ଚନ୍ଦ୍ରୟାନ-୩ର ସଫ୍ଟ ଲ୍ୟାଣ୍ଡିଂ ନେଇ ଢେଙ୍କାନାଳର ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସୁକତା

ଢେଙ୍କାନାଳ,୨୩ା୮(ରତନ ନାୟାର): ଚନ୍ଦ୍ରୟାନ-୩ ର ସଫଳ ସଫ୍ଟ ଲ୍ୟାଣ୍ଡିଂ ପାଇଁ ଇସ୍ରୋର ବୈଜ୍ଞାନିକମାନେ ଉତ୍ସାହିତ ହୋଇରହିଛନ୍ତି। ଏହା ଭାରତ ପାଇଁ ଏକ ଐତିହାସିକ ଦିନ। ସେହିପରି ଢେଙ୍କାନାଳ ଜିଲା ବିଜ୍ଞାନ କେନ୍ଦ୍ର ପରିସରରେ ବୁଧବାର ଚନ୍ଦ୍ରଯାନ-୩ ସଫ୍ଟ ଲ୍ୟାଣ୍ଡିଂକୁ ନେଇ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସୁକତା ପରିଲକ୍ଷିତ ହୋଇଛି। ସେମାନେ ଏକ ସଚେତନତା କାର୍ଯ୍ୟକ୍ରମର ଆୟୋଜନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ, ମହିଷାପାଟସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଓଡ଼ାପଡ଼ା ବ୍ଲକର ଜିଏମ୍‌ଆର୍‌ ଡିଏଭି ପବ୍ଲିକ ସ୍କୁଲ, ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, ଢେଙ୍କାନାଳ ଆଦିର ଛାତ୍ରୀଛାତ୍ର ଯୋଗଦେଇ ରକେଟ୍‌ ସମ୍ପର୍କରେ ଜ୍ଞାନ ଆହୋରଣ କରିବା ସହିତ ଚନ୍ଦ୍ରୟାନ-୩ର ସଫଳ ସଫ୍ଟ ଲ୍ୟାଣ୍ଡିଂକୁ ଉତ୍ସାହିତ ହୋଇ ଚାହିଁରହିଛନ୍ତି। ଚନ୍ଦ୍ରୟାନ -୩ ବୁଧବାର ସନ୍ଧ୍ୟା ୬ଟା ମିନିଟ୍‌ ୩୮ ସେକେଣ୍ଡରେ ସଫ୍ଟ ଲ୍ୟାଣ୍ଡିଂ କରିବ ବୋଲି ଜିଲା ବିଜ୍ଞାନ ଅଧିକାରୀ ଏମ୍‌ଏମ୍‌ ରାଉତଙ୍କ ସୂଚନାରୁ ଜଣାପଡ଼ିଛି। ଏହି ଦୃଶ୍ୟ ମଧ୍ୟ ବିଜ୍ଞାନ କେନ୍ଦ୍ରରେ ପ୍ରଦର୍ଶିତ ହେବ। ଛାତ୍ରୀଛାତ୍ର ମଧ୍ୟ ଏହା ଦେଖିପାରିବେ ବୋଲି ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri