ଆଖୁଚାଷ ଉଜାଡିଲେ

ପରଜଙ୍ଗ, ୧୨ ।୩(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅଞ୍ଚଳରେ ହାତୀପଲ ଭୟ ଆତଙ୍କର ବାତାବରଣ ସୃଷ୍ଟି କରିଛନ୍ତି। ଜଙ୍ଗଲରେ ଖାଦ୍ୟାଭାବ ହାତୀଙ୍କୁ ଜନବସତି ମୁହଁା କରାଇଥିବାବେଳେ ସେମାନେ ଦଳବଦ୍ଧ ହୋଇ ଚାଷ ଜମିରେ ପଶି ବ୍ୟାପକ କ୍ଷୟକ୍ଷତି କରିବା ସହିତ ଘରଦ୍ୱାର, ଫାର୍ମ ଭାଙ୍ଗି ପକାଉଛନ୍ତି।
ବ୍ଲକର ବଡ଼ଝରା କପାସିରା ନିକଟ ଆଖୁ ବଗିଚାରେ ଗୁରୁବାର ବିଳମ୍ବିତ ରାତିରେ ହାତୀପଲ ବ୍ୟାପକ ଚାଷ ନଷ୍ଟ କରିଛନ୍ତି। ଏଥିରେ ବ୍ରହ୍ମାନନ୍ଦ ସାହୁଙ୍କ ଆଖୁ କିଆରି ଉଜୁଡ଼ିଯାଇଛି। କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ବଡ଼ଝରା ଗ୍ରାମର ବ୍ରହ୍ମାନନ୍ଦ କପାସିରାଠାରେ ୧ ଏକରରୁ ଊର୍ଦ୍ଧ୍ୱ ଜମିରେ ଆଖୁ ଚାଷ କରିଥିଲେ। କ୍ଷେତ ଜଗିବା ଲାଗି ବଗିଚାରେ ଦୁଇ ବଖରା ଆଜବେଷ୍ଟସ୍‌ ଘର କରିଥିଲେ। ବିଳମ୍ବିତ ରାତିରେ ୧୮ରୁ ଊର୍ଦ୍ଧ୍ୱ ହାତୀ ଜମିରେ ପଶି ଫସଲ ଖାଇଯିବା ସହିତ ଦଳିଚକିଟି ନଷ୍ଟ କରିଦେଇଛନ୍ତି। ଏଥିସହ ଘର ଭାଙ୍ଗି ଦେଇଛନ୍ତି। ସେହିପରି କଙ୍କଡ଼ାହାଡ଼ ବ୍ଲକ ମହାବିରୋଡ ରେଞ୍ଜ ଝିଲି ଗ୍ରାମ ନିକଟରେ ଥିବା ବ୍ରହ୍ମାନନ୍ଦଙ୍କ କଦଳୀ ବଗିଚା ଏବଂ କୁକୁଡ଼ା ଫାର୍ମରେ ହାତୀପଲ ବ୍ୟାପକ କ୍ଷୟକ୍ଷତି କରିଛନ୍ତି। ଏଥିରେ ୧୦୦ରୁ ଊର୍ଦ୍ଧ୍ୱ କଦଳୀ ଗଛ ନଷ୍ଟ ହୋଇଛି। ଫାର୍ମ ଭାଙ୍ଗି କୁକୁଡ଼ା ଦାନା ଖାଇଦେଇଛନ୍ତି। କ୍ଷୟକ୍ଷତି ଆକଳନ କରି ତୁରନ୍ତ କ୍ଷତିପୂରଣ ଦେବାକୁ କ୍ଷତିଗ୍ରସ୍ତ ଚାଷୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri