ଥମୁନାହିଁ ଦାଦନ ଶ୍ରମିକଙ୍କ ଦୁଃଖ: ସମସ୍ୟା ବୃଦ୍ଧି ରୋକିବାରେ ସରକାର ଫେଲ

ଥୁଆମୂଳ ରାମପୁର,୫ା୧୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲାରେ ଦାଦନ ଶ୍ରମିକଙ୍କ ସମସ୍ୟା ଥମିବାର ନାଁ ନେଉନାହିଁ। ଗତ କିଛିଦିନ ତଳେ ପୋଡ଼ାପଦର ଗ୍ରାମପଞ୍ଚାୟତ ଅଧୀନ କାରବାଡ଼ି ଗ୍ରାମର ଆନ୍ଦାର ମାଝୀ (୨୫) ଦାଦନ ଖଟିବାକୁ ଆନ୍ଧ୍ର ପ୍ରଦେଶ ଯାଇଥିଲେ। ସେଠାରେ କିଛିଦିନ କାମ କରିବା ପରେ ଟ୍ରେନ୍‌ରେ କଟି ମୃତ୍ୟୁବରଣ କରି ଶବ ହୋଇ ଘରକୁ ଫେରିଥିବା ବେଳେ ଗତ ଶନିବାର ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜବାଙ୍ଗ ଗ୍ରାମର ଉଦୟ ମାଝୀ (୩୬)।
ଗତ ୧୫ଦିନ ତଳେ କାଣିଗୁମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଜବାଙ୍ଗ ଗ୍ରାମର  ଶୁକ୍ରୁ ମାଝୀଙ୍କ ପୁଅ ଉଦୟ ଗାଁରେ କାମଧନ୍ଧା ଅଭାବରୁ ପରିବାର ପ୍ରତିପୋଷଣ ତଥା ଝିଅର ଉଚ୍ଚଶିକ୍ଷା ପାଇଁ କେରଳ ରାଜ୍ୟ କୋଝିକୋଡେ ଜିଲାକୁ ଯାଇଥିଲେ। ସେଠାରେ ଏଲାଥୁର ଥାନା ଅନ୍ତର୍ଗତ କାକ୍କୁର ଗ୍ରାମଠାରେ ଏକ ଠିକ ସଂସ୍ଥାରେ କାମ କରୁଥିଲେ। ଗତ ୧ ତାରିଖରେ ଉଦୟ କାମ କରୁଥିବା ସମୟରେ ଘରର ସୁରକ୍ଷା ପାଚେରି କାନ୍ଥ ଭୁଶୁଡି ପଡ଼ିଥିଲା। ଫଳରେ ସେ ଉକ୍ତ ପାଚେରି କାନ୍ଥ ତଳେ ପୋତି ହୋଇଯାଇଥିଲେ। ସେଠାରୁ ତାଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଉଦୟଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଘଟଣା ଘଟି ୨ଦିନ ପରେ ସ୍ଥାନୀୟ ପୋଲିସ ଏବଂ ମେଡିକାଲର ସହଯୋଗରେ ଆମ୍ବୁଲାନ୍ସ ଯୋଗେ ସୋମବାର ସକାଳ ୯ଟାରେ ନିଜ ଭିଟାମାଟିକୁ ମୃତଦେହ ପହଞ୍ଚିଥିଲା। ଏହାକୁ ନେଇ ପରିବାର ତଥା ଗାଁରେ ଶୋକର ଛାୟା ଖେଳିଯାଇଥିବା ବେଳେ ଗ୍ରାମ ଶ୍ମଶାନରେ ମୃତଦେହ ଦାହ କରାଯାଇଥିଲା। ସରକାର ପରେ ସରକାର ବଦଳୁଛି, କିନ୍ତୁ ବଦଳୁ ନାହିଁ ଦୁର୍ଗମ ଅଞ୍ଚଳର ଶ୍ରମିକଙ୍କ ଭାଗ୍ୟ। ଏହାକୁ ନେଇ ବୁଦ୍ଧିଜୀବୀଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌: ଓଡ଼ିଶାର କ୍ଲିନ ସୁଇପ୍‌

ଭୁବନେଶ୍ୱର,୧ା୨(ଅନାଦି କର): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌ ରବିବାର ଉଦ୍‌ଯାପିତ ହୋଇଯାଇଛି। ସବ୍‌-ଜୁନିୟର ବାଳିକା(୧୫ ବର୍ଷରୁ କମ୍‌), ଜୁନିୟର ବାଳିକା…

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri