ଖେଳିବାକୁ ଯାଇ ନିଖୋଜ ଥିଲେ ଛାତ୍ର, କୂଅରୁ ମିଳିଲା ମୃତଦେହ

ଖୋର୍ଦ୍ଧା ଅଫିସ,୨୨ା୧: ସୋମବାର କୂଅ ଭିତରୁ ନାବାଳକ ଛାତ୍ରଙ୍କ ମୃତଦେହ ମିଳିଛି। ଖୋର୍ଦ୍ଧା ପୁବୁସାହି ଓଲିସିଂହ ଗ୍ରାମର ୧୧ବର୍ଷ ନାବାଳକ ଦିବ୍ୟଜ୍ୟୋତି ବେହେରାଙ୍କ ମୃତଦେହ ରବିବାର ଘର ନିକଟରେ ଥିବା ଏକ ପରିତ୍ୟକ୍ତ କୂଅରୁ ମିଳିଛି। ଶନିବାର ଅପରାହ୍ନରୁ ସାଇକେଲ ଧରି ଖେଳିବାକୁ ଯାଇ ସେ ନିଖୋଜ ଥିଲେ। ଏନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା।

ଆଜି ସକାଳେ ମୁକୁଳା କୂଅ ଭିତରେ ଚପଲ ଭାସୁଥିବା ଦେଖି ସନ୍ଦେହରେ ଗ୍ରାମବାସୀ ଆଦର୍ଶ ଥାନାକୁ ସୂଚନା ଦେଇଥିଲେ। ଖବର ପାଇ ସଦର ଏସ୍‌ଡିପିଓ ଦିଲ୍ଲୀପ ଦାସ, ଥାନାଧିକାରୀ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ମୃତଦେହ ଉଦ୍ଧାର କରିଥିଲେ। ତେବେ କେଉଁ ପରିସ୍ଥିତିରେ ଦିବ୍ୟଜ୍ୟୋତିଙ୍କ ମୃତ୍ୟୁ ହୋଇଛି ଏହାର ତଦନ୍ତ କରିବା ପାଇଁ ପୋଲିସ ଡଗ୍‌ ସ୍କ୍ବାଡ ଟିମ୍‌ ଓ ସାଇଣ୍ଟିଫିକ୍‌ ଟିମ୍‌ର ସହାୟତା ନେଇଛି। ତେବେ ମୃତ ନାବାଳକଙ୍କ ପରିବାର ହତ୍ୟା ଅଭିଯୋଗ ଆଣିବା ସହ ନ୍ୟାୟ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri