ପ୍ରଧାନଶିକ୍ଷକଙ୍କ ବଦଳି ପ୍ରତିବାଦରେ ଧାରଣା ଦେଲେ ଛାତ୍ରୀଛାତ୍ର

ପାପଡ଼ାହାଣ୍ଡି,୧ା୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଡେଙ୍ଗାଗୁଡ଼ା ପଞ୍ଚାୟତ ଖର୍କି ସରକାରୀ ଆଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସସିସ୍‌ ନାଗଙ୍କ ବଦଳି ପ୍ରତିବାଦରେ ଗୁରୁବାର ବିଦ୍ୟାଳୟ ଆଗରେ ଧାରଣା ଦେଇଛନ୍ତି ଛାତ୍ରୀଛାତ୍ରଙ୍କ ସହ ଅଭିଭାବକ। ଯେ ପର୍ଯ୍ୟନ୍ତ ପ୍ରଧାନଶିକ୍ଷକଙ୍କ ବଦଳି ପ୍ରତ୍ୟାହାର ନ ହୋଇଛି ସେମାନେ ବିଦ୍ୟାଳୟକୁ ଫେରିବେ ନାହିଁ ବୋଲି ଛାତ୍ରୀଛାତ୍ର କହିଥିବା ବେଳେ ଅଭିଭାବକମାନେ ବିଦ୍ୟାଳୟରେ ତାଲା ପକାଇବେ ବୋଲି ଚେତାବନୀ ଦେଇଛନ୍ତି।

ସୂଚନା ମୁତାବକ ବିଦ୍ୟାଳୟରେ ଗତ ୪ ବର୍ଷରୁ ଊର୍ଦ୍ଧ୍ୱ ହେଲା ପ୍ରଧାନଶିକ୍ଷକ ଦାୟିତ୍ୱରେ ରହି ଆସୁଥିଲେ। ଇତି ମଧ୍ୟରେ ତାଙ୍କର ଅନ୍ୟତ୍ର ବଦଳି ହୋଇଯାଇଛି। ଯାହାକୁ ସାଧାରଣରେ ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଅଭିଭାବକମାନେ ଗ୍ରହଣ କରି ପାରି ନ ଥିଲେ। ନାଗଙ୍କ ସମୟରେ ବିଦ୍ୟାଳୟର ଅନେକ ଉନ୍ନତିକରଣ କାର୍ଯ୍ୟ ସହ ଛାତ୍ରୀଛାତ୍ର ହଷ୍ଟେଲ ସୁବିଧା ଭଲ ଭାବରେ ପାଉଥିଲେ। ପାଠପଢ଼ାରେ ମଧ୍ୟ ବହୁତ ଉନ୍ନତି ହୋଇଥିଲା। ବିଦ୍ୟାଳୟ ପରିବେଶ ସଫାସୁତରା ରହିଥିଲା। ଯଦି ସେ ବଦଳି ହୋଇ ଚାଲିଯିବେ ତା’ ହେଲେ ଛାତ୍ରୀଛାତ୍ରଙ୍କ ବିଦ୍ୟାଳୟ ପ୍ରତି ଯିବାକୁ ମନ ହେବ ନାହିଁ ବୋଲି ଅଭିଭାବକ କହିଛନ୍ତି। ଯଦି ବଦଳି ପ୍ରତ୍ୟାହାର କରା ନ ଯାଏ ତେବେ ଛାତ୍ରୀଛାତ୍ର ବିଦ୍ୟାଳୟ ଛାଡ଼ିବା ସହ ଅଭିଭାବକ ବିଦ୍ୟାଳୟରେ ତାଲା ପକାଇବେ ବୋଲି ଚେତାବନୀ ଦେଇଛନ୍ତି। ଖବର ଲେଖା ଶେଷ ସୁଦ୍ଧା ଧାରଣା ଜାରି ରହିଛି। ପ୍ରଶାସନ ପକ୍ଷରୁ କେହି ପହଞ୍ଚି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri