ଖେଳିବାକୁ ଯାଇ ନିଖୋଜ ଥିଲେ ଛାତ୍ର, କୂଅରୁ ମିଳିଲା ମୃତଦେହ

ଖୋର୍ଦ୍ଧା ଅଫିସ,୨୨ା୧: ସୋମବାର କୂଅ ଭିତରୁ ନାବାଳକ ଛାତ୍ରଙ୍କ ମୃତଦେହ ମିଳିଛି। ଖୋର୍ଦ୍ଧା ପୁବୁସାହି ଓଲିସିଂହ ଗ୍ରାମର ୧୧ବର୍ଷ ନାବାଳକ ଦିବ୍ୟଜ୍ୟୋତି ବେହେରାଙ୍କ ମୃତଦେହ ରବିବାର ଘର ନିକଟରେ ଥିବା ଏକ ପରିତ୍ୟକ୍ତ କୂଅରୁ ମିଳିଛି। ଶନିବାର ଅପରାହ୍ନରୁ ସାଇକେଲ ଧରି ଖେଳିବାକୁ ଯାଇ ସେ ନିଖୋଜ ଥିଲେ। ଏନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା।

ଆଜି ସକାଳେ ମୁକୁଳା କୂଅ ଭିତରେ ଚପଲ ଭାସୁଥିବା ଦେଖି ସନ୍ଦେହରେ ଗ୍ରାମବାସୀ ଆଦର୍ଶ ଥାନାକୁ ସୂଚନା ଦେଇଥିଲେ। ଖବର ପାଇ ସଦର ଏସ୍‌ଡିପିଓ ଦିଲ୍ଲୀପ ଦାସ, ଥାନାଧିକାରୀ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ମୃତଦେହ ଉଦ୍ଧାର କରିଥିଲେ। ତେବେ କେଉଁ ପରିସ୍ଥିତିରେ ଦିବ୍ୟଜ୍ୟୋତିଙ୍କ ମୃତ୍ୟୁ ହୋଇଛି ଏହାର ତଦନ୍ତ କରିବା ପାଇଁ ପୋଲିସ ଡଗ୍‌ ସ୍କ୍ବାଡ ଟିମ୍‌ ଓ ସାଇଣ୍ଟିଫିକ୍‌ ଟିମ୍‌ର ସହାୟତା ନେଇଛି। ତେବେ ମୃତ ନାବାଳକଙ୍କ ପରିବାର ହତ୍ୟା ଅଭିଯୋଗ ଆଣିବା ସହ ନ୍ୟାୟ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri