ଟ୍ରଷ୍ଟ ହାତରେ ବିଶ୍ୱବିଦ୍ୟାଳୟ ପାଠପଢ଼ାକୁ ବିରୋଧ

ଭୁବନେଶ୍ୱର,୫।୪(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟର ଚଣ୍ଡିଖୋଲସ୍ଥିତ ଦ୍ୱିତୀୟ କ୍ୟାମ୍ପସରେ ଗତ ୨ବର୍ଷ ହେବ ବିଏସ୍‌ସି ନର୍ସିଂ କୋର୍ସ ଆରମ୍ଭ ହୋଇଛି। ହେଲେ ଏହାର ପରିଚାଳନା ଓ ପାଠପଢ଼ା ଦାୟିତ୍ୱ ରହିଛି ଏକ ଟ୍ରଷ୍ଟ ହାତରେ। ଫଳରେ ନାନା ସମସ୍ୟା ଉପୁଜୁଥିବାରୁ ପାଠପଢ଼ା ବ୍ୟାହତ ହେଉଥିବା ଅଭିଯୋଗ ଆଣି ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସୋମବାର ସେମାନେ ବାଣୀବିହାରସ୍ଥିତ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌କୁ ଆସି ପ୍ରତିବାଦ ଜଣାଇଥିଲେ। କୁଳପତିଙ୍କ କାର୍ଯ୍ୟାଳୟକୁ ଘେରାଉ କରିବା ସହ ପ୍ରଶାସନିକ ବ୍ଲକ୍‌ର ମୁଖ୍ୟ ଫାଠକ ବନ୍ଦ କରି ଧାରଣାରେ ବସିଥିଲେ।
ଅଭିଯୋଗ କରିଛନ୍ତି, ବିଏସ୍‌ସି ନର୍ସିଂ କୋର୍ସ ପରିଚାଳନା ଦାୟିତ୍ୱ ଶ୍ରୁଶୃତମ ଚାରିଟେବଲ୍‌ ଟ୍ରଷ୍ଟ ନେଇଛି। କୋର୍ସ ବାବଦରେ ପିଲାଙ୍କଠାରୁ ୭୫ହଜାର ଟଙ୍କା ନିଆଯାଉଥିବା ବେଳେ କୌଣସି ସୁବିଧା ସୁଯୋଗ ଦିଆଯାଉ ନାହିଁ। ଦ୍ୱିତୀୟ ବର୍ଷର ପ୍ରତି ପିଲାଙ୍କଠାରୁ ବେଆଇନ ଭାବେ ୮ହଜାର ଟଙ୍କା ନିଆଯାଉଛି। ସେହିପରି ବିଭାଗରେ ମାତ୍ର ୩ ଜଣ ଷ୍ଟାଫ୍‌ ଥିବାରୁ ନିୟମିତ କ୍ଲାସ ହୋଇପାରୁ ନାହିଁ। ଏହା ବାଦ୍‌ ଲାବରେଟୋରିରେ ଆବଶ୍ୟକ ଉପକରଣ ନ ଥିବା ବେଳେ ଲାଇବ୍ରେରି, ହଷ୍ଟେଲ ଏବଂ ଖାଇବା ପିଇବା ସମସ୍ୟା ରହୁଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଟ୍ରଷ୍ଟ ହାତରୁ ଉକ୍ତ ଦାୟିତ୍ୱ ବାହାର କରି ନିଜେ ପରିଚାଳନା କରିବାକୁ ସେମାନେ ଦାବି କରିଛନ୍ତି। ସମସ୍ୟାର ସମାଧାନ ନ ହେଲେ ଆନ୍ଦୋଳନରୁ ହଟିବେ ନାହିଁ ବୋଲି ଛାତ୍ରୀଛାତ୍ର କହିଛନ୍ତି। ଏଥିସହ ଏ ସଂକ୍ରାନ୍ତରେ ଛାତ୍ରୀଛାତ୍ରମାନେ କୁଳପତିଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଯଦି ସେହି ଟ୍ରଷ୍ଟ ହାତରୁ ଦାୟିତ୍ୱ ହଟା ନ ଯାଏ, ତେବେ ଆଗକୁ ବଡ଼ ଧରଣର ରାସ୍ତାରୋକୋ କରାଯିବ ବୋଲି ଚେତାବନୀ ଦେଇଛନ୍ତି। ତେବେ ବିଶ୍ୱବିଦ୍ୟାଳୟର ଓଏସ୍‌ଡି କବୀର ମୋହନ ସେଠୀ ପିଲାଙ୍କୁ ବୁଝାଶୁଝା କରିବା ସହ ତୁରନ୍ତ ମାମଲାର ସମାଧାନ କରିବା ନେଇ ପ୍ରତିଶ୍ରୁତି ଦେଇଥିଲେ। ଦ୍ୱିତୀୟ କ୍ୟାମ୍ପସରେ ନର୍ସିଂ କୋର୍ସ ଦାୟିତ୍ୱ ଯେଉଁ ଟ୍ରଷ୍ଟ ନେଇଛି, ପୂର୍ବରୁ ଉକ୍ତ ସଂସ୍ଥା ନାଁରେ ବାରମ୍ବାର ଅଭିଯୋଗ ହୋଇଥିଲା। ମଙ୍ଗଳବାର ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ଟ୍ରଷ୍ଟ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri