ସବ୍‌ଷ୍ଟେଶନ ଲୋକାର୍ପିତ, ବିଦ୍ୟୁତ୍‌ ସମସ୍ୟା ସୁଧୁରିବା ଆଶା

ଗୁଣପୁର/ନବରଙ୍ଗପୁର, ୨୨।୫(ଡି.ଏନ୍‌.ଏ./ବି.ପ୍ର.): ଲୋକମାନଙ୍କୁ ବିଦ୍ୟୁତ୍‌ ସୁବିଧା ଯୋଗାଇ ଦେବାକୁ ଶନିବାର ରାୟଗଡ଼ା ଓ ନବରଙ୍ଗପୁରରେ ବିଦ୍ୟୁତ୍‌ ସବ୍‌ଷ୍ଟେଶନ ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭର୍ଚୁଆଲ ମୋଡ୍‌ରେ ଉଦ୍‌ଘାଟନ କରିଛନ୍ତି।
ରାୟଗଡ଼ା ଜିଲା ଗୁଣପୁର ଓକିଲଗୁଡ଼ାରେ ୮୨ କୋଟି ଟଙ୍କା ବ୍ୟୟରେ ଗ୍ରୀଡ୍‌ ସବ୍‌ଷ୍ଟେଶନ ନିର୍ମାଣ କରାଯାଇଛି। ଏଥିରେ ୮୦ ହଜାର ଉପଭୋକ୍ତା ଲାଭବାନ୍‌ ହେବେ ବୋଲି ରାୟଗଡ଼ା ଓପିଟିସିଏଲ୍‌ ଡିଜିଏମ୍‌ ନୀହାର ରଞ୍ଜନ ରୟ ସୂଚନା ଦେଇଛନ୍ତି। ଗୁଣପୁର ସହ ପଦ୍ମପୁର, ରାମନାଗୁଡା, ବିକ୍ରମପୁର, ଜଲତାର ଏବଂ କୋଲନାରାର ଉପଭୋକ୍ତାମାନେ ଉପକୃତ ହେବେ। ଏହି ପ୍ରକଳ୍ପ ଦ୍ବାରା ଲୋ-ଭୋଲ୍‌ଟେଜ୍‌ରୁ ମୁକ୍ତି ସହ ନୀରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ଉପଲବ୍ଧ ହବ। ଏଥିସହ ନୌପଡ଼ା-ଗୁଣପୁର ରେଳପଥ ପାଇଁ ମଧ୍ୟ ବିଦ୍ୟୁତ୍‌ ଯୋଗାଣ ହେବ। ଏଥିଯୋଗୁ ଅଧିକ ଟ୍ରେନ୍‌ ଏହି ରେଳପଥରେ ଯାତାୟାତ କରିବ ବୋଲି ଡିଜିଏମ୍‌ କହିଛନ୍ତି। ଗୁଣପୁରଠାରେ ହୋଇଥିବା ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବିଧାୟକ ରଘୁନାଥ ଗମାଙ୍ଗ, ଜିଲାପାଳ ସରୋଜ କୁମାର ମିଶ୍ର ମଞ୍ଚାସୀନ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏସ୍‌ପି ବିବେକାନନ୍ଦ ଶର୍ମା, ଗୁଣପୁର ଉପଜିଲାପାଳ ଜେ. ସୋନାଲଙ୍କ ସମେତ ଜିଲା ଏବଂ ଉପଖଣ୍ଡସ୍ତରର ଅଧିକାରୀ, ବିଦ୍ୟୁତ୍‌ ବିଭାଗ ଅଧିକାରୀ ଉପସ୍ଥିତ ଥିଲେ।
ସେହିଭଳି ନବରଙ୍ଗପୁର ସଦର ବ୍ଲକ ଅଧୀନ ତାରାଗାଁରେ ୩୧ କୋଟି ଟଙ୍କା ବ୍ୟୟରେ ବିଦ୍ୟୁତ୍‌ ଗ୍ରୀଡ୍‌ ସବ୍‌ଷ୍ଟେଶନ ଉଦ୍‌ଘାଟିତ ହୋଇଯାଇଛି। ଯାନ୍ତ୍ରିକ ତ୍ରୁଟି କାରଣରୁ ଭର୍ଚୁଆଲ ମାଧ୍ୟମରେ କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇପାରି ନ ଥିଲା। ନବରଙ୍ଗପୁରରେ ଏମ୍‌ପି ରମେଶ ଚନ୍ଦ୍ର ମାଝି ଏହି ଗ୍ରୀଡ୍‌କୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଏହି ସବ୍‌ଷ୍ଟେଶନ ଦ୍ୱାରା ଜିଲାର ନବରଙ୍ଗପୁର, ଚୁଟିଆଗୁଡ଼ା, ସାନମସିଗାଁ ଓ ପାପଡ଼ାହାଣ୍ଡି ଗ୍ରୀଡ୍‌କୁ ସୁବିଧାରେ ବିଦ୍ୟୁତ୍‌ ସରବରାହ ହେବ। ଏହାସହ ଗ୍ରାମାଞ୍ଚଳରେ ହେଉଥିବା ଲୋ-ଭୋଲ୍‌ଟେଜ୍‌, ବିଦ୍ୟୁତ୍‌ କାଟ୍‌ ଭଳି ସମସ୍ୟାର ସମାଧାନ ହୋଇପାରିବ। ଶନିବାର ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଏମ୍‌ପି ରମେଶ ଚନ୍ଦ୍ର ମାଝି, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଜିଲା ପରିଷଦ ଅଧ୍ୟକ୍ଷ ମୋତିରମ ନାୟକ, ଜିଲାପାଳ କମଳ ଲୋଚନ ମିଶ୍ର, ଓପିଟିସିଏଲ୍‌ର ଜେନେରାଲ ମ୍ୟାନେଜର ବିଶ୍ୱରଞ୍ଜନ ମିଶ୍ର, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ରତ୍ନାକର ସାହୁ, ଅତିରିକ୍ତ ଜିଲାପାଳ ଭାସ୍କର ରଇତ, ଅତିରିକ୍ତ ଏସ୍‌ପି ଜେ. କୃଷ୍ଣ ବେହେରା, ନବରଙ୍ଗପୁର ବିଡିଓ ସୁକାନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଏସଆଇଆର କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ କାର୍ଯ୍ୟ: ଗୁଡ଼ାରି BDO, ଇଓଙ୍କୁ ପୁରସ୍କୃତ କଲେ ଉପଜିଲାପାଳ

ଗୁଡାରି,୪।୧୦(ପ୍ରମୋଦ କୁମାର ପତି ): ସରକାରଙ୍କ ଏସଆଇଆର କାର୍ଯ୍ୟକ୍ରମରେ ଉତ୍ତମ ପ୍ରଦର୍ଶନ କରିଥିବାରୁ ଗୁଡାରି ବିଡ଼ିଓ ତଥା ଏଇଆର ଓ ଶୁଚିସ୍ମିତା ବେହେରା ଏବଂ ଏନଏସି କାର୍ଯ୍ୟ…

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଦଳୁଛି ସମୀକରଣ: କଂଗ୍ରେସ ଛାଡି ଭାଜପାରେ ମିଶିଲେ…

​କଲ୍ୟାଣସିଂହପୁର,୪।୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖାଣ୍ଡି ପଞ୍ଚାୟତର ଆଲିଜିନିଗୁଡ଼ା ଆମ୍ବତୋଟା ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଏକ ବିଶାଳ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

ସିଡିପିଓ ମମତାରାଣୀ ଦାସଙ୍କ ଗୁଣୁପୁର ବଦଳି, କଲ୍ୟାଣସିଂହପୁରରେ ସମ୍ବର୍ଦ୍ଧନା….

କଲ୍ୟାଣସିଂହପୁର,୨।୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସମନ୍ୱିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍) କାର୍ଯ୍ୟାଳୟ ପରିସରରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ) ମମତାରାଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?