ସ୍କୁଲକୁ ଯାଉଥିବା ବେଳେ ପିଟିଦେଲା ଟ୍ରାକ୍ଟର, ଛିଟିକି ପଡ଼ି ଆଖି ବୁଜିଲେ ଛାତ୍ରୀ

ବାଲେଶ୍ୱର ଅଫିସ,୯।୭ (ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ବାଲିଆପାଳ ଥାନା ମହାବଳ ଛକରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କଲେଜ ଯାଉଥିବା ଜଣେ ଛାତ୍ରୀଙ୍କୁ ଏକ ଟ୍ରାକ୍ଟର ପିଟିବାରୁ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇଛି। ମୃତା ଛାତ୍ରୀ ଜଣକ ବାଲିଆପାଳ ଥାନା ବଡଖୋଳିଆ ଗ୍ରାମର ରଶ୍ମିତା ପ୍ରଧାନ ବୋଲି ଜଣାଯାଇଛି।

ରଶ୍ମିତା ସକାଳେ ସାଇକେଲ ଯୋଗେ ଲଙ୍ଗଳେଶ୍ୱର ସ୍ଥିତ ଦୁର୍ଗା ପ୍ରଶନ୍ନ ମହାବିଦ୍ୟାଳୟକୁ ଯାଉଥିଲେ। ମାତ୍ର ମହାବଳ ଛକରେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରାକ୍ଟର ତାଙ୍କୁ ପଛପଟୁ ପିଟିଥିଲା। ଫଳରେ ଛାତ୍ରୀଜଣକ ଦୂରକୁ ଛିଟିକି ପଡ଼ିଥିଲେ।

ସ୍ଥାନୀୟ ଲୋକେ ତୁରନ୍ତ ତାଙ୍କୁ ବାଲିଆପାଳ ମେଡିକାଲ ନେଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଖବର ପ୍ରଚାରିତ ହେବା ପରେ ଉତ୍ୟକ୍ତ ଲୋକେ ଟ୍ରାକ୍ଟରକୁ ଅଟକ ରଖିବା ସହ ଡ୍ରାଇଭରକୁ ବାନ୍ଧି ରଖିଥିଲେ।

ଖବର ପାଇ ଶତାଧିକ କଲେଜ ଛାତ୍ରଛାତ୍ରୀ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ଅବରୋଧ କରିବା ସହ ଅଭିଯୁକ୍ତ ଡ୍ରାଇଭରଙ୍କୁ ଅଟକ ରଖିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ସହ ଡ୍ରାଇଭରଙ୍କୁ ଥାନାକୁ ନେଇଥିବା ଜଣାଯାଇଛି। ମୃତା ଛାତ୍ରୀଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଦିଆଯିବ ବୋଲି ପ୍ରଶାସନିକ ଅଧିକାରୀ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଛି। ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri