ଜାମୁଗଣ୍ଡ ନାଳରେ ଦୌଡ଼ି ବାନ୍ଧି ଘରକୁ ଗଲେ ଛାତ୍ରୀଛାତ୍ର

ପାତ୍ରପୁର,୧୦।୭(ଡି.ଏନ.ଏ): ପାତ୍ରପୁର ବ୍ଲକ ବୁରାତାଲ ପଞ୍ଚାୟତରେ ବର୍ଷା ପାଣି ଯୋଗୁଁ ଜାମୁଗଣ୍ଡ ନାଳ ଭର୍ତ୍ତି ହୋଇଯିବାରୁ ଦଉଡ଼ି ବାନ୍ଧି ଛାତ୍ରୀଛାତ୍ର ଘରକୁ ଆସିଛନ୍ତି। ବୁରାତାଲ ପଞ୍ଚାୟତ କମଳାଖତ ନୂଆଁସାହି ତଥା ସେହି ଅଞ୍ଚଳରେ ଥିବା ପ୍ରାୟ ଦଶ ଖଣ୍ଡ ଗ୍ରାମକୁ ଯିବା ପାଇଁ ହେଲେ ଜାମୁଗଣ୍ଡ ନାଳ ପାର କରିବାକୁ ପଡିଥାଏ। ଶୁକ୍ରବାର ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ଫଳରେ ନାଳରେ ପାଣି ଆସି ଯାଇଥିଲା। ଫଳରେ ଉପର ମୁଣ୍ଡରେ ଥିବା ଗ୍ରାମର ପିଲାମାନେ ବିଦ୍ୟାଳୟକୁ ଯାଇ ଗ୍ରାମକୁ ଫେରିବା ବେଳେ ନାଳର ବର୍ଷା ପାଣିକୁ ଦେଖି ଭୟଭିତ ହୋଇପଡ଼ିଥିଲେ। କମଳାଖତ ନୂଆଁସାହିର ଗୋବିନ୍ଦ ମଣ୍ଡଳ, ଅନନ୍ତ ଭୁୟାଁ, ପିତାମ୍ବର ମଣ୍ଡଳ, ବାଙ୍କିଆ ଭୁୟାଁ ଓ ନନ୍ଦ ରଇତ ନାଳ ଅତିକ୍ରମ ହୋଇ ପାଠ ପଢିବା ପାଇଁ ପୁରିଆସାହି ଯାଇଥିଲେ। ଫେରିବା ସମୟରେ ନାଳରେ ପାଣି ଆସିଯାଇଥିଲା। ନାଳ ସେ ପଟେ ରହି ପିଲା ଡାକ ଦେବାରୁ ଗ୍ରାମବାସୀ ଆସି ଦଉଡି ବାନ୍ଧି ପିଲାମାନଙ୍କୁ ନାଳ ପାର କରିଥିଲେ। ପ୍ରତ୍ୟେକ ଦିନ ପିଲା ମାନେ ନାଳ ପାର ହୋଇ ପାଠ ପଢିବାକୁ ଯାଉଥିବା ବେଳେ ବର୍ଷା ଦିନ ଆସିଲେ ସେମାନେ ନାନା ପ୍ରକାରର ସମସ୍ୟାକୁ ସାମ୍ନା କରୁଥିବା
ଗ୍ରାମବାସୀ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ, ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?