ନିଆରା ଢଙ୍ଗରେ ଶ୍ରମିକ ଦିବସ ପାଳିଲେ ଉତ୍କଳ ବିଶବିଦ୍ୟାଳୟର ବିଜୁ ଛାତ୍ର ଜନତା ଦଳର ଛାତ୍ରୀଛାତ୍ର

ଭୁବନେଶ୍ୱର,୧।୫(ବ୍ୟୁରୋ): ଶ୍ରମିକମାନେ ହେଉଛନ୍ତି ବିଶ୍ୱ ଗଠନର ଏକମାତ୍ର ମେରୁଦଣ୍ଡ। ଶ୍ରମିକ ମାନଙ୍କର ତ୍ୟାଗ, ନିଷ୍ଠା, ପରିଶ୍ରମ ଓ ଦେଶପ୍ରତି ଅବଦାନ ପ୍ରଶଂସନୀୟ। ଶ୍ରମିକ ମାନେ ହିଁ ହେଉଛନ୍ତି ପ୍ରତ୍ୟେକ ନିର୍ମାଣର ବିଶକର୍ମା । ତେବେ ସେହି ଶ୍ରମିକ ମାନଙ୍କ ଉଦ୍ଦେଶ୍ୟରେ ପ୍ରତିବର୍ଷ ମେ୧ ତାରିଖକୁ ବିଶ ଶ୍ରମିକ ଦିବସ ଭାବେ ପାଳନ କରାଯାଏ । ସୋମବାର ଶ୍ରମିକ ଦିବସକୁ ଉତ୍କଳ ବିଶବିଦ୍ୟାଳୟର ବିଜୁ ଛାତ୍ର ଜନତା ଦଳର ଛାତ୍ରୀଛାତ୍ର ନିଆରା ଢଙ୍ଗରେ ପାଳନ କରିଛନ୍ତି । ବିଜୁ ଛାତ୍ର ଜନତା ଦଳର କର୍ମକର୍ତ୍ତା ବିଶ୍ୱ ବିଦ୍ୟାଳୟରେ କାର୍ଯ୍ୟ କରୁଥିବା ସମସ୍ତ ଶ୍ରମଜୀବୀ ଲୋକ ଅଥବା ଶ୍ରମିକ ମାନଙ୍କୁ ମାସିକ ଘରୋଇ ରାସନ ପ୍ରଦାନ କରିଛନ୍ତି । ଏହା ସହ ଆମ ଦୈନଦିନ ଜୀବନରେ ଶ୍ରମିକ ମାନଙ୍କର ମହତ୍ତ୍ୱ, ଉପସ୍ଥିତି ଓ ସେମାନଙ୍କ କାର୍ଯ୍ୟକୁ ନେଇ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଏକ ସଚେତନତା ବାର୍ତ୍ତା ମଧ୍ୟ ପ୍ରଦାନ କରାଯାଇଛି ।
ତେବେ ଏହି ଅବସରରେ ଉତ୍କଳ ବିଶବିଦ୍ୟାଳୟର ଛାତ୍ର ନେତା ତଥା ବିଜୁ ଛାତ୍ର ଜନତା ଦଳର ରାଜ୍ୟ ଉପସଭାପତି ଅରୁପ ଶ୍ରୀଚନ୍ଦନ, ରାଜ୍ୟ ସମ୍ପାଦକ ରଶ୍ମି ରଞ୍ଜନ ପରିଡ଼ା, ରାଜ୍ୟ ସାଧାରଣ ସମ୍ପାଦିକା ସୁଶ୍ରୀ ସିମ୍ରନ ସିଂ ରାଜପୁତ, ବିଶବିଦ୍ୟାଳୟର ଦକ୍ଷ ଛାତ୍ର ନେତା ସନ୍ତୋଷ ମାଝୀ ଓ ବିଶ୍ୱ ବିଦ୍ୟାଳୟରେ ଥିବା ଛାତ୍ର ନେତା ସଚ୍ଚିକାନ୍ତ ସାହୁ, ରୁଦ୍ର ପଟ୍ଟନାୟକ, ବିଶ୍ୱଜିତ୍‌ ଯତୀନ ପାତ୍ର, ହିତେଶ ମଲ୍ଲିକ , ଓଁକାର ନନ୍ଦ, ରାଜେନ୍ଦ୍ର ସାହୁ , ଶକ୍ତି ପ୍ରସାଦ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri