ବାଇକ୍‌ରେ ଘରକୁ ଗଲା ଛାତ୍ରୀଙ୍କ ମୃତଦେହ

କେନ୍ଦ୍ରାପଡ଼ା ଅଫିସ, ୬ା୪: ସ୍ବାସ୍ଥ୍ୟ ବିଭାଗ ଅବହେଳାର ଆଉ ଏକ ହୃଦୟବିଦାରକ ଚିତ୍ର ମଙ୍ଗଳବାର ଦେଖିବାକୁ ମିଳିଛି। କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ମହାପ୍ରୟାଣ ଗାଡ଼ି ଥିବା ସତ୍ତ୍ୱେ ଏକ ଗରିବ ପରିବାରର ୭ ବର୍ଷୀୟା ଛାତ୍ରୀଙ୍କ ମୃତଦେହକୁ ବାଇକ୍‌ରେ ଘରକୁ ନେବାକୁ ପଡିଛି। ଏହି ଘଟଣା ଲୋକଲୋଚନକୁ ଆସିବା ପରେ ଅସନ୍ତୋଷ ପ୍ରକାଶ ପାଇଛି। ସମ୍ପୂର୍ଣ୍ଣ ଘଟଣାଟି ଏପରି। କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଛଚିଣା ଗ୍ରାମର ସୁନାକର କାଣ୍ଡିଙ୍କ ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ଝିଅ ବୈଶାଖୀଙ୍କୁ ମଙ୍ଗଳବାର ସକାଳେ ଏକ ସାପ କାମୁଡ଼ି ଦେଇଥିଲା। ତାଙ୍କୁ ତୁରନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସ୍ଥାନୀୟ ପୋଲିସ ସହାୟତାରେ ବୈଶାଖୀଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଥିଲା। ଏହାପରେ ମୃତଦେହ ଘରକୁ କିପରି ନିଆଯିବ ସେ କଥା ପରିବାର ଲୋକଙ୍କ ପାଇଁ ଚିନ୍ତାର କାରଣ ହୋଇଥିଲା। ଝିଅକୁ ନେଇ ଡାକ୍ତରଖାନା ଆସିଥିବା ସୁନାକର ଓ ତାଙ୍କ ସାନଭାଇ ଏ ସଂକ୍ରାନ୍ତରେ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରିଥିଲେ। ଡାକ୍ତରଖାନାଠାରୁ ଗଁାର ଦୂରତା ୨୦ କିଲୋମିଟର। ଏଥିପାଇଁ ମହାପ୍ରୟାଣ ଗାଡ଼ି ଦାୟିତ୍ୱରେ ଥିବା କର୍ମଚାରୀଙ୍କ ସହିତ ମଧ୍ୟ ଯୋଗାଯୋଗ କରାଯାଇଥିଲା। ହେଲେ ସେଥିପାଇଁ ଅର୍ଥ ଦାବି ହୋଇଥିଲା ବୋଲି ସୁନାକରଙ୍କ ସାନଭାଇ କହିଛନ୍ତି। ଆମ ପରିବାରର ଆର୍ଥିକ ସ୍ଥିତି ଦୁର୍ବଳ। ଏତେ ଟଙ୍କା ମହାପ୍ରୟାଣ ଗାଡ଼ି ପାଇଁ ଦେବା ସାମର୍ଥ୍ୟ ଆମର ନାହିଁ। ବାଇକ୍‌ରେ ଝିଆରୀର ମୃତଦେହ ନେବାକୁ ବାଧ୍ୟ ହେଉଛୁ ବୋଲି ସେ କହିଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ଓ କିଶୋର ଚନ୍ଦ୍ର ମିଶ୍ର କହିଛନ୍ତି, ଛାତ୍ରୀଙ୍କ ପରିବାର ସଦସ୍ୟ ମୃତଦେହ ପରିବହନ ସମ୍ପର୍କରେ କୌଣସି ସୂଚନା ଦେଇନାହାନ୍ତି। ତଥାପି ଏହି ଘଟଣା ସମ୍ପର୍କରେ ଅନୁଧ୍ୟାନ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri