ଆସିଲା ‘ସୁଭଦ୍ରା’ଗାଇଡଲାଇନ୍‌: ଏତିକି ରହିଛି ବୟସସୀମା, କେଉଁମାନେ ପାଇବେନି, ସମସ୍ତ ସୂଚନା ସମ୍ପର୍କରେ ଜାଣନ୍ତୁ…

ଭୁବନେଶ୍ୱର,୨୬।୮: ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସୁଭଦ୍ରା ଯୋଜନା ପାଇଁ ଗାଇଡଲାଇନ ଜାରି କରାଯାଇଛି। ଗାଇଡଲାଇନ ଅନୁଯାୟୀ, ଆବେଦନକାରୀ ଓଡିଶାର ବାସିନ୍ଦା ହୋଇଥିବେ। ବୟସ ୨୧ରୁ ଅଧିକ ୬୦ ବର୍ଷରୁ କମ୍‌ ହୋଇଥିଲେ ସୁଭଦ୍ରା ଯୋଜନା ଆବେଦନ କରିପାରିବେ। ଆଧାରକାର୍ଡରେ ଥିବା ଜନ୍ମ ତାରିଖକୁ ଗ୍ରହଣ କରାଯିବ।

୧ ଜୁଲାଇ ୨୦୨୪ ସୁଦ୍ଧା ୨୧ରୁ କମ୍‌ ଓ ୬୦ରୁ ଅଧିକ ହୋଇଥିଲେ ଏହି ଯୋଜନା ପାଇବେନି। ମାସକୁ ୧୫ଶହ ବା ବର୍ଷକୁ ୧୮ ହଜାରରୁ ଅଧିକ ସହାୟତା ପାଉଥିଲେ ମିଳିବନି। ସେହିପରି ବର୍ତ୍ତମାନ କିମ୍ବା ପୂର୍ବତନ ଏମ୍‌ପି/ବିଧାୟକ ହୋଇଥିଲେ , ଆୟକର ଦେଉଥିଲେ, ୱାର୍ଡମେମ୍ବର/କାଉନସିଲର ଛଡ଼ା ଅନ୍ୟ ପଞ୍ଚାୟତ ପ୍ରତିନିଧି ହୋଇଥିଲେ ଏହି ଯୋଜନା ମିଳିବନି। ଏଥିସହ କେନ୍ଦ୍ର ଏବଂ ରାଜ୍ୟ ସରକାର ଚାକିରି ବା ପେନସନ ପାଇଥିଲେ ଏବଂ ପରିବାରର ଜଳସେଚିତ ଜମି ୫ ଏକର/ଅଣଜଳସେଚିତ ଜମି ୧୦ ଏକର ଥିଲେ ଏହି ଯୋଜନା ପାଇବେନି।

ସୁଭଦ୍ରା ପାଇବାକୁ ନିର୍ଦ୍ଧାରିତ ଫର୍ମରେ ଆବେଦନ କରିବା ଆବଶ୍ୟକ। ଅଫଲାଇନ୍‌ ଫର୍ମ ପୂରଣ ବା ଅନଲାଇନରେ ସୁଭଦ୍ରା ପୋର୍ଟାଲରେ ଆବେଦନ କରିପାରିବେ। ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ, ମୋ ସେବା କେନ୍ଦ୍ରରେ ମାଗଣାରେ ମିଳିବ ଫର୍ମ। ଆବେଦନକାରୀ ଫର୍ମ ପୂରଣ କରି ମୋ ସେବା କେନ୍ଦ୍ରରେ ଦାଖଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?