ଗର୍ଭ ଯନ୍ତ୍ରଣା ହେବାରୁ ସ୍ବାମୀଙ୍କ ସହ ଯାଇଥିଲେ ହସ୍ପିଟାଲ, ଅକସ୍ମାତ ଚାଲିଗଲା ଜୀବନ, ଅଞ୍ଚଳରେ ଚାଞ୍ଚଲ୍ୟ

ଜି.ଉଦୟଗିରି,୨୭।୪(ଚିନ୍ମୟ କୁମାର ସେଠି): ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରବିବାର ରାତିରେ ଜଣେ ଗର୍ଭବତୀ ମହିଳାଙ୍କ ଅକସ୍ମାତ୍‌ ମୃତ୍ୟୁ ଘଟିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତ ମହିଳା ହେଲେ ଜି.ଉଦୟଗିରି ବ୍ଲକ କୁମ୍ଭାରକୁପା ଗ୍ରାମର ସ୍ନେହଲତା ପ୍ରଧାନ। ସୂଚନା ଅନୁସାରେ, ସ୍ନେହଲତା ପ୍ରଧାନ ତାଙ୍କ ସ୍ବାମୀ ରୋସନ ପ୍ରଧାନଙ୍କ ସହ ଚିକିତ୍ସା ପାଇଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆସିଥିଲେ। ଲେବର ରୁମ୍‌କୁ ନେଇଯାଉଥିବା ସମୟରେ ସେ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ସଙ୍ଗେ ସଙ୍ଗେ ଆଶାକର୍ମୀ ଓ ନର୍ସ ସ୍ବାମୀ ରୋସନଙ୍କ ସହାୟତାରେ ବେଡ୍‌ରେ ସୁଆଇ ଚିକିତ୍ସା ଆରମ୍ଭ କରିଥିଲେ। କିନ୍ତୁ ଦୁର୍ଭାଗ୍ୟବଶତଃ ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।
କାର୍ଯ୍ୟରତ ଡାକ୍ତର ଡା.ରଘୁନନ୍ଦନ ବେହେରା ପରୀକ୍ଷା କରି ମୃତ ଘୋଷଣା କରିଥିଲେ। ଘଟଣା ସମ୍ବନ୍ଧରେ ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ସରପଞ୍ଚ ଝରଣା ପ୍ରଧାନ ଓ ଗ୍ରାମବାସୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଶୋକ ପ୍ରକାଶ କରିଥିଲେ। ତେବେ ଗର୍ଭବତୀ ମହିଳା ଓ ତାଙ୍କ ଗର୍ଭସ୍ତ ଶିଶୁର ମୃତ୍ୟୁକୁ ନେଇ ଅଞ୍ଚଳରେ ବିଭିନ୍ନ ପ୍ରଶ୍ନ ଉଠୁଥିବା ଶୁଣିବାକୁ ମିଳୁଛି । ମହିଳାଙ୍କ ମୃତ୍ୟୁ କିପରି ଘଟିଲା ? କୌଣସି ଅନ୍ୟ ଗୁରୁତର ରୋଗ ଥିଲା କି? ଆସନ୍ତା ମାସ ୩ ତାରିଖରେ ତାଙ୍କ ଡେଲିଭେରୀ ଡେଟ୍‌ ଥିଲା ଏତେ ମାସ ଧରି ଗର୍ଭବତୀ ମହିଳାଙ୍କ ରୁଟିନ ଚେକଅପ ହେଉନଥିଲା କି?ଏହାସହ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ପରେ ଯଦି ସଙ୍ଗେ ସଙ୍ଗେ ଅପରେଶନ କରି ଗର୍ଭରେ ଥିବା ଶିଶୁକୁ ବାହାର କରାଯାଇଥାନ୍ତା, ଶିଶୁଟି ବଞ୍ଚିପାରିଥାନ୍ତା କି ନାହିଁ ? ଏ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ଅଞ୍ଚଳବାସୀଙ୍କ ଅଭିଯୋଗ ଅନୁସାରେ, ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଡାକ୍ତର ନିୟୋଜିତ ଥିବା ସତ୍ତ୍ୱେ ଏପରି ପଦକ୍ଷେପ କାହିଁକି ନିଆଯାଇନି, ତାହା ନେଇ ବିଭାଗର ପରିଚାଳନା ନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହେବା ସହ ସ୍ବାସ୍ଥ୍ୟ ସେବାରେ ଅବହେଳା ହୋଇଛି କି ନାହିଁ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ବିଶେଷଜ୍ଞ ଡାକ୍ତର ସେହି ସମୟରେ ଉପସ୍ଥିତ ଥିଲେ ହୁଏତ କିଛି ଅଲଗା ଘଟଣା ଘଟିଥାନ୍ତା , ମା’ ଛୁଆ ମଧ୍ୟରୁ ହୁଏତ ଛୁଆକୁ ବଂଚେଇ ପାରିଥାନ୍ତେ ଡାକ୍ତର । ଅନ୍ୟପଟେ ଡାକ୍ତରଙ୍କ ଲିଖିତ ଅଭିଯୋଗ ଆଧାରରେ ସ୍ଥାନୀୟ ଥାନାରେ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି। ଶବ ବ୍ୟବଚ୍ଛେଦ କରାଯାଇ ପରିବାରକୁ ହସ୍ତାନ୍ତର କରାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?