ସାପକାମୁଡ଼ା ପରେ ବି ପରୀକ୍ଷା ଦେବାକୁ ଗଲେ ଛାତ୍ରୀ

ଆନନ୍ଦପୁର, ୨୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ମହାବିଦ୍ୟାଳୟର ଜଣେ ଯୁକ୍ତ ୨ ଛାତ୍ରୀ ସାପ କାମୁଡ଼ାର ଶିକାର ହେବା ପରେ ମଧ୍ୟ ପରୀକ୍ଷା ଦେବାକୁ କେନ୍ଦ୍ରକୁ ଯିବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ସେ ପରୀକ୍ଷା ହଲ୍‌ ନିକଟରେ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଛାତ୍ରୀ ଜଣକ ହେଲେ ଆନନ୍ଦପୁର ଥାନା ଅଞ୍ଚଳର ଆମ୍ବଗଡ଼ିଆ ଗ୍ରାମର ଅନିଶା ପ୍ରିୟଦର୍ଶିନୀ ସାହୁ।
ଶନିବାର ଅନିଶାଙ୍କ ପରୀକ୍ଷା ଥିଲା। ସେ ମା’ଙ୍କ ସହ କଲେଜକୁ ଆସିଥିଲେ। କଲେଜ ପରିସରରେ ତାଙ୍କ ଦେହ ଥରିବା ସହ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ସାପ କାମୁଡ଼ିଥିବା କହିବା ପରେ ତାଙ୍କ ମା’ ପରୀକ୍ଷା ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ଜଣାଇ ହସ୍ପିଟାଲକୁ ନେଇଥିଲେ। ସେଠାରେ ଚିକିତ୍ସା ସହ ରକ୍ତ ନମୁନା ଦେଇ ଘରକୁ ଫେରିଥିବା ହସ୍ପିଟାଲ ସୂତ୍ରରୁ ସୂଚନା ମିଳିଛି। ତେବେ ତାଙ୍କୁ ସାପ କାମୁଡ଼ିଛି କି ନାହିଁ ସେ ସମ୍ପର୍କରେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟ ଅଧିକାରୀ ଧନେଶ୍ୱର ସେଠୀଙ୍କୁ ପଚାରିବାରେ ସେ କିଛି ଜାଣି ନାହାନ୍ତି। ଯେଉଁ ଡାକ୍ତର ଚିକିତ୍ସା କରିଛନ୍ତି ତାଙ୍କୁ ପଚାରନ୍ତୁ ବୋଲି କହିଥିଲେ। ପରୀକ୍ଷା ପରିଚାଳନା ଦାୟିତ୍ୱରେ ଥିବା ଅଧ୍ୟାପକ ଦିବ୍ୟଲୋଚନ ଭୂୟାଁଙ୍କ ସୂଚନା ଅନୁଯାୟୀ, ଯୁକ୍ତ ୨ ପରୀକ୍ଷା ମାର୍ଚ୍ଚ ୧ରୁ ଆରମ୍ଭ ହୋଇଛି। ସମ୍ପୃକ୍ତା ଛାତ୍ରୀ ୩ ତାରିଖରେ ପ୍ରଥମ ପରୀକ୍ଷା ଦେଇଥିଲେ। ଉକ୍ତ ଦିନ ଛାତ୍ରୀ ଅସୁସ୍ଥ ଥିବା ସୂଚନା ପାଇ ତାଙ୍କ ଅଭିଭାବକ ଆସି ତାଙ୍କୁ ଘରକୁ ନେଇଥିଲେ। ମାର୍ଚ୍ଚ ୪ ଓ ୫ ତାରିଖରେ ଥିବା ପରୀକ୍ଷାରେ ଛାତ୍ରୀ ଅନୁପସ୍ଥିତ ରହିଥିଲେ। ମାର୍ଚ୍ଚ ୨୩ରେ ଛାତ୍ରୀ ପରୀକ୍ଷା ଦେଇଥିବାବେଳେ ଶନିବାର ପରୀକ୍ଷା ଦେବାକୁ ଆସିଥିଲେ। ଅସୁସ୍ଥ ହୋଇପଡ଼ିବାରୁ ଡାକ୍ତରଖାନା ଯାଇଥିଲେ। ସେଠାରୁ ଘରକୁ ଫେରିଥିବା ସୂଚନା ମିଳିଛି। ଏନେଇ ଛାତ୍ରୀଙ୍କ ମା’ ସୁକାନ୍ତୀ ସାହୁ କହିଛନ୍ତି, ଝିଅ ନିମ୍ବ କାଠି ଆଣିବାକୁ ବାରିପଟକୁ ଯାଇଥିଲେ। ସେଠାରେ ତାଙ୍କୁ ଏକ ସାପ କାମୁଡି ଦେଇଥିଲା। ମାତ୍ର ସେ କାହାକୁ କିଛି ନ କହି ପରୀକ୍ଷା ଦେବାକୁ ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri