ସୁବର୍ଣ୍ଣରେଖା ନଦୀବନ୍ଧ ବିପଦସଙ୍କୁଳ

ଜଳେଶ୍ୱର, ୨୮।୯(ଡି.ଏନ.ଏ.)-ଚଳିତବର୍ଷ ସୁବର୍ଣ୍ଣରେଖା ନଦୀରେ ୩ଥର ବନ୍ୟାପାଣି ଆସି ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରଭୂତ କ୍ଷତି ଘଟିଛି। ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ଥିବା ସୁବର୍ଣ୍ଣରେଖା ନଦୀବନ୍ଧର ୩ଟି ସ୍ଥାନରେ ଅତଡ଼ା ଖସୁଥିବା ନଜରକୁ ଆସିଛି। ନଦୀବନ୍ଧ ଏବେ ବିପଦସଙ୍କୁଳ ଅବସ୍ଥାରେ ଥିବା ଏଥିରୁ ସ୍ପଷ୍ଟ ହେଉଛି। ବନ୍ୟା ପୂର୍ବରୁ ଗୋଟିଏ ସ୍ଥାନର ମରାମତି ଲାଗି କାର୍ଯ୍ୟାଦେଶ ଦିଆଯାଇଥିବା ବେଳେ ଅନ୍ୟ ୨ଟିକୁ ରାଜ୍ୟର ଉଚ୍ଚ କ୍ଷମତାସମ୍ପନ୍ନ ବିଶେଷଜ୍ଞ ଦଳ ମଞ୍ଜୁରୀ ଦେଇଛନ୍ତି। ଏହା ମରାମତି ନ ହେଲେ ପରିସ୍ଥିତି ଜଟିଳ ହେବାର ଆଶଙ୍କା ରହିଛି ।
ଜଳେଶ୍ୱର ବ୍ଲକ ଅଧୀନ ସୁବର୍ଣ୍ଣରେଖା ନଦୀ ଦକ୍ଷିଣ ପାର୍ଶ୍ୱରେ ଥିବା ମାଳିପାଳଠାରେ ନଦୀବନ୍ଧ ମରାମତି ଲାଗି ୩୩ଲକ୍ଷ ୫୮ହଜାର ଟଙ୍କାର କାର୍ଯ୍ୟାଦେଶ ଦିଆଯାଇଥିଲେ ମଧ୍ୟ ତାହା ଆରମ୍ଭ ହୋଇନାହିଁ । ସେଠାରେ ନଦୀବନ୍ଧ ସୁରକ୍ଷା ଦିଆ ନ ଗଲେ ନଦୀର ପଶ୍ଚିମପଟେ ମହାବିଲା ଖାଳ ଗତି କରିଥିବାରୁ ନଦୀର ଗତିପଥ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। କିନ୍ତୁ କାର୍ଯ୍ୟ ଆରମ୍ଭ ହୋଇ ନ ଥିବାରୁ ବନ୍ୟା ବେଳେ ଲୋକେ ଭୟଭୀତ ଅବସ୍ଥାରେ କାଳାତିପାତ କରୁଛନ୍ତି । ସେହିପରି ନଦୀର ପୂର୍ବପଟେ ଜମାଳପୁର ନିକଟ ସାନରାଉତପଡ଼ାଠାରେ ସ୍ପର ଓ ପଥରପ୍ୟାକିଂ ଲାଗି ୬ କୋଟି ୬୬ ଲକ୍ଷ ୪୮ ହଜାର ଟଙ୍କାର ପ୍ରକଳ୍ପକୁ ଟିଏସି ଅନୁମୋଦନ କରିଛି। ସେହିପରି ବିରିଷପୁରଠାରେ ଅନ୍ୟ ଏକ ପ୍ରକଳ୍ପ ଲାଗି ୧୮କୋଟି ୩୧ଲକ୍ଷ ୨୪ହଜାର ଟଙ୍କାର ପ୍ରକଳ୍ପକୁ ଟିଏସି ଅନୁମୋଦନ କରିଥିଲେ ମଧ୍ୟ ୩ବର୍ଷ ଧରି ଅର୍ଥ ଅଭାବରୁ କାର୍ଯ୍ୟ ହୋଇପାରୁନାହିଁ। ଗତ ୫ଦିନ ତଳେ ଦେଖାଦେଇଥିବା ସୁବର୍ଣ୍ଣରେଖାରେ ବନ୍ୟା ଯୋଗୁ ଲକ୍ଷ୍ମଣନାଥ ନିକଟରେ ଉକ୍ତ ବନ୍ଧର ୨ଟି ସ୍ଥାନରେ ବଡ଼ ବଡ଼ ଅତଡ଼ା ଖସିଛି । ସୂଚନାଯୋଗ୍ୟ ୨୦୦୮ରେ ପ୍ରଳୟଙ୍କରୀ ବନ୍ୟାରେ ଏହି ବନ୍ଧ ବିଭିନ୍ନ ସ୍ଥାନରେ ଧୋଇଯିବା ପରେ ଏହାର ମରାମତି କରାଯାଇଥିଲା। ଏହି ବନ୍ଧକୁ ସୁଦୃଢ଼ କରାଯିବାକୁ ସ୍ଥାନୀୟ ଜନପ୍ରତିନିଧି ଓ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri