ନିଆରା ଢଙ୍ଗରେ ଶ୍ରମିକ ଦିବସ ପାଳିଲେ ଉତ୍କଳ ବିଶବିଦ୍ୟାଳୟର ବିଜୁ ଛାତ୍ର ଜନତା ଦଳର ଛାତ୍ରୀଛାତ୍ର

ଭୁବନେଶ୍ୱର,୧।୫(ବ୍ୟୁରୋ): ଶ୍ରମିକମାନେ ହେଉଛନ୍ତି ବିଶ୍ୱ ଗଠନର ଏକମାତ୍ର ମେରୁଦଣ୍ଡ। ଶ୍ରମିକ ମାନଙ୍କର ତ୍ୟାଗ, ନିଷ୍ଠା, ପରିଶ୍ରମ ଓ ଦେଶପ୍ରତି ଅବଦାନ ପ୍ରଶଂସନୀୟ। ଶ୍ରମିକ ମାନେ ହିଁ ହେଉଛନ୍ତି ପ୍ରତ୍ୟେକ ନିର୍ମାଣର ବିଶକର୍ମା । ତେବେ ସେହି ଶ୍ରମିକ ମାନଙ୍କ ଉଦ୍ଦେଶ୍ୟରେ ପ୍ରତିବର୍ଷ ମେ୧ ତାରିଖକୁ ବିଶ ଶ୍ରମିକ ଦିବସ ଭାବେ ପାଳନ କରାଯାଏ । ସୋମବାର ଶ୍ରମିକ ଦିବସକୁ ଉତ୍କଳ ବିଶବିଦ୍ୟାଳୟର ବିଜୁ ଛାତ୍ର ଜନତା ଦଳର ଛାତ୍ରୀଛାତ୍ର ନିଆରା ଢଙ୍ଗରେ ପାଳନ କରିଛନ୍ତି । ବିଜୁ ଛାତ୍ର ଜନତା ଦଳର କର୍ମକର୍ତ୍ତା ବିଶ୍ୱ ବିଦ୍ୟାଳୟରେ କାର୍ଯ୍ୟ କରୁଥିବା ସମସ୍ତ ଶ୍ରମଜୀବୀ ଲୋକ ଅଥବା ଶ୍ରମିକ ମାନଙ୍କୁ ମାସିକ ଘରୋଇ ରାସନ ପ୍ରଦାନ କରିଛନ୍ତି । ଏହା ସହ ଆମ ଦୈନଦିନ ଜୀବନରେ ଶ୍ରମିକ ମାନଙ୍କର ମହତ୍ତ୍ୱ, ଉପସ୍ଥିତି ଓ ସେମାନଙ୍କ କାର୍ଯ୍ୟକୁ ନେଇ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଏକ ସଚେତନତା ବାର୍ତ୍ତା ମଧ୍ୟ ପ୍ରଦାନ କରାଯାଇଛି ।
ତେବେ ଏହି ଅବସରରେ ଉତ୍କଳ ବିଶବିଦ୍ୟାଳୟର ଛାତ୍ର ନେତା ତଥା ବିଜୁ ଛାତ୍ର ଜନତା ଦଳର ରାଜ୍ୟ ଉପସଭାପତି ଅରୁପ ଶ୍ରୀଚନ୍ଦନ, ରାଜ୍ୟ ସମ୍ପାଦକ ରଶ୍ମି ରଞ୍ଜନ ପରିଡ଼ା, ରାଜ୍ୟ ସାଧାରଣ ସମ୍ପାଦିକା ସୁଶ୍ରୀ ସିମ୍ରନ ସିଂ ରାଜପୁତ, ବିଶବିଦ୍ୟାଳୟର ଦକ୍ଷ ଛାତ୍ର ନେତା ସନ୍ତୋଷ ମାଝୀ ଓ ବିଶ୍ୱ ବିଦ୍ୟାଳୟରେ ଥିବା ଛାତ୍ର ନେତା ସଚ୍ଚିକାନ୍ତ ସାହୁ, ରୁଦ୍ର ପଟ୍ଟନାୟକ, ବିଶ୍ୱଜିତ୍‌ ଯତୀନ ପାତ୍ର, ହିତେଶ ମଲ୍ଲିକ , ଓଁକାର ନନ୍ଦ, ରାଜେନ୍ଦ୍ର ସାହୁ , ଶକ୍ତି ପ୍ରସାଦ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri