍ତି। ପରିବାରର ୮ଜଣ ସଦସ୍ୟଙ୍କ ଭରଣପୋଷଣ ବୋଝ ତାଙ୍କ ମାତାପିତାଙ୍କ ପାଇଁ ଅସହ୍ୟ ହୋଇପଡ଼େ। ସେ ନିଜର ନିଷ୍ଠା ଓ ରାଜ୍ୟ ସରକାରଙ୍କ ସହଯୋଗରେ ମେଡିକାଲ କଲେଜରେ ଭର୍ତ୍ତି ହୋଇପାରିଛନ୍ତି। ଏଥିଲାଗି ସେ ରାଜ୍ୟ ସରକାରଙ୍କ ୧୫ ପ୍ରତିଶତ ସଂରକ୍ଷଣ ଯୋଜନାକୁ ପ୍ରଶଂସା କରିଛନ୍ତି। ଅପହଞ୍ଚ ଅଞ୍ଚଳର ଗରିବ ଓ ମେଧାବୀ ଛାତ୍ରୀଛାତ୍ର ମେଡିକାଲ କଲେଜରେ ପଢ଼ିବାର ସୁଯୋଗ ପାଇବା ତାଙ୍କ ପାଇଁ ଗର୍ବର କଥା ବୋଲି ପ୍ରତ୍ୟୁତ୍ତରରେ ମୁଖ୍ୟମନ୍ତ୍ରୀ କହିବା ସହ ସେମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri