ପ୍ରଧାନ ଶିକ୍ଷକଙ୍କ ମାଡ଼ରେ ଛାତ୍ରୀଙ୍କ ହାତ ଭାଙ୍ଗିଲା

ବେଲପଡ଼ା,୨୫ା୩(ଡି.ଏନ୍‌.ଏ.): ବିଦ୍ୟାଳୟକୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରାଯାଇଥିବା ସତ୍ତ୍ୱେ ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମରାଯିବା ଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅନ୍ତର୍ଗତ କଦଳୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଏହି ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ମାଡ଼ରେ ସମ୍ପୃକ୍ତ ଛାତ୍ରୀଙ୍କ ବାମହାତ ଭାଙ୍ଗିଯାଇଥିବା ଅଭିଯୋଗ ହୋଇଛି।
ପ୍ରକାଶ ଯେ, ୨୩ ତାରିଖ ଗୁରୁବାର ସକାଳ ପ୍ରାୟ ୯ଟାରେ ସେହି ସ୍କୁଲର ଚତୁର୍ଥ ଶ୍ରେଣୀ ଛାତ୍ରୀ ଅନୁ ନାଗ (୯)ଙ୍କୁ ଉକ୍ତ ସ୍କୁଲର ପ୍ରଧାନ ଶିକ୍ଷକ ବାଳକୃଷ୍ଣ ଶବର କୌଣସି କାରଣରୁ ଏକ ବାଡ଼ିରେ ମାଡ଼ ମାରିଥିଲେ। ପରେ ଛାତ୍ରୀ ଜଣକ କାନ୍ଦି କାନ୍ଦି ଘରକୁ ଯାଇ ପରିବାରବର୍ଗଙ୍କୁ ଏକଥା କହିଥିଲେ। ଏହାପରେ ପରିବାର ଲୋକେ ଓ ଗ୍ରାମବାସୀ ସ୍କୁଲକୁ ଆପତ୍ତି କରିବା ପାଇଁ ଆସିଥିଲେ। ସେତେବେଳକୁ ସ୍କୁଲ ଛୁଟି ହୋଇ ନ ଥିବା ବେଳେ ପ୍ରଧାନ ଶିକ୍ଷକ ଶବର କେଉଁଆଡ଼େ ପଳାଇଯାଇଥିଲେ। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଅନ୍ୟପକ୍ଷରେ ପରିବାର ଲୋକେ ଛାତ୍ରୀଙ୍କୁ ବେଲପଡ଼ାର ଏକ ଘରୋଇ କ୍ଳିନିକ୍‌କୁ ନେଇ ଏକ୍ସ-ରେ କରାଇଥିଲେ। ରିପୋର୍ଟ ଆସିବା ପରେ ଛାତ୍ରୀଙ୍କ ବାମ ହାତ ଭାଙ୍ଗିଯାଇଥିବା ଜଣାପଡ଼ିଥିଲା। ଉଚ୍ଚତର ଚିକିତ୍ସା ପାଇଁ ତାଙ୍କୁ ବଲାଙ୍ଗୀର ନେବାକୁ ଡାକ୍ତର କହିଥିବା ଜଣାଯାଇଛି। ଆର୍ଥିକ ପରିସ୍ଥିତି ସ୍ବଚ୍ଛଳ ନ ଥିବାରୁ ଛାତ୍ରୀଙ୍କ ବାପା ଗୋପାଳ ନାଗ ସାହାଯ୍ୟ ଲୋଡିଛନ୍ତି। ଏନେଇ ଛାତ୍ରୀ ଅନୁଙ୍କୁ ପଚାରିବାରୁ କ୍ଲାସ୍‌ରୁମ୍‌ରେ ଆମେ ଥିଲୁ। ଏହି ସମୟରେ ହଠାତ୍‌ ପ୍ରଧାନ ଶିକ୍ଷକ ପାଖକୁ ଆସି ଏକ ବାଉଁଶ ବାଡିରେ ବାମହାତକୁ ଜୋରରେ ପିଟିଥିଲେ ବୋଲି ସେ କହିଥିଲେ। ଏ ସଂକ୍ରାନ୍ତରେ ସିଆର୍‌ସିସି ପ୍ରଦୀପ ସିଂ ବାବୁଙ୍କୁ ପଚାରିବାରେ ପ୍ରଧାନ ଶିକ୍ଷକ ଶବର ଛାତ୍ରୀଙ୍କୁ ମାଡ ମାରିବା ଘଟଣା ସତ। କିନ୍ତୁ କେଉଁ କାରଣରୁ ମାଡ ମାରିଲେ ତାହା ଜାଣିନାହିଁ ଓ ତଦନ୍ତ ପରେ ଜଣାପଡିବ ବୋଲି ପ୍ରକାଶ କରିଥିଲେ। ଶୁକ୍ରବାର ପ୍ରଧାନ ଶିକ୍ଷକ କୌଣସି କାରଣବଶତଃ ସ୍କୁଲରେ ଅନୁପସ୍ଥିତ ରହିଥିବା ଦେଖିବାକୁ ମିଳିଥିଲା। ଫୋନରେ ଯୋଗାଯୋଗ ପାଇଁ ଉଦ୍ୟମ କରାଯାଇଥିଲେ ହେଁ ଫୋନ ସୁଇଚ ଅଫ୍‌ ଥିବାରୁ ତାଙ୍କ ମତାମତ ମିଳିପାରିନାହିଁ। ପ୍ରକାଶ ଥାଉକି ପ୍ରଧାନ ଶିକ୍ଷକ ଏହାପୂର୍ବରୁ ଅନ୍ୟ ଛାତ୍ରୀଛାତ୍ରଙ୍କୁ ମାଡ଼ ମାରିବା ଘଟଣା ନେଇ ସ୍କୁଲ ପରିଚାଳନା କମିଟି ପକ୍ଷରୁ ବୈଠକ କରାଯାଇଛି। ଏଥିପ୍ରତି ବଲାଙ୍ଗୀର ଜିଲାପାଳ ଓ ଜିଲା ଶିକ୍ଷାଧିକାରୀ ଦୃଷ୍ଟିଦେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri