କମୁଛି ସୁବର୍ଣ୍ଣରେଖା, ବଢୁଛି ଦୁର୍ଦ୍ଦଶା

ବାଲେଶ୍ୱର ଅଫିସ, ୨୩।୮:ଝାଡ଼ଖଣ୍ଡର ଗାଲୁଡିହି ବ୍ୟାରେଜ୍‌ରୁ ମୋଟ୍‌ ୨୦ଟି ଗେଟ୍‌ ଖୋଲାଯାଇଥିବାରୁ ଉତ୍ତର ବାଲେଶ୍ୱରରେ ପ୍ରବାହିତ ସୁବର୍ଣ୍ଣରେଖା ନଦୀରେ ଭୟଙ୍କର ବନ୍ୟା ସ୍ଥିତି ଉପୁଜିଛି। ରାଜଘାଟସ୍ଥିତ ପୋଲ ନିକଟରେ ବିପଦସଙ୍କେତ ୧୦.୩୬ ମିଟର ଥିବାବେଳେ ସୋମବାର ପୂର୍ବାହ୍ନ ୫ଟା ସୁଦ୍ଧା ୧୧.୯୦ ମିଟର ଥିବା ବେଳେ ଧୀରେ ଧୀରେ ଜଳସ୍ତର କମି ସନ୍ଧ୍ୟା ୬ଟା ସୁଦ୍ଧା ୧୧.୪୨ମିଟରରେ ପହଞ୍ଚତ୍ଛି। ସେହିପରି ବସ୍ତା ବ୍ଲକ ମଥାନୀ ପୋଲ ନିକଟରେ ଜଳକା ନଦୀରେ ବିପଦସଙ୍କେତ ୫.୫୦ମିଟର ଥିବାବେଳେ ସନ୍ଧ୍ୟା ୬ଟା ସୁଦ୍ଧା ୬.୫୦ମିଟରରେ ବନ୍ୟାଜଳ ପ୍ରବାହିତ ହେଉଛି। ଜିଲାର ପ୍ରାୟ ୪ଟି ବ୍ଲକ ଜଳେଶ୍ୱର, ଭୋଗରାଇ, ବସ୍ତା ଓ ବାଲିଆପାଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ପ୍ରଶାସନ ପକ୍ଷରୁ ତଳିଆ ଅଞ୍ଚଳର ଲୋକଙ୍କୁ ବିସ୍ଥାପନ କରାଯାଇ ବାତ୍ୟା ଆଶ୍ରୟସ୍ଥଳୀରେ ରଖାଯିବା ସହ ସେମାନଙ୍କୁ ଖାଦ୍ୟ, ପାନୀୟ ଓ ସ୍ବାସ୍ଥ୍ୟସେବା ଲାଗି ବ୍ୟବସ୍ଥା କରାଯାଇଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଉଦ୍ଧାର ପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ୧୨, ଏନ୍‌ଡିଆର୍‌ଏଫ୍‌ ୪, ଓଡ୍ରାଫ୍‌ ୫ ମୋଟ୍‌ ୨୧ଟି ଟିମ୍‌ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସେହିପରି ସ୍ବାସ୍ଥ୍ୟସେବା ଲାଗି ୧୦ଟି ମେଡ଼ିକାଲ ଟିମ୍‌, ୯ଟି ୧୦୮ ଆମ୍ବୁଲାନ୍ସ ଏବଂ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା କରିବା ପାଇଁ ୮ଟି ରୋଡ୍‌ ଟିମ୍‌ ଦ୍ୱାରା କାର୍ଯ୍ୟ ତଦାରଖ କରାଯାଉଛି। ବନ୍ୟାରେ ଜିଲାରେ ମୋଟ ୫ଟି ବ୍ଲକ ଅଧୀନ ୮୩ ପଞ୍ଚାୟତର ୧୫୬ଗାଁରୁ ୪୦ହଜାର ୧୨୪ ଲୋକଙ୍କୁ ସ୍ଥାନାନ୍ତର କରାଯିବା ପାଇଁ ପ୍ରଶାସନ ପକ୍ଷରୁ ଧାର୍ଯ୍ୟ କରାଯାଇଛି। ସେମାନଙ୍କୁ ମାଗଣା ରନ୍ଧାଖାଦ୍ୟ ଯୋଗାଇ ଦେବା ପାଇଁ ୧୫୮ ମାଗଣା ଖାଦ୍ୟବଣ୍ଟନ କେନ୍ଦ୍ର ଖୋଲାଯିବା ଲାଗି ଯୋଜନା କରାଯାଇଛି। ବୁଢ଼ାବଳଙ୍ଗ ନଦୀରେ ଜଳସ୍ତର କମିଯାଇଥିବାରୁ ସଦର ଓ ରେମୁଣା ବ୍ଲକରେ ପାଣି ଛାଡ଼ିଥିବା ଜଣାପଡ଼ିଛି।
ରିପୋର୍ଟ ଅନୁସାରେ ମୋଟ୍‌ ୮୫ପଞ୍ଚାୟତର ୨୨୪ଗାଁରୁ ୨୮ହଜାର ୯୦୧ ଲୋକଙ୍କୁ ସ୍ଥାନାନ୍ତର କରାଯାଇ ୧୬୩ ବାତ୍ୟା ଆଶ୍ରୟସ୍ଥଳ ରଖାଯାଇଛି। ୧୫୭ ମାଗଣା ଖାଦ୍ୟ ବଣ୍ଟନ କେନ୍ଦ୍ର କରାଯାଇଛି। ଆର୍‌ଡିସି ସେଣ୍ଟ୍ରାଲ ଡିଭିଜନ ଜଳେଶ୍ୱର ଓ ବାଲିଆପାଳ ବ୍ଲକରେ ପହଞ୍ଚତ୍ ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି।
ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ କହିଛନ୍ତି, ଜିଲାର ବହୁ ଗ୍ରାମଗୁଡ଼ିକ ମଧ୍ୟରେ ବନ୍ୟାଜଳ ପ୍ରବେଶ କରିଛି। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଉଛି। ନଦୀର ଜଳସ୍ତର କମିଥିଲେ ସୁଦ୍ଧା ଏବେ ବି ବିପଦ ସଂକେତ ଉପରେ ରହିଛି। ଏଥିପାଇଁ ପାଣି ଅଞ୍ଚଳକୁ ନ ଯିବା ପାଇଁ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। ଏଥିସହିତ ବନ୍ୟା ପୀଡ଼ିତଙ୍କ ପାଇଁ ଶୁଖିଲା ଖାଦ୍ୟ ବହୁମାତ୍ରାରେ ଗଚ୍ଛିତ ରହିଛି। ପ୍ରତି ବ୍ଲକରେ ଏହା ଗଚ୍ଛିତ ଥିବା ବେଳେ ଲୋକମାନଙ୍କୁ ବିତରଣ କରାଯାଉଛି। ଖାଦ୍ୟ ସାମଗ୍ରୀ ମହଜୁଦ ଥିବା ବେଳେ ଯେଉଁଠି ଲୋକଙ୍କ ପାଖରେ ଖାଦ୍ୟ ପହଞ୍ଚତ୍ ନାହିଁ ସେମାନେ କ୍ଲଷ୍ଟର ଲେବୁଲ ଟିମ୍‌କୁ ଜଣାଇଲେ ଖାଦ୍ୟ ଯୋଗାଇ ଦିଆଯିବ। ଯେତେଦିନ ଯାଏ ବନ୍ୟା ପରିସ୍ଥିତି ରହିବ ଓ ଯୋଗାଯୋଗ ସୁବ୍ୟବସ୍ଥା ହୋଇ ନ ଥିବ ସେତେଦିନ ଯାଏ ଲୋକଙ୍କୁ ଖାଦ୍ୟ ଯୋଗାଇ ଦିଆଯିବ ବୋଲି ପ୍ରକାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରଜା ମନ୍ଦିରରେ ପୂଜା ପରେ ସମ୍ବଲପୁର ଗଲେ ପ୍ରଣବ

ଯାଜପୁର ଟାଉନ,୨୯ା୩(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି):ଯାଜପୁର ବିଧାୟକ ତଥା ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଚଳିତ ନିର୍ବାଚନରେ ବିଜେଡି ପକ୍ଷରୁ ସମ୍ବଲପୁର ସାଂସଦ ପ୍ରାର୍ଥୀ...

ରାସ୍ତା କାର୍ଯ୍ୟରେ ଅନିୟମିତତା ଅଭିଯୋଗ

କାଳିଆପାଣି,୨୯ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକର ଖଣି ଅଞ୍ଚଳରେ ବିଭିନ୍ନ ଯୋଜନାରେ ନିର୍ମାଣାଧୀନ କଂକ୍ରିଟ ରାସ୍ତା ଅତି ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏଭଳି...

ଭାଜପା-କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ

ତିହିଡ଼ି,୨୯।୩ (ସଞ୍ଜିତ ବଳ):ଭଦ୍ରକ ଜିଲା ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଭାଜପା ଓ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ...

୫ ମାସ ପରେ ବି ସରିଲାନି ଡିପିଆର୍‌

ଯାଜପୁର,୨୯ା୩ (ହର୍ଷବର୍ଦ୍ଧନ ବେହେରା):ଯାଜପୁର ରୋଡ୍‌ ରେଳଷ୍ଟେଶନଠାରୁ ଧାମରା ବନ୍ଦର ଭାୟା ଯାଜପୁର ଓ ଆରଡି ପ୍ରସ୍ତାବିତ ନୂତନ ରେଳପଥର ଚୂଡ଼ାନ୍ତ ଲୋକେଶନ ସର୍ଭେ ଏବଂ ଡିଟେଲ...

‘ନୋଟାରେ ଦେବୁ ପଛେ ଅପରାଜିତାଙ୍କୁ ନୁହଁ’

ଖୋର୍ଦ୍ଧା,୨୯ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରରୁ ବେଗୁନିଆ ଏବେ ସବୁଠି ଭାଜପାର ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କୁ ବିରୋଧ କରାଯାଉଛି। ଭାଜପା ପକ୍ଷରୁ ଲୋକ ସଭା ପ୍ରଥମ ପର୍ଯ୍ୟାୟ ତାଲିକାରେ...

ସନାତନ ଭାଜପାରୁ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

କେନ୍ଦୁଝର,୨୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):ପ୍ରଥମେ କଂଗ୍ରେସ, ପରେ କଂଗ୍ରେସ ଛାଡ଼ି ସ୍ବାଧୀନ ପ୍ରାର୍ଥୀ ଭାବରେ ଛିଡ଼ା ହୋଇ ଚମ୍ପୁଆ ବିଧାୟକ ହେଲେ। ଚଳିତ ନିର୍ବାଚନ ତାରିଖ ଘୋଷଣା...

ରାତିସାରା ଚାଲିଛି ମୋରମ ଲୁଟ୍‌

ଯାଜପୁର/କୋରେଇ(ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୯ା୩ : ଲଘୁ ଖଣିଜ ଦ୍ରବ୍ୟ ଲୁଟ୍‌ କାରବାରକୁ ନିୟନ୍ତ୍ରଣ କରିବା ଲକ୍ଷ୍ୟରେ ରାଜସ୍ବ ବିଭାଗଠାରୁ ଖଣି ବିଭାଗକୁ ଦାୟିତ୍ୱ ହସ୍ତାନ୍ତର ହୋଇଛି।...

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri