ଫି’ ବୃଦ୍ଧି ନେଇ ଆନ୍ଦୋଳନରେ ବସିଲେ ଛାତ୍ରୀଛାତ୍ର

କେନ୍ଦୁଝର,୮ା୧୨(ସ୍ବ.ପ୍ର.): କେନ୍ଦୁଝରଠାରେ ଥିବା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଦ୍ୱିତୀୟ କ୍ୟାମ୍ପସର ପ୍ରଥମ ବର୍ଷର ଛାତ୍ରୀଛାତ୍ର ବିଭିନ୍ନ ଦାବି ନେଇ ବୁଧବାର କ୍ୟାମ୍ପସ୍‌ର ଗେଟ ବନ୍ଦ କରି ଧାରଣା ଦେଇଛନ୍ତି। ଫର୍ମ ଫିଲପ ପାଇଁ ମାତ୍ର ଦୁଇଦିନ ସମୟ ଦିଆଯାଇଛି। ଏଥିସହିତ ଚଳିତବର୍ଷ ଫି’ବୃଦ୍ଧିକୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏଠାରେ ଚାରୋଟି ବିଭାଗ ଜୁଲୋଜି, ମ୍ୟାଟିରିଆଲ ସାଇନ୍ସ, ସଂସ୍କୃତ, ଓଡ଼ିଆ, ଇଂରାଜୀ ବିଭାଗରେ ପ୍ରଥମ ଓ ଦ୍ୱିତୀୟ ବର୍ଷ ପାଇଁ ୩୦୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ପଢ଼ିଥାନ୍ତି। କ୍ୟାମ୍ପସ୍‌ରେ ହଷ୍ଟେଲ ଥାଇ ମଧ୍ୟ ଛାତ୍ରୀଛାତ୍ରଙ୍କୁ ହଷ୍ଟେଲରେ ରହିବାକୁ ଦିଆଯାଉନାହିଁ। ଉନ୍ନତମାନର ଲାଇବ୍ରେରୀ, ଲାବୋରୋଟୋରୀରେ ସମସ୍ତ ଜିନିଷ ଉପଲବ୍ଧ ରହିବାକୁ ଦାବି କରିଛନ୍ତି ଛାତ୍ରୀଛାତ୍ର। ସେହିପରି ସମସ୍ତ ବିଭାଗ ପାଇଁ ଅଧ୍ୟାପକ, ଅଧ୍ୟାପିକା ନ ଥିବାରୁ ପାଠପଢାରେ ବ୍ୟାହତ ସୃଷ୍ଟି ହେଉଛି। ଏନେଇ କ୍ୟାମ୍ପସର ନିର୍ଦ୍ଦେଶକଙ୍କ ନିକଟରେ ଏସବୁ ସମସ୍ୟା ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ତେବେ ଏନେଇ କ୍ୟାମ୍ପସର ଭିସି ଙ୍କୁ ଅବଗତ କରିବା ସହ ଅନ୍ୟ ସମସ୍ୟାର ସମାଧାନ କରାଯିବ ବୋଲି କ୍ୟାମ୍ପସର ନିର୍ଦ୍ଦେଶକ କହିଛନ୍ତି।

ସବୁ କ୍ଷେତ୍ରରେ ଏହି କ୍ୟାମ୍ପସକୁ ଅବହେଳା କରାଯାଇ ଆସୁଥିବାରୁ ନାମ ଲେଖାଇ ଥିବା ଛାତ୍ରୀ ଛାତ୍ର ମାନେ ବହୁ ପାଠ ପଢ଼ାରେ ବହୁ ଅସୁବଧା ଭୋଗୁଛନ୍ତି। ଏ ନେଇ ବାରମ୍ବାର ଆନ୍ଦୋଳନ କଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବାରୁ ଆଗାମୀ ଦିନରେ ମେଧାବୀ ଛାତ୍ରୀଛାତ୍ର ଆସିବା ନେଇ ସନ୍ଦେହ ସୃଷ୍ଟି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri