ଫର୍ମ ପୂରଣ କରିବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ କରିଥିଲେ। ମୃତ ଛାତ୍ରୀଙ୍କ ପରିବାର ଲୋକଙ୍କୁ ସରକାରୀ ସହାୟତା ପ୍ରଦାନ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଗ୍ରାମର ବାପିନି ଭୋଳଙ୍କ ସାନଝିଅ ରେଶ୍ମା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ଗତ ୨୦୨୫ରେ ଯୁକ୍ତ ୩ ପାସ କରିବା ପରେ ବିଭିନ୍ନ କମ୍ପିଟେଟିଭ୍‌ ପରୀକ୍ଷା ନିମନ୍ତେ ଘରେ ରହି ପ୍ରସ୍ତୁତ ହେଉଥିଲେ। ଶୁକ୍ରବାର ବି.ଏଡ ଏଣ୍ଟ୍ରାନ୍ସ ଦେବାକୁ ଫର୍ମ ପୂରଣ ପାଇଁ ଗାଁରୁ ଦିଗପହଣ୍ଡିସ୍ଥିତ ଏକ ଜନସେବାକେନ୍ଦ୍ରକୁ ଆସିଥିଲେ। କାମସାରି ଗାଁକୁ ଫେରିବା ପାଇଁ ଦିଗପହଣ୍ଡି – ଆସିକା ରାସ୍ତାର ବସଷ୍ଟପ୍‌ରେ ମୁଖ୍ୟମନ୍ତ୍ରୀ ବସ୍‌କୁ ଅପେକ୍ଷା କରିଥିବା ବେଳେ ଅପରାହ୍ନରେ ବର୍ଷା ପବନ ହେବାରୁ ସେ ଶ୍ରୀମୁକ୍ତେଶ୍ୱର ଶୈବପୀଠ ପରିସରକୁ ଚାଲି ଚାଲି ଯାଉଥିବାବେଳେ ବଜ୍ରପାତରେ ଗୁରୁତର ହୋଇ ଚେତାଶୂନ୍ୟ ହୋଇ ପଡ଼ିଯାଇଥିଲେ। ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ସ୍ବାସ୍ଥ୍ୟରେ ସୁଧାର ନ ଆସିବାରୁ ଡାକ୍ତରଙ୍କ ପରାମର୍ଶକ୍ରମେ ତାଙ୍କୁ ପରିବାର ଲୋକେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏନେଇ ଏତଲା ହେବା ପରେ ଥାନା ଆଇଆଇସି କିଶୋର କୁମାର ସାମଲ କେସ୍‌ ନଂ.୧୬/୨୬ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲେ। ବ୍ୟବଚ୍ଛେଦ କରାଯିବା ପରେ ମୃତଦେହକୁ ଶନିବାର ଅପରାହ୍ନରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଏନେଇ ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁଙ୍କୁ ପଚାରିବାରୁ ଏନେଇ ମୁଁ ଖବର ପାଇଛି। ତଦନ୍ତ ପରେ ସତ୍ୟତା ଥିଲେ ବ୍ୟବଚ୍ଛେଦ ରିପୋର୍ଟକୁ ଆଧାର କରି ଅନୁକମ୍ପା ମୂଳକ ସରକାରୀ ସହାୟତା ପାଇଁ ସେ ଗଞ୍ଜାମ ଜିଲାପାଳଙ୍କୁ ସୁପାରିସ କରିବେ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ଝାଲିଆଗୋଛାକୁ ହରାଇଲା ହରିଗଡ଼

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ନୁଆପଲ୍ଲୀଠାରେ ରବିବାରଠାରୁ ଆରମ୍ଭ ହୋଇଛି ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ। ଉଦ୍‌ଘାଟନୀ ମ୍ୟାଚ୍‌ ଝାଲିଆଗୋଛା ଓ ହରିଗଡ଼ ମଧ୍ୟରେ…

ଯୁଦ୍ଧ ଭିତରେ ପାକିସ୍ତାନକୁ ଲାଗିଲା ଶକ୍ତ ଝଟକା!

ଇସଲାମାବାଦ,୨୯।୩: ପାକିସ୍ତାନ ସରକାର କ୍ରମାଗତ ପଞ୍ଚମ ଥର ପାଇଁ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ଗତ ୨୮ ଦିନ ମଧ୍ୟରେ ଘଟିଛି ଏବଂ…

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri