ମେଷ ରାଶିରେ ସୂର୍ଯ୍ୟ

ଓଡ଼ିଆ ପରମ୍ପରାନୁଯାୟୀ ଆଜିଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ। ଓଡ଼ିଆ ସଂସ୍କୃତି ଓ କାଳ ଗଣନାରେ ଗୋଟିଏ ବର୍ଷ ବୈଶାଖରୁ ଆରମ୍ଭ ହୋଇ ଚୈତ୍ରରେ ସମାପ୍ତ ହୋଇଥାଏ। ସେହିଭଳି ଜ୍ୟୋତିଷ ଗଣନା ଅନୁଯାୟୀ ଏହି ଦିନକୁ ମେଷ ସଂକ୍ରାନ୍ତି ବୋଲି କୁହାଯାଏ। ମେଷ ମାସର ସଂକ୍ରାନ୍ତି ତଥା ମହାବିଷୁବ ପଣାସଂକ୍ରାନ୍ତି। ଏହିଦିନଠାରୁ ୧ ମାସ ପର୍ଯ୍ୟନ୍ତ ସୂର୍ଯ୍ୟଦେବ ମେଷ ରାଶିରେ ଅବସ୍ଥାନ କରିଥାନ୍ତି। ଦୋଳପୂର୍ଣ୍ଣିମାରେ ଦୋଳଗୋବିନ୍ଦଙ୍କ ନିକଟରେ ସମର୍ପଣ ହୋଇଥିବା ପାଞ୍ଜି ପଣାସଂକ୍ରାନ୍ତିରୁ ପ୍ରଚଳନ ହୋଇଥାଏ।
ପୁରାଣ ଅନୁଯାୟୀ, ମହାବିଷୁବ ସଂକ୍ରାନ୍ତି ବେଶ ଗୁରୁତ୍ୱପୂର୍ଣ୍ଣ। ଏହିଦିନ ଜଳବାୟୁରେ ଏକ ପରିବର୍ତ୍ତନ ହୋଇଥାଏ। ସୂର୍ଯ୍ୟ ମଧ୍ୟଭାଗକୁ ଚାଲି ଆସିଥାନ୍ତି। ସୂର୍ଯ୍ୟ ବିଷୁବରେଖାରେ ଅବସ୍ଥାନ କରିଥାନ୍ତି। ସୂର୍ଯ୍ୟଙ୍କ ପ୍ରବଳ ତାପମାତ୍ରା ଯୋଗୁ ପ୍ରଭୁ ବିଷ୍ଣୁଙ୍କ ପ୍ରିୟ ତୁଳସୀ ମୂଳରେ ପଣା ଅର୍ପଣ କରାଯାଇଥାଏ। ଘରେ ଏଥିପାଇଁ ଛତୁଆ, କଦଳୀ, ନଡ଼ିଆ, ଛେନା, ଆମ୍ବ ଆଦିରେ ସ୍ବତନ୍ତ୍ର ପଣା ପ୍ରସ୍ତୁତ କରାଯାଇଥାଏ। ଆଜିର ଦିନରେ ଓଡ଼ିଆଣୀ ମାନେ ଅଗଣାରେ ଥିବା ତୁଳସୀ ଚଉରା ଉପରେ ଏକ ଛାମୁଣ୍ଡିଆ କରି ଏକ ପାଣିଭର୍ତ୍ତି ଛୋଟ ଠେକି ରଖିଥାନ୍ତି। ଏହା ତଳେ ଏକ ଛୋଟ ଛିଦ୍ର ଥାଏ। ଉକ୍ତ ଛିଦ୍ର ଦେଇ ପାଣି ତୁଳସୀ ଗଛରେ ପଡ଼ିଥାଏ।
ଏହି ଦିନ ଓଡ଼ିଶାରେ ହନୁମାନ ଜୟନ୍ତୀ ପାଳନ କରାଯାଏ। ଓଡ଼ିଆ ଲୋକେ ହନୁମାନ ମନ୍ଦିରରେ ୧୦୮ ହନୁମାନ ଚାଳିଶା ପାଠ କରି ନିଜର ମନସ୍କାମନା ପୂରଣ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri